ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ

ଜଗତ୍‌ସିଂହପୁର ଅଫିସ, ୨୯।୬: ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ବିଭାଗ ଅଧୀନରେ ଚାଲିଥିବା ପ୍ରକଳ୍ପଗୁଡିକର କାର୍ଯ୍ୟ ଯେପରି ନିର୍ଦ୍ଧାରିତ ସମୟରେ ଶେଷ ହେବ ସେନେଇ ଦାୟିତ୍ୱବାନ ହେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ପ୍ରଥମେ ମନ୍ତ୍ରୀ ମଲ୍ଲିକ ପାରାଦୀପର ବହୁମୁଖୀ ଇନ୍‌ଡୋର ହଲ୍‌ (ଏମ୍‌ପିଏଚ୍‌), ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣ ହେଉଥିବା ଏମ୍‌ସିଏଚ୍‌ ବିଲ୍ଡିଂ ପରିଦର୍ଶନ କରିଥିଲେ। ତା’ପରେ ଆଳିପିଙ୍ଗଳଠାରେ ଆଳିପିଙ୍ଗଳ-ଖଇରା ରାସ୍ତାର ଶୁଭ ଦେଇଥିଲେ। ଏହାପରେ ଜଇପୁରଠାରେ ମନ୍ତ୍ରୀ ପହଞ୍ଚତ୍ ମହାନଦୀ ଉପରେ ନିର୍ମାଣାଧୀନ ଜଇପୁର- କଟିକଟା ସେତୁ କାର୍ଯ୍ୟର ତଦାରଖ କରିଥିଲେ। ଏହାର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ସହସରକାରୀ ମୁଖ୍ୟ ସଚେତକ ତଥା ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ଏମ୍‌ପି ରାଜଶ୍ରୀ ମଲ୍ଲିକ, ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ନିମାଇଁ ଚରଣ ଦାସ, ବିଭାଗୀୟ ଅଧିକାରୀ ଓ ଜିଲା ପରିଷଦ ସଭାପତି ମନୋଜ କୁମାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ପରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସରକାରୀ ମୁଖ୍ୟ ସଚେତକ ମୁଦୁଲି ଯୋଗଦେଇ କହିଥିଲେ, ଜିଲାର ରାସ୍ତା ଓ ବିଲ୍ଡିଂ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ ହେବା ଜରୁରୀ। ଯେଉଁ ସ୍ଥାନରେ ଜମି ସମସ୍ୟା ରହିଛି ତା’ସହ ନୂତନ ରାସ୍ତାର ପ୍ରସ୍ତାବଗୁଡିକ ବିଭାଗକୁ ପଠାଯିବ। ବିଭାଗରୁ ଅନୁମୋଦନ ପରେ ଅଧିକ କାମ ହେବ। ସୌଭାଗ୍ୟକୁ ଛପଡ଼ା ରେଳ ଓଭରବ୍ରିଜ୍‌ କାର୍ଯ୍ୟ ଆରମ୍ଭ ହୋଇଯାଇଛି। କନ୍ଦରପୁର ରେଳ ଓଭରବ୍ରିଜ ପାଇଁ ପୂର୍ତ୍ତ ବିଭାଗ, ଜାତୀୟ ରାଜପଥ ଓ ରେଳ ବିଭାଗ କର୍ତ୍ତୃପକ୍ଷଙ୍କ ସହ ବୈଠକ କରାଯାଇ ନିର୍ମାଣ କାର୍ଯ୍ୟ କିପରି ଶୀଘ୍ର ଆରମ୍ଭ ହେବ ସେନେଇ ପଦକ୍ଷେପ ଗ୍ରହଣ କରାଯିବ। ଶେଷରେ ଏମ୍‌ପି ମଲ୍ଲିକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri