Posted inଭଦ୍ରକ

ନିର୍ଦ୍ଧାରିତ ସମୟ ପୂର୍ବରୁ ସାରିବାକୁ ନିର୍ଦ୍ଦେଶ

ଆରଡ଼ି, ୧୦ା୨ (ଡି.ଏନ.ଏ.)  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ପଞ୍ଚାୟତ ମଠଡିହ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଅନ୍ତର୍ଭୁକ୍ତ କରାଯାଇଛି। ଏଥିନିମନ୍ତେ ଇ ସ୍ମାର୍ଟ କ୍ଲାସରୁମ୍‌, ଇ ଲାଇବ୍ରେରୀ, ସାଇନ୍ସ ଲ୍ୟାବ୍‌, ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ପ୍ରାୟ ଦୁଇମାସ ହେଲା ଆରମ୍ଭ ହୋଇଯାଇଛି। ନିର୍ମାଣ କାର୍ଯ୍ୟ ସରିବାକୁ ଆଉ ୧ ସପ୍ତାହ ବାକି ଥିବାବେଳେ ଏହା ମନ୍ଥର ଗତିରେ ଚାଲିଥିବା ନେଇ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ଏହି ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ପ୍ରକଳ୍ପ ନିର୍ଦ୍ଦେଶକ ନାୟକ ବୁଧବାର ଅଚାନକ ଉକ୍ତ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ନିର୍ମାଣ କାର୍ଯ୍ୟ ଦେଖି ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଦାୟିତ୍ୱରେ ଥିବା ଆସିଷ୍ଟାଣ୍ଟ ଇଞ୍ଜିନିୟର ସଦାନନ୍ଦ ଜେନାଙ୍କୁ କାର୍ଯ୍ୟର ମନ୍ଥରତା ନେଇ ପ୍ରଶ୍ନ କରିଥିଲେ। ନିର୍ଦ୍ଧାରିତ ସମୟ ପୂର୍ବରୁ କାର୍ଯ୍ୟ ସାରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ଯୋଗୁ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତି ନିର୍ମାଣ କାର୍ଯ୍ୟ ବିଳମ୍ବର କାରଣ ବୋଲି ଜଣେ ଅଧିକାରୀ କହିଥିଲେ। ପରେ ପ୍ରକଳ୍ପ ନିର୍ଦ୍ଦେଶକ ନାୟକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ବନିତା ପୃଷ୍ଟି, ମୋ ସ୍କୁଲ ଅଭିଯାନ ସଭାପତି ଦୀପ୍ତି ରଞ୍ଜନ ନାୟକଙ୍କ ସହ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri