Posted inଭଦ୍ରକ

ନିର୍ଦ୍ଧାରିତ ସମୟ ପୂର୍ବରୁ ସାରିବାକୁ ନିର୍ଦ୍ଦେଶ

ଆରଡ଼ି, ୧୦ା୨ (ଡି.ଏନ.ଏ.)  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ପଞ୍ଚାୟତ ମଠଡିହ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଅନ୍ତର୍ଭୁକ୍ତ କରାଯାଇଛି। ଏଥିନିମନ୍ତେ ଇ ସ୍ମାର୍ଟ କ୍ଲାସରୁମ୍‌, ଇ ଲାଇବ୍ରେରୀ, ସାଇନ୍ସ ଲ୍ୟାବ୍‌, ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ପ୍ରାୟ ଦୁଇମାସ ହେଲା ଆରମ୍ଭ ହୋଇଯାଇଛି। ନିର୍ମାଣ କାର୍ଯ୍ୟ ସରିବାକୁ ଆଉ ୧ ସପ୍ତାହ ବାକି ଥିବାବେଳେ ଏହା ମନ୍ଥର ଗତିରେ ଚାଲିଥିବା ନେଇ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ଏହି ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ପ୍ରକଳ୍ପ ନିର୍ଦ୍ଦେଶକ ନାୟକ ବୁଧବାର ଅଚାନକ ଉକ୍ତ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ନିର୍ମାଣ କାର୍ଯ୍ୟ ଦେଖି ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଦାୟିତ୍ୱରେ ଥିବା ଆସିଷ୍ଟାଣ୍ଟ ଇଞ୍ଜିନିୟର ସଦାନନ୍ଦ ଜେନାଙ୍କୁ କାର୍ଯ୍ୟର ମନ୍ଥରତା ନେଇ ପ୍ରଶ୍ନ କରିଥିଲେ। ନିର୍ଦ୍ଧାରିତ ସମୟ ପୂର୍ବରୁ କାର୍ଯ୍ୟ ସାରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ଯୋଗୁ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତି ନିର୍ମାଣ କାର୍ଯ୍ୟ ବିଳମ୍ବର କାରଣ ବୋଲି ଜଣେ ଅଧିକାରୀ କହିଥିଲେ। ପରେ ପ୍ରକଳ୍ପ ନିର୍ଦ୍ଦେଶକ ନାୟକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ବନିତା ପୃଷ୍ଟି, ମୋ ସ୍କୁଲ ଅଭିଯାନ ସଭାପତି ଦୀପ୍ତି ରଞ୍ଜନ ନାୟକଙ୍କ ସହ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri