ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ

ଜଗତ୍‌ସିଂହପୁର ଅଫିସ, ୨୯।୬: ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ବିଭାଗ ଅଧୀନରେ ଚାଲିଥିବା ପ୍ରକଳ୍ପଗୁଡିକର କାର୍ଯ୍ୟ ଯେପରି ନିର୍ଦ୍ଧାରିତ ସମୟରେ ଶେଷ ହେବ ସେନେଇ ଦାୟିତ୍ୱବାନ ହେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ପ୍ରଥମେ ମନ୍ତ୍ରୀ ମଲ୍ଲିକ ପାରାଦୀପର ବହୁମୁଖୀ ଇନ୍‌ଡୋର ହଲ୍‌ (ଏମ୍‌ପିଏଚ୍‌), ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣ ହେଉଥିବା ଏମ୍‌ସିଏଚ୍‌ ବିଲ୍ଡିଂ ପରିଦର୍ଶନ କରିଥିଲେ। ତା’ପରେ ଆଳିପିଙ୍ଗଳଠାରେ ଆଳିପିଙ୍ଗଳ-ଖଇରା ରାସ୍ତାର ଶୁଭ ଦେଇଥିଲେ। ଏହାପରେ ଜଇପୁରଠାରେ ମନ୍ତ୍ରୀ ପହଞ୍ଚତ୍ ମହାନଦୀ ଉପରେ ନିର୍ମାଣାଧୀନ ଜଇପୁର- କଟିକଟା ସେତୁ କାର୍ଯ୍ୟର ତଦାରଖ କରିଥିଲେ। ଏହାର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ସହସରକାରୀ ମୁଖ୍ୟ ସଚେତକ ତଥା ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ଏମ୍‌ପି ରାଜଶ୍ରୀ ମଲ୍ଲିକ, ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ନିମାଇଁ ଚରଣ ଦାସ, ବିଭାଗୀୟ ଅଧିକାରୀ ଓ ଜିଲା ପରିଷଦ ସଭାପତି ମନୋଜ କୁମାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ପରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସରକାରୀ ମୁଖ୍ୟ ସଚେତକ ମୁଦୁଲି ଯୋଗଦେଇ କହିଥିଲେ, ଜିଲାର ରାସ୍ତା ଓ ବିଲ୍ଡିଂ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ ହେବା ଜରୁରୀ। ଯେଉଁ ସ୍ଥାନରେ ଜମି ସମସ୍ୟା ରହିଛି ତା’ସହ ନୂତନ ରାସ୍ତାର ପ୍ରସ୍ତାବଗୁଡିକ ବିଭାଗକୁ ପଠାଯିବ। ବିଭାଗରୁ ଅନୁମୋଦନ ପରେ ଅଧିକ କାମ ହେବ। ସୌଭାଗ୍ୟକୁ ଛପଡ଼ା ରେଳ ଓଭରବ୍ରିଜ୍‌ କାର୍ଯ୍ୟ ଆରମ୍ଭ ହୋଇଯାଇଛି। କନ୍ଦରପୁର ରେଳ ଓଭରବ୍ରିଜ ପାଇଁ ପୂର୍ତ୍ତ ବିଭାଗ, ଜାତୀୟ ରାଜପଥ ଓ ରେଳ ବିଭାଗ କର୍ତ୍ତୃପକ୍ଷଙ୍କ ସହ ବୈଠକ କରାଯାଇ ନିର୍ମାଣ କାର୍ଯ୍ୟ କିପରି ଶୀଘ୍ର ଆରମ୍ଭ ହେବ ସେନେଇ ପଦକ୍ଷେପ ଗ୍ରହଣ କରାଯିବ। ଶେଷରେ ଏମ୍‌ପି ମଲ୍ଲିକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?