୨ ମାସ ମଧ୍ୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ

କେସିଙ୍ଗା,୨।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୧୯୭୦ରେ ପ୍ରାଣୀ ଚିକିତ୍ସାଳୟ ସ୍ଥାପିତ ହୋଇଛି। ଦୀର୍ଘ ୫୩ ବର୍ଷ ହେଲା ରକ୍ଷଣାବେକ୍ଷଣ ଅଭବାରୁ ପ୍ରାଣୀ ଚିକିତ୍ସାଳୟ ପରିସରରେ ଥିବା ସରକାରୀ ଗୃହଗୁଡ଼ିକ ଉଈ ଲାଗି କବାଟ, ଝରକା, ଘର ଛାତ ଭୁଶୁଡି ପଡୁଛି। କର୍ମଚାରୀଙ୍କ ରହିବା ପାଇଁ ଆବଶ୍ୟକ ଗୃହ ନ ଥିବାରୁ ସେମାନେ ଭଡାରେ ରହି ପ୍ରାଣୀମାନଙ୍କ ଚିକିତ୍ସା କରି ଆସୁଛନ୍ତି। ଘରଗୁଡିକ ବିପଦଶଙ୍କୁଳ ଅବସ୍ଥାରେ ପଡି ରହିଛି। ଘର ଚତୁପାଶର୍‌ବରେ ଭାଙ୍ଗି ଯାଇଛି। ଏହି ସବୁ ସମସ୍ୟା ଦେଖି କେସିଙ୍ଗାବାସୀ ଓ ବୁଦ୍ଧିଜୀବୀମାନେ ନୂତନ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଥିଲେ। ପରେ ରାଜ୍ୟ ସରକାର ନୂତନ ଏକ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ନିର୍ମାଣ ପାଇଁ ୫୦ଲକ୍ଷ ଅର୍ଥ ମଞ୍ଜୁର କରିଛନ୍ତି। ଏହି ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ନିର୍ମାଣ ପାଇଁ ଭୁବନେଶ୍ୱରର ଜଣେ ଠିକାଦାରଙ୍କୁ ଟେଣ୍ଡର ପ୍ରଦାନ କରାଯାଇଛି। ଗତ ଫେବୃୟାରୀରେ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି। କୌଣସି କାରଣରୁ ଠିକାଦାର ନିର୍ମାଣ କାର୍ଯ୍ୟରେ ବିଳମ୍ବ କରିବାରୁ ରାଜ୍ୟ ସରକାର ସିଡିଭିଓମାନଙ୍କୁ ଦୁଇ ମାସ ମଧ୍ୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସରଣ କରି କଳାହାଣ୍ଡି ସିଡିଭିଓ ଆସନ୍ତା ଦୁଇ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଠିକାଦାରଙ୍କୁ ତାଗିତ କରିଛନ୍ତି। ସୂଚନାଯୋଗ୍ୟ ଯେ, କେସିଙ୍ଗା ବ୍ଲକରେ ୨୫ ହଜାର ଗାଈବଳଦ ଥିବା ବେଳେ ମଇଁଷି ୫୦୦, ଛେଳି ୨୪ ହଜାର, ମେଣ୍ଢା ୪୫୦୦, କୁକୁଡ଼ା ଓ ବତକ ୧ ଲକ୍ଷ୨୦ ହଜାର, ଘୁଷୁରୀ ୧୦୦, ବୟଲର କୁକୁଡ଼ା ୧ ଲକ୍ଷ ଅଛନ୍ତି। ଚାଷୀମାନେ ଗାଈ, ବଳଦ, ଛେଳି, ମେଣ୍ଢା ଚିକିତ୍ସା ପାଇଁ ପ୍ରାଣି ଚିକିତ୍ସାଳୟକୁ ଆଣିଲେ ଖରା ବର୍ଷାଋତୁରେ ଚାଷୀମାନେ ରହିବା ପାଇଁ ଜାଗା ନ ଥିବାରୁ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସବୁ ସମସ୍ୟା ଦୂର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ୨ ମାସ ମଧ୍ୟରେ ଶେଷ କରିବାକୁ ଠିକାଦାରଙ୍କୁ ସିଡିଭିଓ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଏ ନେଇ ସିଡିଭିଓ ଡ଼.ହେମନ୍ତ କୁମାର ପ୍ରଧାନଙ୍କୁ ପଚାରିବାରୁ ରାଜ୍ୟ ସରକାର ନିର୍ଦ୍ଦେଶ ଅନୁଯାୟୀ ଅତିଶୀଘ୍ର ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ଶେଷ କରିବାକୁ ଠିକାଦାରଙ୍କୁ କୁହାଯାଇଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri