ବାତ୍ୟା ନିରୋଧୀ ବନୀକରଣ ସୃଷ୍ଟି କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୩।୩: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ପୁରୀ ଗସ୍ତରେ ଆସି ଜିଲାରେ ଚାଲିଥିବା ବନୀକରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଉପକୂଳବର୍ତ୍ତୀ ଜିଲା ହୋଇଥିବାରୁ ପୁରୀରେ ବାତ୍ୟା ନିରୋଧୀ ବନୀକରଣ ସୃଷ୍ଟି କରିବାକୁ ଚାରାରୋପଣ ନିମନ୍ତେ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ। ଅସ୍ତରଙ୍ଗ ଓ କାକଟପୁର ସମେତ ବନଖଣ୍ଡ-ଅଭୟାରଣ୍ୟ, ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ରୋଡ୍‌, ନୂଆ ମୁହାଣ ଅଞ୍ଚଳ, ପୁରୀ-ସାତପଡ଼ା, ଜାତୀୟ ରାଜପଥ ଓ ଜିଲାର ଅନ୍ୟାନ୍ୟ ଅଞ୍ଚଳରେ ହେଉଥିବା ଚାରାରୋପଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ବର, ଅଶ୍ୱସ୍ତ, ଆକାଶିଆ, କାଜୁ ଓ ଝାମୁ ଗଛ ଲଗାଇବା, ମୃତ୍ତିକା କ୍ଷୟ ରୋକିବା, ବାଲିବନ୍ଧ ସୁରକ୍ଷା ଓ ଅସ୍ତରଙ୍ଗର ତଣ୍ଡାଘର ଅଞ୍ଚଳକୁ ସମୁଦ୍ରପାଣି ପ୍ରବେଶ ରୋକିବା ନିମନ୍ତେ କିଆବାଡ଼ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଗତବର୍ଷ ଜିଲାରେ ୧,୭୮,୩୭୫ ଚାରାରୋପଣ ସହ ୧,୦୦୦,୪୬ ହଜାର ଚାରା ବଣ୍ଟନ କରାଯାଇଥିଲା। ଆସନ୍ତା ବର୍ଷ ୭୭୧.୧ ହେକ୍ଟର ଅଞ୍ଚଳରେ ୬,୮୫,୨୫୦ ଚାରାରୋପଣ ପାଇଁ ଲକ୍ଷ୍ୟ ରହିଥିବା ଜିଲା ବନଖଣ୍ଡ ଅଧିକାରୀ ସୂଚନା ଦେଇଥିଲେ। ଜିଲାପାଳ ସମର୍ଥ ବର୍ମା, ଡିଏଫ୍‌ଓ ପି.ରାମସ୍ବାମୀ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ, ଜଳସେଚନ ଅଧୀକ୍ଷଣ ଯନ୍ତ୍ରୀ ପ୍ରଶାନ୍ତ କୁମାର ଦାସ, ୱାଟ୍‌କୋ ଜେନେରାଲ ମ୍ୟାନେଜର ଶରତ ମିଶ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri