ଅକ୍ଟୋବର ପୂର୍ବରୁ କାମ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୫-ଟି ଅନ୍ତର୍ଗତ ମୋ ହସ୍ପିଟାଲ ଗୁଡିକର ରୂପାନ୍ତରଣ ଯଥାଶୀଘ୍ର ଶେଷ କରିବା ନେଇ ଆଭାସୀ ବୈଠକ ମାଧ୍ୟମରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଗୁରୁତ୍ୱ ଦେଇଛନ୍ତି। ଆଗାମୀ ଅକ୍ଟୋବର ମାସ ପ୍ରଥମ ସପ୍ତାହ ବେଳକୁ ଯେମିତି ସମସ୍ତ ୧୩ଟି ଚିକିତ୍ସାଳୟ ଉଦଘାଟନ ହେବ ସେହି ଲକ୍ଷ୍ୟ ନେଇ କାର୍ଯ୍ୟ କରିବାକୁ ସମସ୍ତ ଅଧିକାରୀମାନଙ୍କୁ ଅବଗତ କରାଯାଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଶ୍ରୀ ପରିଡା ସମୀକ୍ଷା କରି କହିଛନ୍ତି ଯେ, ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟଗୁଡିକ ଶେଷ କରିବାକୁ ହେବ। ରାଜ୍ୟ ସରକାରଙ୍କୁ ଯେଉଁ ଅନୁଦାନ ମଗା ଯାଇଥିଲା ବିନା ଦ୍ବିଧାରେ ସେହି ଅନୁସାରେ ୭୭ କୋଟି ଟଙ୍କା ଆସିଯାଇଛି। ବର୍ତ୍ତମାନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ଥିତି କ’ଣ ଅଛି ସେଗୁଡିକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର ରିପୋର୍ଟ ପ୍ରଦାନ କରିବେ। ଉପ ଜିଲାପାଳ ଏବଂ ମୁଖ୍ୟ ଜିଲା ଉନ୍ନୟନ ଅଧିକାରୀଙ୍କ ତତ୍ତ୍ବାବଧାନରେ ସେଗୁଡିକ ଯାଞ୍ଚ ହେବ । ଚିକିତ୍ସାଳୟ ଗୁଡିକରେ ରୋଗୀଗଣ ଚିକିତ୍ସା ନିମନ୍ତେ ଆସିବା ସମୟରେ ସେମାନଙ୍କର ଯେମିତି କୌଣସି ଅସୁବିଧା ହେବ ନାହିଁ ତାହାକୁ ଦୃଷ୍ଟିରେ ରଖି ଯେମିତି ଉତ୍ତମ ସେବା ପାଇବେ ଏବଂ ସେମାନଙ୍କ ସମ୍ପର୍କିୟ ଯେମିତି ସମସ୍ତ ସୁବିଧା ପାଇବେ ସେହି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ । କାର୍ଯ୍ୟରେ ନିୟୋଜିତ କଣ୍ଟ୍ରାକ୍ଟର ଗଣ ଯେମିତି ସଠିକ ସମୟରେ ସେମାନଙ୍କ ପ୍ରାପ୍ୟ ପାଇପାରିବେ ସେଥି ନିମନ୍ତେ ସ୍ବତନ୍ତ୍ର ଆକାଉଣ୍ଟ ଖୋଲାଯାଇ ପ୍ରାପ୍ୟ ପ୍ରଦାନ କରିବାକୁ କୁହାଯାଇଛି। ସମସ୍ତ କାର୍ଯ୍ୟରେ ଯେମିତି ସ୍ବଚ୍ଛତା ବଜାୟ ରହିବ ସେଥିପ୍ରତି ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ । ବ୍ରହ୍ମପୁରସ୍ଥ ଜିଲ୍ଲା ମୁଖ୍ୟ ଚତିକିତ୍ସାଳୟ, ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ, ବୋମକେଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଆଡପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, କେଳୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ, କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ, ଆସ୍କା ଉପଖଣ୍ଡ ଚିକିତ୍ସାଳୟ, ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ନୂତନ ଓପିଡି କୋଠା ର୍ନିମାଣ, ସୋରଡାର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକର ମରାମତି, ସୌନ୍ଦର୍ଯ୍ୟୀକରଣ ଏବଂ ଆନୁସଙ୍ଗୀକ ସମସ୍ତ ବ୍ୟବସ୍ଥା ସଜାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ୧୩ଟି ଚିକିତ୍ସାଳୟ ଗୁଡିକର ମରାମତି, କୋଠାର ଭିତରପାଶର୍‌ବ ରୂପରେଖ ପରିବର୍ତ୍ତନ, ନୂତନ କୋଠା ର୍ନିମାଣ, ଡ୍ରେନେଜ ବ୍ୟବସ୍ଥା, ମୁଖ୍ୟ ଫାଟକ, ଚତୁଃପାଶର୍‌ବ ପାଚେରି ନିର୍ମାଣ, ସର୍ବସାଧାରଣ ନିମନ୍ତେ ଶୌଚାଳୟ, ଭିତର ଓ ବାହାର ପାଶର୍‌ବ ଜଳ ବ୍ୟବସ୍ଥା, ଡାକବାଜି ଯନ୍ତ୍ର ବ୍ୟବସ୍ଥା, ସିସି ଟିଭି ବ୍ୟବସ୍ଥା, ଅଗ୍ନିଶମ ବ୍ୟବସ୍ଥା, ଆସବାବ, ଏଲଇଡି ବୋର୍ଡ, ନାମ ଫଳକ, ପାର୍କିଂ ବ୍ୟବସ୍ଥା, ବର୍ଷାଜଳ ସଂରକ୍ଷଣ ଇତ୍ୟାଦି ସମସ୍ତ ବ୍ୟବସ୍ଥା ରହିତ ଚିକିତ୍ସାଳୟ ଯେପରି ହେବ ସେହି ଦିଗରେ ଧ୍ୟାନ ଦେବାକୁ କୁହାଯାଇଛି । ବୈଠକରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ କିର୍ତ୍ତି ଭାସନ ଭି, ସମସ୍ତ ଉପଜିଲାପାଳ, ବଡିଓ, ତହସିଲଦାର, ସଂପୃକ୍ତ ବିଭାଗୀୟ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଉମାଶଙ୍କର ମିଶ୍ର, ଏନଆର୍‌ଏଚଏମ ଜିଲ୍ଲା ପ୍ରକଳ୍ପ ସଂଯୋଜକ ଶ୍ୟାମ ସୁନ୍ଦର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri