ସମ୍ପାଦକଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ,୫।୪(ସ୍ବ.ପ୍ର.): ସମବାୟ ସମିତିରେ ଧାନକିଣା ହେରଫେରକୁ ନେଇ କେନ୍ଦ୍ରାପଡ଼ା ଏଆରସିଏସ୍‌ ସମବାୟ ସମ୍ପାଦକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଆପରାଧିକ ମାମଲା ରୁଜୁ କରିବାକୁ ସମବାୟ ସଭାପତିଙ୍କୁ ଚିଠି କରିଛନ୍ତି। ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ କ୍ରମାଗତ ଧାନକିଣାରେ ଦୁର୍ନୀତି, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା, ଫଲ୍‌ସ ଏଣ୍ଟ୍ରିରେ ପଞ୍ଜୀକରଣ ଓ ପ୍ରକୃତ ଚାଷୀମାନେ ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। ନକଲି ଚାଷୀ, ଠକ ବେପାରୀମାନେ ମଣ୍ଡି କର୍ମଚାରୀଙ୍କ ସହ ଅସାଧୁ ମେଣ୍ଟ କରି ଧାନ ବିକ୍ରି ନିମନ୍ତେ ଟୋକନ ହାତେଇବା ସହ ସରକାରୀ ଏମ୍‌ଏସ୍‌ପିକୁ ହରିଲୁଟ କରୁଛନ୍ତି ବୋଲି ଚାଷୀମାନେ ଅଭିଯୋଗ କରିଥିଲେ। ପଟ୍ଟାମୁଣ୍ଡାଇ ବ୍ଲକର ୧୪ ମଣ୍ଡିରେ ୫,୮୮୩ ଜଣ ଚାଷୀ ଧାନ ବିକ୍ରି ପାଇଁ ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ପାଖରୁ ୧ ଲକ୍ଷ ୭୮ ହଜାର ୪୩୬ କୁଇଣ୍ଟାଲ ୩୨ କିଲୋ ଧାନକିଣା ହୋଇଥିଲା। ଅଧିକାଂଶ ସମବାୟ ସମିତିରେ ଭୂତ ଚାଷୀ ଧାନ ଦେଇଥିବା ପଛରେ ଏକ ବଡ଼ଧରଣର ଦୁର୍ନୀତି ହୋଇଥିବା ନେଇ ଚାଷୀମାନେ ଅଭିଯୋଗ କରିଥିଲେ। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ଖଡିଅଣ୍ଟା, ବଡ଼ପଡ଼ା, ସଂସାରଫଳ, ଶ୍ୟାମସୁନ୍ଦରପୁର, ଚନ୍ଦନନଗର, କଷଣଅଣ୍ଟା, ବଡ଼ମୂଳବସନ୍ତ ପ୍ରଭୃତି ସମବାୟ ସମିତିରେ ଯେଉଁ ଚାଷୀମାନଙ୍କ ଜମି ଓ ସ୍ବତ୍ୱ ପ୍ରମାଣପତ୍ର ନ ଥିଲା, ସେମାନେ ନାମ ପଞ୍ଜୀକରଣ କରି ଧାନ ବିକ୍ରି କରିଥିବା ଅଭିଯୋଗ ହେଉଥିଲା। ଏହା ତଦନ୍ତସାପେକ୍ଷ ବୋଲି ଚାଷୀମାନେ ଅଭିଯୋଗ କରିଥିଲେ। ଏହାକୁ ବିଚାରକୁ ନେଇ ଏଆର୍‌ସିଏସ୍‌ ସୋମବାର ଚିଠି ନଂ. ୧୩୩୬/୨୩ରେ ବଡ଼ପଡା ସମିତିର ସଭାପତି ଓ ୧୩୪୨/୨୩ରେ ଖଡିଅଣ୍ଟା ସମବାୟ ସମିତିର ସଭାପତି ଦାୟିତ୍ୱରେ ଥିବା ଆଡ୍‌ମିନିଷ୍ଟ୍ରେଟରଙ୍କୁ ଚିଠି କରିଛନ୍ତି। ଏଥିସହ କେନ୍ଦ୍ରାପଡ଼ା ଜିଲାପାଳ, ଜିଲା ଯୋଗାଣ ବିଭାଗ ଅଧିକାରୀ, ସମବାୟ ସମିତିର ଡେପୁଟି ରେଜିଷ୍ଟ୍ରାର, ଓଡ଼ିଶା ସମବାୟ ସମିତିର ରେଜିଷ୍ଟ୍ରାର ଭୁବନେଶ୍ୱର ଓ କଟକ କେନ୍ଦ୍ର ସମବୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ପରିଚାଳକଙ୍କୁ ମଧ୍ୟ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri