ଉନ୍ନୟନ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯୋଡ଼ା/ବଡ଼ବିଲ୍‌/କେନ୍ଦୁଝର,୨୦ା୪(ଡି.ଏନ.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗ ତଥା ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କେନ୍ଦୁଝର ଜିଲା ଯୋଡ଼ା ଓ ବଡ଼ବିଲ ଅଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଗ୍ରାମୀଣ ଉନ୍ନୟନ କାର୍ଯ୍ୟ ଓ ସହରାଞ୍ଚଳର ଜଳ ଯୋଗାଣ ପ୍ରକଳ୍ପ, ଯୋଡ଼ା ଫ୍ଲାଏଓଭର ନିର୍ମାଣ କାର୍ଯ୍ୟ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ସାରିବାକୁ କହିଥିଲେ। ଡିସେମ୍ବର ସୁଦ୍ଧା ସରକାରୀ ପ୍ରକଳ୍ପ ସମ୍ପୂର୍ଣ କରିବାକୁ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବୁଧବାର ସକାଳ ୬ଟା ସମୟରେ ବିଭାଗୀୟ ଅଧିକାରୀମାନଙ୍କ ସହିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏଥିସହିତ ବଡ଼ବିଲଠାରେ ନିର୍ମାଣାଧୀନ ମେଗା ପାନୀୟ ଜଳ ପ୍ରକଳ୍ପ ଅଞ୍ଚଳ ବୁଲି ଅନୁଧ୍ୟାନ କରିଥିଲେ। ସେଠାରେ କାର୍ଯ୍ୟର ସମୀକ୍ଷା କରିବା ପରେ ଓପିଟିସିଏଲ ଅଧିକାରୀ ୱାଟ୍‌କୋ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ନାରଦ ଚନ୍ଦ୍ର ରଥ, ଚମ୍ପୁଆ ଉପ ଜିଲାପାଳ ସୁକାନ୍ତ ମାଝୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଯଦୁମଣି ମହଲା, ଗ୍ରାମ୍ୟ ଉନ୍ନୟନ ମୁଖ୍ୟଯନ୍ତ୍ରୀ ପ୍ରଦୀପ୍ତ ସାମଲ, ମୁଖ୍ୟଯନ୍ତ୍ରୀ ରମେଶ ଚନ୍ଦ୍ର ବେହେରା, ଯୋଡ଼ା ଓ ବଡ଼ବିଲ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା ପ୍ରମୁଖଙ୍କ ସମେତ ଚେଭରକ୍ସ କମ୍ପାନୀର ଅଧିକାରୀ ହିତେଶ ପଟେଲଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ପରେ ବଡ଼ବିଲସ୍ଥିତ ବାଣିଜ୍ୟକର ଓ ସେବାକର ମଣ୍ଡଳ କାର୍ଯ୍ୟାଳୟକୁ ଯାଇ ସେଠାରେ ପର୍ଯ୍ୟାୟ କ୍ରମେ ବାଣିଜ୍ୟକର, ଗ୍ରାମ୍ୟ ଉନ୍ନୟନ ଏବଂ ଓପିଟିସିଏଲର ଅଧିକାରୀଙ୍କ ସହିତ ବିଭିନ୍ନ ପ୍ରୋଜେକ୍ଟ ସମ୍ପର୍କରେ ଆଲୋଚନା କରି ସମୀକ୍ଷା କରିଥିଲେ। ସିଂହ ତାଙ୍କ ପ୍ରତିକ୍ରୟାରେ କହିଛନ୍ତି ଯେ, ବର୍ଷା ଦିନ ପୂର୍ବରୁ ଯୋଡ଼ା ସହର ଫ୍ଲାଏ ଓଭର ସର୍ଭିସ ରୋଡ୍‌ କାମ ଶେଷ, ପ୍ରତ୍ୟେକ ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ପାନୀୟ ଜଳ ଯୋଗାଣ କାର୍ଯ୍ୟ ଶୀଘ୍ର କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଯୋଡ଼ା ବ୍ଲକ୍‌ରେ ହେଉଥିବା ପାୱାର ଲାଇନ କାର୍ଯ୍ୟ ସମୀକ୍ଷା କରାଯାଉଛି ବୋଲି କହିଥିଲେ। ଏଥିସହ କାନପୁର ଡ୍ୟାମ ସମ୍ପର୍କରେ ସିଂହ କହିଥିଲେ, ଏହା ରାଜ୍ୟର ଏକ ମୁଖ୍ୟ ନଦୀବନ୍ଧ ଯୋଜନା। ଯାହାକି ଏବେ ଶେଷ ପର୍ଯ୍ୟାୟରେ ରହିଛି। ଏହାର ଉନ୍ନୟନ ଉପରେ ସେ ସନ୍ତୋଷ ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ପାଇଁ ସଚିବ ସିଂହ ନୋଡାଲ ଅଧିକାରୀ ଭାବେ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri