ଡିସେମ୍ବର ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ପୁରୀ,୭ା୧୦(ଅଜିତ୍‌ ମହାନ୍ତି): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୋରରୁ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପରିକ୍ରମା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମାରାଥନ ଭାବେ ସେ ଭୋର ୪ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।
ସଚିବ ଭୋର ପ୍ରାୟ ୪ଟାରେ ପୁରୀରେ ପହଞ୍ଚତ୍ ପ୍ରଥମେ ଶ୍ରୀମନ୍ଦିର ସମ୍ମୁଖରେ ନୀଳଚକ୍ର ଦର୍ଶନ କରିବା ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରିଥିଲେ। ପରେ ଶ୍ରୀମନ୍ଦିର ଚାରିପାଖେ ଚାଲୁଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ବିଭାଗୀୟ ଅଧିକାରୀମାନଙ୍କୁ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିବା ସହ ପ୍ରକଳ୍ପର ନକ୍ସା ଦେଖିଥିଲେ। ୫-ଟି ସଚିବ ପ୍ରଥମେ ଦୋଳବେଦି କୋଣକୁ ଯାଇ ସେଠାରେ ଚାଲିଥିବା କାର୍ଯ୍ୟ ଦେଖିଥଲେ। ସେହିପରି ଶ୍ରୀମନ୍ଦିର ଚାରିପଟେ ଉଚ୍ଛେଦ ହୋଇଥିବା ମଠ ଗୁଡିକର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ମଠର ଐତିହ୍ୟ ଓ ପରମ୍ପରାକୁ ନଜରରେ ରଖାଯାଇ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ। ଶ୍ରୀମନ୍ଦିର ସଂଲଗ୍ନ ରାସ୍ତା ବା ଛକ ଯେପରିକି ବାନାମ୍ବର ଛକ, ଶନିମନ୍ଦିର ଗଳି, କୃଷ୍ଣ ସିନେମା ରୋଡ୍‌, ଦୋଳବେଦି କୋଣ, ଧାନକୁଟି ସାହି, ନୂତନ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ ପ୍ରଭୃତି ସ୍ଥାନ ବୁଲି ଦେଖିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ସେହିପରି ଶ୍ରୀମନ୍ଦିର ନିକଟରେ ସେବାୟତ ଏବଂ ଭକ୍ତଙ୍କ ଦୁଇଚକିଆ ଗାଡ଼ି ପାର୍କିଂ ନେଇ ଜିଲାପାଳଙ୍କ ସହିତ ଆଲୋଚନା କରିଥିବା ଜଣାପଡ଼ିଛି। ପରିକ୍ରମା ମାର୍ଗର ଆଉଟର ଆକ୍ସେସ୍‌ ରୋଡକୁ ଜବରଦଖଲମୁକ୍ତ କରାଯିବା ନେଇ ପଦକ୍ଷେପ ନିଆଯିବ। ଭକ୍ତମାନେ ଯେପରି ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରି ସୁଖଦ ଅନୁଭବ ନେଇ ଫେରିବେ ତାହାକୁ ନଜରରେ ରଖାଯାଇ କାର୍ଯ୍ୟ କରାଯିବ। ସକାଳ ୫ଟା ୩୦ରେ ୫-ଟି ସଚିବ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପାଖକୁ ଯାଇ ପିଲିଗ୍ରିମ ସେଣ୍ଟର କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କ ଗାଡ଼ି ଏଠାରେ ପାର୍କିଂ କରାଯିବା ପାଇଁ ବ୍ୟବସ୍ଥା ହେଉଛି। ପରେ ସକାଳ ୬ଟା ୩୦ରେ ୫-ଟି ସଚିବ ଶ୍ରୀସେତୁ କାର୍ଯ୍ୟର ସମୀକ୍ଷା କରିଥିଲେ। ତେବେ ନୂଆବର୍ଷ ପୂର୍ବରୁ ଅର୍ଥାତ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ସମସ୍ତ କାର୍ଯ୍ୟ ସାରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ୫-ଟି ସଚିବ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ସକାଳ ୭ଟାରେ ସେ ମୂଷା ନଦୀ କାର୍ଯ୍ୟର ସମୀକ୍ଷା କରିଥିଲେ। ନୂଆବର୍ଷରେ ପୁରୀ ବୁଲିବାକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ ଯେପରି ସୁବିଧାରେ ଦର୍ଶନ କରିବା ସହ ଏକ ସୁଖଦ ଅନୁଭବ ନେଇ ଫେରିପାରିବେ ସେଥିପାଇଁ ପଦକ୍ଷେପ ନିଆଯାଉଛି। ଏହି ସମୀକ୍ଷା ସମୟରେ ଜିଲାପାଳ ସମର୍ଥ ବର୍ମା, ଏସ୍‌ପି ଡ. କନୱର ବିଶାଲ ସିଂ, ଉପଜିଲାପାଳ ଭବତାରଣ ସାହୁ, ଅନ୍ୟ ଅଧିକାରୀ, ପୂର୍ତ୍ତ ବିଭାଗ ସଚିବ ଏବଂ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri