ଡିସେମ୍ବର ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ପୁରୀ,୭ା୧୦(ଅଜିତ୍‌ ମହାନ୍ତି): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୋରରୁ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପରିକ୍ରମା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମାରାଥନ ଭାବେ ସେ ଭୋର ୪ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।
ସଚିବ ଭୋର ପ୍ରାୟ ୪ଟାରେ ପୁରୀରେ ପହଞ୍ଚତ୍ ପ୍ରଥମେ ଶ୍ରୀମନ୍ଦିର ସମ୍ମୁଖରେ ନୀଳଚକ୍ର ଦର୍ଶନ କରିବା ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରିଥିଲେ। ପରେ ଶ୍ରୀମନ୍ଦିର ଚାରିପାଖେ ଚାଲୁଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ବିଭାଗୀୟ ଅଧିକାରୀମାନଙ୍କୁ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିବା ସହ ପ୍ରକଳ୍ପର ନକ୍ସା ଦେଖିଥିଲେ। ୫-ଟି ସଚିବ ପ୍ରଥମେ ଦୋଳବେଦି କୋଣକୁ ଯାଇ ସେଠାରେ ଚାଲିଥିବା କାର୍ଯ୍ୟ ଦେଖିଥଲେ। ସେହିପରି ଶ୍ରୀମନ୍ଦିର ଚାରିପଟେ ଉଚ୍ଛେଦ ହୋଇଥିବା ମଠ ଗୁଡିକର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ମଠର ଐତିହ୍ୟ ଓ ପରମ୍ପରାକୁ ନଜରରେ ରଖାଯାଇ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ। ଶ୍ରୀମନ୍ଦିର ସଂଲଗ୍ନ ରାସ୍ତା ବା ଛକ ଯେପରିକି ବାନାମ୍ବର ଛକ, ଶନିମନ୍ଦିର ଗଳି, କୃଷ୍ଣ ସିନେମା ରୋଡ୍‌, ଦୋଳବେଦି କୋଣ, ଧାନକୁଟି ସାହି, ନୂତନ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ ପ୍ରଭୃତି ସ୍ଥାନ ବୁଲି ଦେଖିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ସେହିପରି ଶ୍ରୀମନ୍ଦିର ନିକଟରେ ସେବାୟତ ଏବଂ ଭକ୍ତଙ୍କ ଦୁଇଚକିଆ ଗାଡ଼ି ପାର୍କିଂ ନେଇ ଜିଲାପାଳଙ୍କ ସହିତ ଆଲୋଚନା କରିଥିବା ଜଣାପଡ଼ିଛି। ପରିକ୍ରମା ମାର୍ଗର ଆଉଟର ଆକ୍ସେସ୍‌ ରୋଡକୁ ଜବରଦଖଲମୁକ୍ତ କରାଯିବା ନେଇ ପଦକ୍ଷେପ ନିଆଯିବ। ଭକ୍ତମାନେ ଯେପରି ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରି ସୁଖଦ ଅନୁଭବ ନେଇ ଫେରିବେ ତାହାକୁ ନଜରରେ ରଖାଯାଇ କାର୍ଯ୍ୟ କରାଯିବ। ସକାଳ ୫ଟା ୩୦ରେ ୫-ଟି ସଚିବ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପାଖକୁ ଯାଇ ପିଲିଗ୍ରିମ ସେଣ୍ଟର କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କ ଗାଡ଼ି ଏଠାରେ ପାର୍କିଂ କରାଯିବା ପାଇଁ ବ୍ୟବସ୍ଥା ହେଉଛି। ପରେ ସକାଳ ୬ଟା ୩୦ରେ ୫-ଟି ସଚିବ ଶ୍ରୀସେତୁ କାର୍ଯ୍ୟର ସମୀକ୍ଷା କରିଥିଲେ। ତେବେ ନୂଆବର୍ଷ ପୂର୍ବରୁ ଅର୍ଥାତ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ସମସ୍ତ କାର୍ଯ୍ୟ ସାରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ୫-ଟି ସଚିବ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ସକାଳ ୭ଟାରେ ସେ ମୂଷା ନଦୀ କାର୍ଯ୍ୟର ସମୀକ୍ଷା କରିଥିଲେ। ନୂଆବର୍ଷରେ ପୁରୀ ବୁଲିବାକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ ଯେପରି ସୁବିଧାରେ ଦର୍ଶନ କରିବା ସହ ଏକ ସୁଖଦ ଅନୁଭବ ନେଇ ଫେରିପାରିବେ ସେଥିପାଇଁ ପଦକ୍ଷେପ ନିଆଯାଉଛି। ଏହି ସମୀକ୍ଷା ସମୟରେ ଜିଲାପାଳ ସମର୍ଥ ବର୍ମା, ଏସ୍‌ପି ଡ. କନୱର ବିଶାଲ ସିଂ, ଉପଜିଲାପାଳ ଭବତାରଣ ସାହୁ, ଅନ୍ୟ ଅଧିକାରୀ, ପୂର୍ତ୍ତ ବିଭାଗ ସଚିବ ଏବଂ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri