ନିର୍ଦ୍ଦିଷ୍ଟ ସମୟରେ ସୂଚନା ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୬।୩: ସୂଚନା ଅଧିକାର ଆଇନ (ଆର୍‌ଟିଆଇ)ରେ ମିଳୁନି ଜେଲ ସୂଚନା ପ୍ରସଙ୍ଗରେ ରାଜ୍ୟ ଗୃହ ବିଭାଗର ଜନସୂଚନା ଅଧିକାରୀଙ୍କ ଚିଠି ଆଧାରରେ ଜେଲ ନିର୍ଦ୍ଦେଶାଳୟର ପ୍ରଶାସନିକ ଅଧିକାରୀ ତଥା ପିଆଇଓ (ଜନ ସୂଚନା ଅଧିକାରୀ) ତତ୍ପରତା ଦେଖାଇଛନ୍ତି। ଆବେଦନକାରୀ ଡ. ସୁନୀଲ କୁମାର ରଥଙ୍କ ଆବେଦନକୁ ଭିତ୍ତିକରି ସେ ରାଜ୍ୟର ସମସ୍ତ ଜେଲ ଅଧୀକ୍ଷକଙ୍କୁ ଶୁକ୍ରବାର ପତ୍ର ଲେଖିଛନ୍ତି। ଆବେଦନକାରୀଙ୍କ ଆବେଦନ ଗତ ୮ ତାରିଖରେ ଗ୍ରହଣ ହୋଇଥିବାବେଳେ ତୁରନ୍ତ ସେ ମାଗିଥିବା ସୂଚନାଗୁଡ଼ିକୁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରଦାନ କରିବା ନିମନ୍ତେ ଜେଲ ଅଧୀକ୍ଷକମାନଙ୍କୁ ଲେଖିଥିବା ପତ୍ରରେ ଦର୍ଶାଇଛନ୍ତି।
ଭୁବନେଶ୍ୱର ଝାରପଡ଼ାସ୍ଥିତ ସ୍ବତନ୍ତ୍ର ଜେଲ ସମେତ ରାଜ୍ୟର ବିଭିନ୍ନ ଜେଲ୍‌ରେ ଚାଲିଥିବା ବିଭିନ୍ନ ଅନିୟମିତତା ସମ୍ପର୍କିତ ତଥ୍ୟ ଡ. ରଥ ପାଇବା ପାଇଁ ଆବେଦନ କରିଥିଲେ। ହେଲେ ତାଙ୍କୁ ଆର୍‌ଟିଆଇରେ ସୂଚନା ଦିଆଯାଉ ନ ଥିଲା। ଏ ନେଇ ସେ ଲୋକାୟୁକ୍ତ ଓ ରାଜ୍ୟ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଝାରପଡ଼ା ଜେଲରେ ଅନେକ ଅନିୟମିତତା ତଥା ବେଆଇନ କାର୍ଯ୍ୟକଳାପ ସମ୍ପର୍କରେ ସେ ଜେଲ ଡିଜିଙ୍କୁ ଅବଗତ କରାଇଥିଲେ ବି କୌଣସି ପଦକ୍ଷେପ ନିଆଯାଇନାହିଁ। ଏମିତି କି ଝାରପଡ଼ା ଜେଲ ଭିତରେ ଗୁଟ୍‌ଖା ଦୋକାନ ଖୋଲାଯାଇ ଅନ୍ତେବାସୀଙ୍କୁ ବିକ୍ରି କରାଯାଉଥିବା ସେ ପିଟିଶନ୍‌ରେ ଉଲ୍ଲେଖ କରିଛନ୍ତି। ଜେଲ ଡିଜିଙ୍କୁ ସୂଚନା ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେବାକୁ ଲୋକାୟୁକ୍ତଙ୍କୁ ସେ ନିବେଦନ କରିଥିଲେ। ସେହିପରି ଝାରପଡ଼ା ଜେଲ୍‌ର ଜେଲର୍‌ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ରାଜ୍ୟ ଭିଜିଲାନ୍ସରେ ମଧ୍ୟ ଆବେଦନକାରୀ ଅଭିଯୋଗ କରିଛନ୍ତି। ଜେଲର କାହିଁକି ସୂଚନା ଅଧିକାର ଆଇନରେ ସୂଚନା ପ୍ରଦାନ କରୁନାହାନ୍ତି ତାହାର ତଦନ୍ତ କରିବାକୁ ସେ ଅଭିଯୋଗରେ ଦର୍ଶାଇଛନ୍ତି।


 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?