ଆଇଟିଆଇ, ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୫ା୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଦକ୍ଷତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି କରିବା ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତବର୍ଷ ଉଭୟ ବିଭାଗରେ ୫୦% ଛାତ୍ରୀଙ୍କ ନାମ ପଞ୍ଜୀକରଣ କରିବା ପାଇଁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ପାଇଁ ରହିଥିବା ସୁବିଧା, ସୁଦକ୍ଷା ଯୋଜନାରେ ନିଃଶୁଳ୍କ ପ୍ରଶିକ୍ଷଣ ବିଷୟରେ ଅବଗତ କରାଇଥିଲେ। ୧୦ମ ପାସ୍‌, ୧୦ମ ଫେଲ୍‌, ଅଧାରୁ ପାଠ ଛାଡ଼ିଥିବା ଛାତ୍ରୀ, ଆଦୃତା ଅନ୍ତେବାସିନୀ, ଗରିବ ଛାତ୍ରୀଙ୍କୁ ଆଇଟିଆଇ, ପଲିଟେକ୍‌ନିକ ଏବଂ ଆରଏସ୍‌ଇଟିର ପଞ୍ଜୀକରଣ କରିବାକୁ କହିଥିଲେ। ସେହିପରି ଜେଲ ଅନ୍ତେବାସୀଙ୍କୁ ଆତ୍ମନିର୍ଭରଶୀଳ କରାଇବା ପାଇଁ ପ୍ରଶିକ୍ଷଣ ଦେବାକୁ ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ପରାମର୍ଶ ଦିଆଯାଇଛି।
ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ବିଷୟରେ ପ୍ରଶିକ୍ଷଣ ଦିଆଯାଉଛି। ଏଥିରେ ଅଂଶଗ୍ରହଣ କରିବା ଲାଗି ଯେପରି ଅଧିକରୁ ଅଧିକ ଛାତ୍ରୀ ପଞ୍ଜୀକୃତ ହେବେ ସେ ଦିଗରେ ଗୁରୁତ୍ୱାରୋପ କରାଯାଇଥିଲା। ଏଥିସହ ଓଡ଼ିଶା ଦକ୍ଷତା ବିକାଶ ପରିଷଦ ଅଧ୍ୟକ୍ଷ ସୁବ୍ରତ୍‌ ବାଗ୍‌ଚୀଙ୍କ ଜ୍ଞାନ ଅଧିବେଶନର ୪ଟି ମୁଖ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ଏସ୍‌ସି/ଏସ୍‌ଟି ବିଭାଗର ନିର୍ଦ୍ଦେଶକ ଏଲ୍‌.କେ. ମଲ୍ଲିକ, ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ଶ୍ରମ ଅଧିକାରୀ ସତ୍ୟନାରାୟଣ ଆଚାର୍ଯ୍ୟ, ଆରଏସ୍‌ଇଟିର ନିର୍ଦ୍ଦେଶକ ବିଶ୍ୱ ଭାରତୀ ସାହୁ, ଜନ ଶିକ୍ଷଣ ସଂସ୍ଥାନ ନିର୍ଦ୍ଦେଶକ ମାନସ ରଞ୍ଜନ ଦାସ, ଜିଲା ନିୟୋଜନ ଅଧିକାରୀ କେ. ରୋଜା ଦୋରାଙ୍କ ସମେତ ସମସ୍ତ ବିଡିଓ ଓ ତହସିଲଦାର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri