ଠିକାସଂସ୍ଥା ନାମରେ ଫୌଜଦାରି ମାମଲା ରୁଜୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ତାଳଚେର ୫୩ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥା କୁନାଳ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ହୋଇଛି। ଏହି ମର୍ମରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ର ୨ ଜଣିଆ ଖଣ୍ଡପୀଠ ଜଷ୍ଟିସ ବି. ଅମିତ ସ୍ଥାଳେକର ଏବଂ ଏକ୍ସପର୍ଟ ମେମ୍ବର ପ୍ରଫେସର ଏ. ସେନ୍ଥିଲ ଭେଲ ମଙ୍ଗଳବାର ଏକ ମାମଲାର ଚୂଡ଼ାନ୍ତ ଶୁଣାଣୀ କରି ୧୫ ଦିନ ମଧ୍ୟରେ ନିର୍ଦ୍ଦେଶର ଅନୁପାଳନ କରିବାକୁ ଢେଙ୍କାନାଳ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅଭିଯୋଗ ଅନୁସାରେ ବହ୍ଲର ଛକଠାରୁ କାମାକ୍ଷାନଗର ପର୍ଯ୍ୟନ୍ତ ରାସ୍ତା ନିର୍ମାଣାଧୀନ ଥିବାବେଳେ ଠିକାସଂସ୍ଥା କୁନାଲ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ କାମାକ୍ଷାନଗର ଓ ପରଜଙ୍ଗ ତହସିଲ ଅଞ୍ଚଳରୁ ବେଆଇନ ଭାବେ ମାଟି,ମୋରମ, ଚିପ୍ସ ଖନନ କରି ଉତ୍ତୋଳନ କରିଆସୁଥିଲା। ଏହାସହ ଆଇନ ଉଲ୍ଲଂଘନ କରି ଜଙ୍ଗଲ କିସମ, ଅବାଦଯୋଗ୍ୟ ଅନାବାଦୀ, ଗୋଚର କିସମ ସରକାରୀ ଜମିରୁ ବେଆଇନ ଭାବେ ମାଟି, ମୋରମ, ପଥର ଉତ୍ତୋଳନ କରୁଥିବା ନେଇ ୨୦୨୦ରେ ସାମାଜିକ କର୍ମୀ ଶାନ୍ତନୁ କୁମାର ଭୁକ୍ତା ଏନ୍‌ଜିଟିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏନେଇ ଏନ୍‌ଜିଟିରେ ୧୦/୨୦୨୦/ଇଜେଡରେ ଏକ ମାମଲା ରୁଜୁ ହୋଇଥିଲା। ବିଗତ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ମାମଲାର ଚୂଡ଼ାନ୍ତ ଶୁଣାଣୀ ହୋଇଛି। ଏନ୍‌ଜିଟି ରାୟରେ ଆହୁରି ପ୍ରକାଶ କରିଛନ୍ତି, କୁନାଲ ନାମକ ଠିକା ସଂସ୍ଥା ସମୁଦାୟ ୬୬ ଟି ଜଙ୍ଗଲ ଜମି, ସରକାରୀ ଜମି ଓ ଘରୋଇ କିସମ ଜମିରୁ ବେଆଇନ ଭାବେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ କରିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ କୌଣସି ଫୌଜଦାରୀ ମାମଲା ରୁଜୁ ହୋଇ ନାହିଁ। ତେଣୁ ଓଡ଼ିଶା ମାଇନର ମିନେରାଲ କନସେଶନ ରୁଲ୍ସ-୨୦୧୬ର ଧାରା ୫୧ ଅନୁସାରେ ଠିକାସଂସ୍ଥା ନାମରେ ଫୌଜଦାରୀ ମାମଲା ସହିତ ବେଆଇନ ଭାବେ ଉତ୍ତୋଳନ କରିଥିବା ଲଘୁ ଖଣିଜ ଦ୍ରବ୍ୟର ସମସ୍ତ ସ୍ଥାନଗୁଡ଼ିକର ପରିବେଶ କ୍ଷୟକ୍ଷତି ଭରଣ ନିମନ୍ତେ ଆବଶ୍ୟକ ଜରିମାନା ଆଦାୟ କରିବା ପାଇଁ ଢେଙ୍କାନାଳ ଜିଲାପାଳଙ୍କୁ ନିର୍ଦ୍ଦେଶ ହୋଇଛି। ଅଭିଯୋଗକାରୀଙ୍କ ପକ୍ଷରୁ ଆଇନଜୀବୀ ଶଙ୍କରପ୍ରସାଦ ପାଣି ମାମଲାର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri