ମୃତାହତଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୧୪ା୩:ହାତୀ ଆକ୍ରମଣଜନିତ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ କ୍ଷତି ପୂରଣ ଦେବା ପାଇଁ ହାଇକୋର୍ଟ ଜଙ୍ଗଲ ବିଭାଗକୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମୁଖ୍ୟ ବନ ସଂରକ୍ଷକ ମନୋଜ ନାୟାର ହାତୀ ମଣିଷକୁ ମାରିଲେ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ରାଶି ବାବଦରେ ୪୦ ଲକ୍ଷ ଟଙ୍କା ଦିଆଯିବ ବୋଲି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନାରେ ହାଇକୋର୍ଟଙ୍କୁ ଅବଗତ କରିଥିଲେ। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଗୌରୀ ଶଙ୍କର ଶତପଥୀଙ୍କ ମିଳିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେବା ସହ ପରବର୍ତ୍ତୀ ଶୁଣାଣି ଆସନ୍ତା ଏପ୍ରିଲ ୨୦ ତାରିଖକୁ ଧାର୍ଯ୍ୟ କରିଛନ୍ତି।
ସୂଚନା ଅନୁସାରେ, ହାତୀ-ମଣିଷ ଲଢ଼େଇକୁ ନେଇ ସୋମବାର ଶୁଣାଣିରେ ହାଇକୋର୍ଟ ଜାଣିବାକୁ ଚାହିଁଥିଲେ, ହାତୀ ଆକ୍ରମଣରେ କେତେ ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ କରାଯାଇଛି। ଗତ ଶୁଣାଣି ଜାନୁୟାରୀ ୧୮ରୁ ଚଳିତ ଶୁଣାଣି ମାର୍ଚ୍ଚ ୧୩ ତାରିଖ ମଧ୍ୟରେ ରାଜ୍ୟରେ ଆହୁରି ୧୪ ହାତୀଙ୍କ ମୃତ୍ୟୁ ହୋଇଛି। କାହାକୁ କ୍ଷତିପୂରଣ ଦିଆଯାଇ ନାହିଁ। ଜିଲାସ୍ତରୀୟ କମିଟି ଏନେଇ ଚୂଡ଼ାନ୍ତ କରିବା ପରେ କ୍ଷତିପୂରଣ ରାଶି ଦେବାକୁ ଯାଉଛୁ ବୋଲି ବନବିଭାଗ ପକ୍ଷରୁ କୁହାଯାଇଥିଲା। ତେବେ ତୁରାମ ପୂର୍ତ୍ତି ମୃତ୍ୟୁ ମାମଲାରେ ଏତଲା ହୋଇଛି ବୋଲି ଜେଟିଏଫ୍‌ ଅତିରିକ୍ତ ଏସ୍‌ପି କହିଥିଲେ। ୩୦୨ରେ ଏତଲା ଦିଆଯାଇଥିବାବେଳେ ବିଭାଗୀୟ ତଦନ୍ତରୁ ତାହା ଆତ୍ମହତ୍ୟା ହୋଇଥିବାରୁ ୩୦୬ ଦଫାରେ ତଦନ୍ତ କରାଯାଉଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ତେବେ ଚାର୍ଜଶିଟ୍‌ କାହିଁକି ଦାଖଲ ହୋଇନାହିଁ ବୋଲି କୋର୍ଟ ପ୍ରଶ୍ନ କରିବା ସହ ଆଗାମୀ ଶୁଣାଣି ପୂର୍ବରୁ ତାହା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆହୁରି ମଧ୍ୟ ଗତ ରବିବାର ଏକ ହାତୀ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛି। ତେଣୁ ରାଜ୍ୟର ୫ଟି ଯାକ ବିଦ୍ୟୁତ ବଣ୍ଟନ କମ୍ପାନୀକୁ ନୋଟିସ ଜାରି କରାଯାଇ ହାତୀମୃତ୍ୟୁ ରୋକିବା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଇଛି ତାହା ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri