ତଦନ୍ତ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ନିଶ୍ଚିନ୍ତକୋଇଲି,୧୮ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ କରିଥିବା ଆବେଦନ ସୋମବାର ଜେଏମ୍‌ଏଫ୍‌ସି କୋର୍ଟରେ ଖାରଜ ହୋଇଯାଇଛି। ଏଥିସହ ତଦନ୍ତ ପ୍ରକ୍ରିୟା ତୁରନ୍ତ ଶେଷ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୧୧ା୧ା୨୨ରେ ମାହାଙ୍ଗା ପୋଲିସ ଜେଏମ୍‌ଏଫ୍‌ସି କୋର୍ଟରେ ଅଭିଯୁକ୍ତ କ୍ଷିତୀଶ ଆଚାର୍ଯ୍ୟ ଓ ଭିକାରୀ ସ୍ବାଇଁକୁ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରିଥିଲା। ଉଭୟ ଅଭିଯୁକ୍ତ ୨୬ା୧୨ା୨୦ରେ ମନ୍ତ୍ରୀ ଜେନାଙ୍କ ପିଏ ଉମାଶଙ୍କର ବିଶ୍ୱାଳ ଓରଫ ବାପିଙ୍କ ସହ କଥା ହୋଇଥିଲେ ବୋଲି ପୋଲିସ ଆବେଦନପତ୍ରରେ ଦର୍ଶାଇଥିଲା। ମାତ୍ର ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ମାମଲା ଥିବା ଦର୍ଶାଇ ଏହି ଆବେଦନକୁ ରଦ୍ଦ କରିଦିଆଯାଇଛି। ଅପରପକ୍ଷେ ବାପି ଓ ବ୍ଲକ ଅଧ୍ୟକ୍ଷ ଶରତ ନାୟକଙ୍କ ସହ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ମୃତ ପ୍ରଫୁଲ୍ଲ ବିଶ୍ୱାଳ ମୋବାଇଲରେ କଥା ହୋଇଥିଲେ ବୋଲି ପୋଲିସ ଦାଖଲ କରିଥିବା ସିଡିଆର୍‌ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏନେଇ ମାହାଙ୍ଗାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି।
ଥାନା ଅଧୀନ ନୃତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ୨୦୨୧ ଜାନୁୟାରୀ ୨ ତାରିଖରେ ହତ୍ୟା କରାଯାଇଥିଲା। ମାହାଙ୍ଗା ଥାନାରେ ମାମଲା (ନଂ.୫/୨୧)ରୁଜୁ କରାଯାଇ ପୋଲିସ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିରେ ମନ୍ତ୍ରୀ ଜେନା ୧୩ତମ ଅଭିଯୁକ୍ତ ଥିଲେ। ପରବର୍ତ୍ତୀ ସମୟରେ ପୋଲିସ ଚାର୍ଜଶିଟରୁ ମନ୍ତ୍ରୀଙ୍କ ନାମ କାଟିଦେଇଥିଲା। ଏନେଇ କୁଳମଣି ବରାଳଙ୍କ ପୁଅ ରମାକାନ୍ତ ବରାଳ ଜେଏମ୍‌ଏଫ୍‌ସି କୋର୍ଟରେ (ନଂ.୨୧୭/୨୧) ପ୍ରୋଟେଷ୍ଟ ପିଟିଶନ ଦାଏର କରିଥିଲେ। ଏହି ସମୟରେ ମୁଖ୍ୟ ଅଭିଯୁକ୍ତ ବିଶ୍ୱାଳଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥଲା। ଏହାପରେ କୋର୍ଟ ପୋଲିସକୁ ସିିଡିଆର୍‌ ରିପୋର୍ଟ ମାଗିଥିଲେ। ମାତ୍ର ପୋଲିସ ରିପୋର୍ଟ ଦାଖଲ କରିବାରେ ବିଳମ୍ବ କରିଥିଲା। ଏହାକୁ ଏକ ବର୍ଷ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ ସକ୍ଷମ ହୋଇନାହିଁ। ମାମଲାଟି ଏବେ ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri