ପ୍ରଶ୍ନପତ୍ର ଅଦଳବଦଳର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୫।୮(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସରେଗୁଲାର ପ୍ରଶ୍ନପତ୍ର ମିଳିବା ଘଟଣାର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ମାଟ୍ରିକ ପରୀକ୍ଷାରେ ରେଗୁଲାର ଛାତ୍ରୀଛାତ୍ରଙ୍କୁ ୨୦୧୪ର ଏକ୍ସ ରେଗୁଲାର ପ୍ରଶ୍ନପତ୍ର ଏବଂ ଏକ୍ସ ରେଗୁଲାର ପିଲାଙ୍କୁ ରେଗୁଲାର ପ୍ରଶ୍ନପତ୍ର ମିଳିଥିଲା। କଟକସ୍ଥିତ ସେକେଣ୍ଡାରି ବୋର୍ଡ ହାଇସ୍କୁଲରେ ହେଉଥିବା ଅଫ୍‌ଲାଇନ୍‌ ମାଟ୍ରିକ୍‌ ପରୀକ୍ଷାରେ ଏଭଳି ବିଭ୍ରାଟ ଦେଖିବାକୁ ମିଳିଥିଲା। ଏଭଳି ତ୍ରୁଟି ଜଣାପଡ଼ିବା ପରେ ସ୍କୁଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପିଲାଙ୍କୁ ଅତିରିକ୍ତ ୧ଘଣ୍ଟା ସମୟ ଦିଆଯାଇଥିଲା। କିନ୍ତୁ ସେତେବେଳକୁ କେତେଜଣ ପିଲା ପ୍ରଥମ ପେପର ପରୀକ୍ଷା ଦେଇସାରିଥିଲେ। ଏଥିପାଇଁ ପିଲାଙ୍କୁ ହଲ୍‌ରେ ୩ଘଣ୍ଟାରୁ ଅଧିକ ସମୟ ବସିବାକୁ ପଡ଼ିଥିଲା। ଏଭଳି ତ୍ରୁଟିର ଶିକାର ହୋଇଥିବା ପାଖାପାଖି ୨୦ ଜଣ ପରୀକ୍ଷାର୍ଥୀ ସେମାନଙ୍କୁ ନ୍ୟାୟ ଦେବାକୁ ବୋର୍ଡ ସମ୍ପାଦକଙ୍କୁ ଏକ ସ୍ମାରକପତ୍ର ଦେଇଛନ୍ତି। ଘଟଣା ସମ୍ପର୍କରେ ମନ୍ତ୍ରୀ ଜାଣିବା ପରେ ଏହାର ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଯେଉଁମାନଙ୍କ ପାଇଁ ଏଭଳି ଭୁଲ ହୋଇଛି ଆବଶ୍ୟକ ହେଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କୁ ଭୋଟ ଦେବାକୁ ନିବେଦନ 

କେନ୍ଦ୍ରାପଡ଼ା ଅଫିସ,୧୭।୭: ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ନିର୍ବାଚନ ପ୍ରଚାରକୁ ବୁଧବାର...

ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡ(ଏମ୍‌ସିଏଲ) ଦ୍ୱାରା ଦିଆଯାଇଥିବା ଏହି ପ୍ରସ୍ତାବକୁ ଗୁରୁବାର...

ଆଇଆଇଟି ଖୋଜିବ ଭୂସ୍ଖଳନ ଅଞ୍ଚଳ: ଏସ୍‌ଆର୍‌ସି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟର ଭୂସ୍ଖଳନ ଅଞ୍ଚଳ ଚିହ୍ନଟ କରିବାକୁ ଆଇଆଇଟି ମୁମ୍ବାଇକୁ ଦାୟିତ୍ୱ ଦିଆଯାଇଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା...

ଯୁକ୍ତ ୩ ନାମଲେଖା ୧୮ ଯାଏ ବଢ଼ିଲା: ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର,୧୭।୯ (ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇଦିନ ବୃଦ୍ଧି କରାଯାଇଛି। ଗତ ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା...

ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ୱର ଅଫିସ, ୯।୭ ଭୁବନେଶ୍ୱରସ୍ଥିତ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ବାଲେଶ୍ୱର...

ପଞ୍ଚାୟତ ଜନ ପ୍ରତିନିଧିଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡ଼ିଶାରେ ନବ ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କର ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର...

ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆଇଆଇଏମ୍‌ ନୂତନ କ୍ୟାମ୍ପସ

ସମ୍ବଲପୁର,୨୯ା୧(ବ୍ୟୁରୋ): ସମ୍ବଲପୁରର ଭାରତୀୟ ପ୍ରବନ୍ଧନ ସଂସ୍ଥାନ (ଆଇଆଇଏମ୍‌)ର ନିଜସ୍ବ ସ୍ଥାୟୀ କ୍ୟାମ୍ପସ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ। ଏ ନେଇ ଆଇଆଇଏମ୍‌ କର୍ତ୍ତୃପକ୍ଷ...

ଓଡ଼ିଶାର ୪ ପୋଲିସ ଅଧିକାରୀ ହେବେ ସମ୍ମାନିତ

ଭୁବନେଶ୍ୱର,୧୨।୮(ବ୍ୟୁରୋ): କେନ୍ଦ୍ର ଗୃହ ମନ୍ତ୍ରାଣାଳୟ ପକ୍ଷରୁ ଦେଶର ୧୫୧ ପୋଲିସ ଅଧିକାରୀଙ୍କୁ ସମ୍ମାନିତ କରାଯିବ। ସେମାନଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ପୋଲିସ ଅଧିକାରୀଙ୍କ ନାମ...

Advertisement
Archives

Model This Week