ଆଇଟିଆଇ, ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୫ା୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଦକ୍ଷତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି କରିବା ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତବର୍ଷ ଉଭୟ ବିଭାଗରେ ୫୦% ଛାତ୍ରୀଙ୍କ ନାମ ପଞ୍ଜୀକରଣ କରିବା ପାଇଁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ପାଇଁ ରହିଥିବା ସୁବିଧା, ସୁଦକ୍ଷା ଯୋଜନାରେ ନିଃଶୁଳ୍କ ପ୍ରଶିକ୍ଷଣ ବିଷୟରେ ଅବଗତ କରାଇଥିଲେ। ୧୦ମ ପାସ୍‌, ୧୦ମ ଫେଲ୍‌, ଅଧାରୁ ପାଠ ଛାଡ଼ିଥିବା ଛାତ୍ରୀ, ଆଦୃତା ଅନ୍ତେବାସିନୀ, ଗରିବ ଛାତ୍ରୀଙ୍କୁ ଆଇଟିଆଇ, ପଲିଟେକ୍‌ନିକ ଏବଂ ଆରଏସ୍‌ଇଟିର ପଞ୍ଜୀକରଣ କରିବାକୁ କହିଥିଲେ। ସେହିପରି ଜେଲ ଅନ୍ତେବାସୀଙ୍କୁ ଆତ୍ମନିର୍ଭରଶୀଳ କରାଇବା ପାଇଁ ପ୍ରଶିକ୍ଷଣ ଦେବାକୁ ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ପରାମର୍ଶ ଦିଆଯାଇଛି।
ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ବିଷୟରେ ପ୍ରଶିକ୍ଷଣ ଦିଆଯାଉଛି। ଏଥିରେ ଅଂଶଗ୍ରହଣ କରିବା ଲାଗି ଯେପରି ଅଧିକରୁ ଅଧିକ ଛାତ୍ରୀ ପଞ୍ଜୀକୃତ ହେବେ ସେ ଦିଗରେ ଗୁରୁତ୍ୱାରୋପ କରାଯାଇଥିଲା। ଏଥିସହ ଓଡ଼ିଶା ଦକ୍ଷତା ବିକାଶ ପରିଷଦ ଅଧ୍ୟକ୍ଷ ସୁବ୍ରତ୍‌ ବାଗ୍‌ଚୀଙ୍କ ଜ୍ଞାନ ଅଧିବେଶନର ୪ଟି ମୁଖ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ଏସ୍‌ସି/ଏସ୍‌ଟି ବିଭାଗର ନିର୍ଦ୍ଦେଶକ ଏଲ୍‌.କେ. ମଲ୍ଲିକ, ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ଶ୍ରମ ଅଧିକାରୀ ସତ୍ୟନାରାୟଣ ଆଚାର୍ଯ୍ୟ, ଆରଏସ୍‌ଇଟିର ନିର୍ଦ୍ଦେଶକ ବିଶ୍ୱ ଭାରତୀ ସାହୁ, ଜନ ଶିକ୍ଷଣ ସଂସ୍ଥାନ ନିର୍ଦ୍ଦେଶକ ମାନସ ରଞ୍ଜନ ଦାସ, ଜିଲା ନିୟୋଜନ ଅଧିକାରୀ କେ. ରୋଜା ଦୋରାଙ୍କ ସମେତ ସମସ୍ତ ବିଡିଓ ଓ ତହସିଲଦାର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?