ଅକ୍ଟୋବର ପୂର୍ବରୁ କାମ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୫-ଟି ଅନ୍ତର୍ଗତ ମୋ ହସ୍ପିଟାଲ ଗୁଡିକର ରୂପାନ୍ତରଣ ଯଥାଶୀଘ୍ର ଶେଷ କରିବା ନେଇ ଆଭାସୀ ବୈଠକ ମାଧ୍ୟମରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଗୁରୁତ୍ୱ ଦେଇଛନ୍ତି। ଆଗାମୀ ଅକ୍ଟୋବର ମାସ ପ୍ରଥମ ସପ୍ତାହ ବେଳକୁ ଯେମିତି ସମସ୍ତ ୧୩ଟି ଚିକିତ୍ସାଳୟ ଉଦଘାଟନ ହେବ ସେହି ଲକ୍ଷ୍ୟ ନେଇ କାର୍ଯ୍ୟ କରିବାକୁ ସମସ୍ତ ଅଧିକାରୀମାନଙ୍କୁ ଅବଗତ କରାଯାଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଶ୍ରୀ ପରିଡା ସମୀକ୍ଷା କରି କହିଛନ୍ତି ଯେ, ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟଗୁଡିକ ଶେଷ କରିବାକୁ ହେବ। ରାଜ୍ୟ ସରକାରଙ୍କୁ ଯେଉଁ ଅନୁଦାନ ମଗା ଯାଇଥିଲା ବିନା ଦ୍ବିଧାରେ ସେହି ଅନୁସାରେ ୭୭ କୋଟି ଟଙ୍କା ଆସିଯାଇଛି। ବର୍ତ୍ତମାନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ଥିତି କ’ଣ ଅଛି ସେଗୁଡିକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର ରିପୋର୍ଟ ପ୍ରଦାନ କରିବେ। ଉପ ଜିଲାପାଳ ଏବଂ ମୁଖ୍ୟ ଜିଲା ଉନ୍ନୟନ ଅଧିକାରୀଙ୍କ ତତ୍ତ୍ବାବଧାନରେ ସେଗୁଡିକ ଯାଞ୍ଚ ହେବ । ଚିକିତ୍ସାଳୟ ଗୁଡିକରେ ରୋଗୀଗଣ ଚିକିତ୍ସା ନିମନ୍ତେ ଆସିବା ସମୟରେ ସେମାନଙ୍କର ଯେମିତି କୌଣସି ଅସୁବିଧା ହେବ ନାହିଁ ତାହାକୁ ଦୃଷ୍ଟିରେ ରଖି ଯେମିତି ଉତ୍ତମ ସେବା ପାଇବେ ଏବଂ ସେମାନଙ୍କ ସମ୍ପର୍କିୟ ଯେମିତି ସମସ୍ତ ସୁବିଧା ପାଇବେ ସେହି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ । କାର୍ଯ୍ୟରେ ନିୟୋଜିତ କଣ୍ଟ୍ରାକ୍ଟର ଗଣ ଯେମିତି ସଠିକ ସମୟରେ ସେମାନଙ୍କ ପ୍ରାପ୍ୟ ପାଇପାରିବେ ସେଥି ନିମନ୍ତେ ସ୍ବତନ୍ତ୍ର ଆକାଉଣ୍ଟ ଖୋଲାଯାଇ ପ୍ରାପ୍ୟ ପ୍ରଦାନ କରିବାକୁ କୁହାଯାଇଛି। ସମସ୍ତ କାର୍ଯ୍ୟରେ ଯେମିତି ସ୍ବଚ୍ଛତା ବଜାୟ ରହିବ ସେଥିପ୍ରତି ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ । ବ୍ରହ୍ମପୁରସ୍ଥ ଜିଲ୍ଲା ମୁଖ୍ୟ ଚତିକିତ୍ସାଳୟ, ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ, ବୋମକେଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଆଡପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, କେଳୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ, କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ, ଆସ୍କା ଉପଖଣ୍ଡ ଚିକିତ୍ସାଳୟ, ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ନୂତନ ଓପିଡି କୋଠା ର୍ନିମାଣ, ସୋରଡାର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକର ମରାମତି, ସୌନ୍ଦର୍ଯ୍ୟୀକରଣ ଏବଂ ଆନୁସଙ୍ଗୀକ ସମସ୍ତ ବ୍ୟବସ୍ଥା ସଜାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ୧୩ଟି ଚିକିତ୍ସାଳୟ ଗୁଡିକର ମରାମତି, କୋଠାର ଭିତରପାଶର୍‌ବ ରୂପରେଖ ପରିବର୍ତ୍ତନ, ନୂତନ କୋଠା ର୍ନିମାଣ, ଡ୍ରେନେଜ ବ୍ୟବସ୍ଥା, ମୁଖ୍ୟ ଫାଟକ, ଚତୁଃପାଶର୍‌ବ ପାଚେରି ନିର୍ମାଣ, ସର୍ବସାଧାରଣ ନିମନ୍ତେ ଶୌଚାଳୟ, ଭିତର ଓ ବାହାର ପାଶର୍‌ବ ଜଳ ବ୍ୟବସ୍ଥା, ଡାକବାଜି ଯନ୍ତ୍ର ବ୍ୟବସ୍ଥା, ସିସି ଟିଭି ବ୍ୟବସ୍ଥା, ଅଗ୍ନିଶମ ବ୍ୟବସ୍ଥା, ଆସବାବ, ଏଲଇଡି ବୋର୍ଡ, ନାମ ଫଳକ, ପାର୍କିଂ ବ୍ୟବସ୍ଥା, ବର୍ଷାଜଳ ସଂରକ୍ଷଣ ଇତ୍ୟାଦି ସମସ୍ତ ବ୍ୟବସ୍ଥା ରହିତ ଚିକିତ୍ସାଳୟ ଯେପରି ହେବ ସେହି ଦିଗରେ ଧ୍ୟାନ ଦେବାକୁ କୁହାଯାଇଛି । ବୈଠକରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ କିର୍ତ୍ତି ଭାସନ ଭି, ସମସ୍ତ ଉପଜିଲାପାଳ, ବଡିଓ, ତହସିଲଦାର, ସଂପୃକ୍ତ ବିଭାଗୀୟ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଉମାଶଙ୍କର ମିଶ୍ର, ଏନଆର୍‌ଏଚଏମ ଜିଲ୍ଲା ପ୍ରକଳ୍ପ ସଂଯୋଜକ ଶ୍ୟାମ ସୁନ୍ଦର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri