ଉନ୍ନୟନ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯୋଡ଼ା/ବଡ଼ବିଲ୍‌/କେନ୍ଦୁଝର,୨୦ା୪(ଡି.ଏନ.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗ ତଥା ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କେନ୍ଦୁଝର ଜିଲା ଯୋଡ଼ା ଓ ବଡ଼ବିଲ ଅଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଗ୍ରାମୀଣ ଉନ୍ନୟନ କାର୍ଯ୍ୟ ଓ ସହରାଞ୍ଚଳର ଜଳ ଯୋଗାଣ ପ୍ରକଳ୍ପ, ଯୋଡ଼ା ଫ୍ଲାଏଓଭର ନିର୍ମାଣ କାର୍ଯ୍ୟ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ସାରିବାକୁ କହିଥିଲେ। ଡିସେମ୍ବର ସୁଦ୍ଧା ସରକାରୀ ପ୍ରକଳ୍ପ ସମ୍ପୂର୍ଣ କରିବାକୁ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବୁଧବାର ସକାଳ ୬ଟା ସମୟରେ ବିଭାଗୀୟ ଅଧିକାରୀମାନଙ୍କ ସହିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏଥିସହିତ ବଡ଼ବିଲଠାରେ ନିର୍ମାଣାଧୀନ ମେଗା ପାନୀୟ ଜଳ ପ୍ରକଳ୍ପ ଅଞ୍ଚଳ ବୁଲି ଅନୁଧ୍ୟାନ କରିଥିଲେ। ସେଠାରେ କାର୍ଯ୍ୟର ସମୀକ୍ଷା କରିବା ପରେ ଓପିଟିସିଏଲ ଅଧିକାରୀ ୱାଟ୍‌କୋ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ନାରଦ ଚନ୍ଦ୍ର ରଥ, ଚମ୍ପୁଆ ଉପ ଜିଲାପାଳ ସୁକାନ୍ତ ମାଝୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଯଦୁମଣି ମହଲା, ଗ୍ରାମ୍ୟ ଉନ୍ନୟନ ମୁଖ୍ୟଯନ୍ତ୍ରୀ ପ୍ରଦୀପ୍ତ ସାମଲ, ମୁଖ୍ୟଯନ୍ତ୍ରୀ ରମେଶ ଚନ୍ଦ୍ର ବେହେରା, ଯୋଡ଼ା ଓ ବଡ଼ବିଲ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା ପ୍ରମୁଖଙ୍କ ସମେତ ଚେଭରକ୍ସ କମ୍ପାନୀର ଅଧିକାରୀ ହିତେଶ ପଟେଲଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ପରେ ବଡ଼ବିଲସ୍ଥିତ ବାଣିଜ୍ୟକର ଓ ସେବାକର ମଣ୍ଡଳ କାର୍ଯ୍ୟାଳୟକୁ ଯାଇ ସେଠାରେ ପର୍ଯ୍ୟାୟ କ୍ରମେ ବାଣିଜ୍ୟକର, ଗ୍ରାମ୍ୟ ଉନ୍ନୟନ ଏବଂ ଓପିଟିସିଏଲର ଅଧିକାରୀଙ୍କ ସହିତ ବିଭିନ୍ନ ପ୍ରୋଜେକ୍ଟ ସମ୍ପର୍କରେ ଆଲୋଚନା କରି ସମୀକ୍ଷା କରିଥିଲେ। ସିଂହ ତାଙ୍କ ପ୍ରତିକ୍ରୟାରେ କହିଛନ୍ତି ଯେ, ବର୍ଷା ଦିନ ପୂର୍ବରୁ ଯୋଡ଼ା ସହର ଫ୍ଲାଏ ଓଭର ସର୍ଭିସ ରୋଡ୍‌ କାମ ଶେଷ, ପ୍ରତ୍ୟେକ ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ପାନୀୟ ଜଳ ଯୋଗାଣ କାର୍ଯ୍ୟ ଶୀଘ୍ର କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଯୋଡ଼ା ବ୍ଲକ୍‌ରେ ହେଉଥିବା ପାୱାର ଲାଇନ କାର୍ଯ୍ୟ ସମୀକ୍ଷା କରାଯାଉଛି ବୋଲି କହିଥିଲେ। ଏଥିସହ କାନପୁର ଡ୍ୟାମ ସମ୍ପର୍କରେ ସିଂହ କହିଥିଲେ, ଏହା ରାଜ୍ୟର ଏକ ମୁଖ୍ୟ ନଦୀବନ୍ଧ ଯୋଜନା। ଯାହାକି ଏବେ ଶେଷ ପର୍ଯ୍ୟାୟରେ ରହିଛି। ଏହାର ଉନ୍ନୟନ ଉପରେ ସେ ସନ୍ତୋଷ ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ପାଇଁ ସଚିବ ସିଂହ ନୋଡାଲ ଅଧିକାରୀ ଭାବେ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri