୭ ସପ୍ତାହରେ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ

ନିଆଳି,୧୮ା୫(ଡି.ଏନ୍‌.ଏ.): ସରକାରଙ୍କ ନିକଟରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରାଯାଇ ନିଆଳି ପଞ୍ଚାୟତ ଅଧୀନ ଦିନାସିଂହପାଟଣା ପ୍ରାଥମିକ ବିଦ୍ୟାଳୟକୁ ବିଦ୍ୟାଳୟ ମିଶ୍ରଣ ଯୋଜନାରେ ନିଆଳି ହାଇସ୍କୁଲ ସହିତ ମିଶାଇ ଦିଆଯାଇଥିଲା। ଏ ସମ୍ପର୍କରେ ଜଣାପଡିବା ପରେ ଦିନାସିଂହପାଟଣା, ବାରବୋଡିଆ, ହରିଶପୁର ଗ୍ରାମବାସୀ ଶିକ୍ଷା ବିଭାଗର ଉଚ୍ଚପଦସ୍ଥ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଜଣାଇଥିଲେ। ହେଲେ ଏନେଇ କୌଣସି ସୁଫଳ ନ ମିଳିବାରୁ ସେମାନେ ବାଧ୍ୟ ହୋଇ ହାଇକୋର୍ଟରେ ପିଟିଶନ ଦାୟର କରିଥିଲେ। ହାଇକୋର୍ଟ ଏହି ମାମଲାର ବିଚାର କରି ୭ ସପ୍ତାହ ମଧ୍ୟରେ ଉକ୍ତ ବିଦ୍ୟାଳୟରେ ଶିକ୍ଷାଦାନ ସହିତ ନିୟମିତ ଶିକ୍ଷକ ନିଯୁକ୍ତି କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମବାସୀଙ୍କ ପକ୍ଷରୁ ଆଇନଜୀବୀ ନିତ୍ୟାନନ୍ଦ ବେହୁରିଆ ମାମଲା ପରିଚାଳନା କରିଥିଲେ। ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ନେଇ ଗ୍ରାମବାସୀ ଓ ଛାତ୍ରୀଛାତ୍ର ଖୁସିବ୍ୟକ୍ତ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ୨୦ ଜଣରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟକୁ ନିକଟସ୍ଥ ସ୍କୁଲରେ ମିଶ୍ରଣ କରିବା ପାଇଁ ୨୦୨୦ରେ ସରକାର ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଦିନାସିଂହପାଟଣା ପ୍ରାଥମିକ ବିଦ୍ୟାଳୟକୁ ନିଆଳି ହାଇସ୍କୁଲ ସହିତ ମିଶ୍ରଣ କରାଯାଇଥିଲା। ଉକ୍ତ ସ୍କୁଲରେ ଉପରୋକ୍ତ ୩ଟି ଗ୍ରାମର ୩୬ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ଯାଞ୍ଚ କମିଟି ସ ରକାରଙ୍କ ନିକଟରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରିବାରୁ ବିଦ୍ୟାଳୟକୁ ବନ୍ଦ କରିଦିଆଯାଇଥିଲା। ପୂର୍ବତନ ସରପଞ୍ଚ ପ୍ରଶାନ୍ତ ସିଂଙ୍କ ସମେତ ଗ୍ରାମବାସୀ ଏ ସମ୍ପର୍କରେ ଜାଣିବା ପରେ ଜିଲାପାଳ, ଜିଲା ଓ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଏ ନେଇ ଶିକ୍ଷା ବିଭାଗ ପକ୍ଷରୁ ଏକ କମିଟି ଗଠନ କରାଯାଇ ତଦନ୍ତ କରାଯାଇଥିଲା। ଉକ୍ତ କମିଟି ବିଦ୍ୟାଳୟକୁ ଯାଇ ତଦନ୍ତ କରିବା ପରେ ୩୬ ଜଣ ଛାତ୍ରୀଛାତ୍ର ପଢୁଥିବା ଜାଣିବାକୁ ପାଇଥିଲା। ପରେ କମିଟିର ସଦସ୍ୟମାନେ ପତ୍ରସଂଖ୍ୟା ୧୭୮/୧୫ା୧ା୨୦୨୨ରେ ଉକ୍ତ ବିଦ୍ୟାଳୟକୁ ଅନ୍ୟ ବିଦ୍ୟାଳୟ ସହ ମିଶ୍ରଣ ନ କରିବା ପାଇଁ ଜିଲାପାଳ ଓ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଥିଲେ। ଏହାପରେ ଜିଲାପାଳ ପତ୍ରସଂଖ୍ୟା ୨୪୬୮/୧୪ା୭ା୨୦୨୨ରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଓସେପାକୁ ବିଦ୍ୟାଳୟ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଓସେପା କିମ୍ବା ସରକାରଙ୍କ ନିକଟରୁ ବିଦ୍ୟାଳୟ ଖୋଲିବା ପାଇଁ କୌଣସି ନିର୍ଦ୍ଦେଶ ନ ଆସିବାରୁ ଗ୍ରାମବାସୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri