ଖାଲିଥିବା ଅକ୍ସିଜେନ୍‌ ସିଲିଣ୍ଡର ଭର୍ତ୍ତି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଉତ୍ସର୍ଗୀକୃତ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ର (ଡିସିଏଚ୍‌ସି), ଉତ୍ସର୍ଗୀକୃତ କୋଭିଡ୍‌ ହସ୍ପିଟାଲ (ଡିସିଏଚ୍‌) ଏବଂ କୋଭିଡ୍‌ କେୟାର ସେଣ୍ଟର(ସିସିସି)ଗୁଡ଼ିକରେ ଥିବା ଖାଲି ଅକ୍ସିଜେନ ସିଲିଣ୍ଡରକୁ ତୁରନ୍ତ ଭର୍ତ୍ତି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ସରକାରୀ ମେଡିକାଲ କଲେଜ ସୁପରିଣ୍ଟେଣ୍ଡେଣ୍ଟ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ଆଗକୁ ଡିସିଏଚ୍‌ସି, ଡିସିଏଚ୍‌ ଓ ସିସିସିରେ ଅକ୍ସିଜେନ ଚାହିଦା ମେଣ୍ଟାଇବା ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସ୍ବତନ୍ତ୍ର ପଦ୍ଧତି ଆପଣାଇବାକୁ କୁହାଯାଇଛି। ଜିଲାର ଡ୍ରଗ୍‌ ଇନ୍ସପେକ୍ଟର ଖାଲି ସିଲିଣ୍ଡରଗୁଡ଼ିକ ନିର୍ଦ୍ଧାରିତ ଫିଲରଙ୍କ ନିକଟକୁ ଠିକ୍‌ ସମୟରେ ପଠାଇ ନିଶ୍ଚିତ କରାଇବେ ଓ ଫିଲର ମଧ୍ୟ ଠିକ୍‌ ସମୟରେ ଅକ୍ସିଜେନ ଭର୍ତ୍ତି କରି ପ୍ରତିପକ୍ଷଙ୍କୁ ଜଣାଇବେ। ମେଡିକାଲ ଅଧୀକ୍ଷକ/ସିଡିଏମ୍‌ଓ ଏବଂ ପିଏଚ୍‌ଓଙ୍କ ପରାମର୍ଶରେ ଡ୍ରଗ ଇନ୍ସପେକ୍ଟର ୩ ରୁ ୪ ସିସିସି ପାଇଁ ଏକ ସଂଗ୍ରହ ପଏଣ୍ଟ ଚିହ୍ନଟ କରିବେ ଓ ପ୍ରତ୍ୟେକ ସଂଗ୍ରହ ପଏଣ୍ଟରେ ପରିବହନ ଯାନ ପ୍ରସ୍ତୁତ ରଖିବେ। ଏଥିସହ ଜିପିଏସ୍‌ ଟ୍ୟାଗିଂ ପାଇଁ ସ୍ଥାନୀୟ ଡ୍ରଗ୍‌ ଇନ୍ସପେକ୍ଟରଙ୍କୁ ଏହି ଯାନଗୁଡ଼ିକର ସମ୍ପୂର୍ଣ୍ଣ ତଥ୍ୟ ଦେବା ଜରୁରୀ ବୋଲି ଚିଠିରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri