ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା କରାଯାଇଛି। ପରୀକ୍ଷାକୁ ବାତିଲ କରିଥିବା ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ୧୦ ଦିନ ମଧ୍ୟରେ ମୂଲ୍ୟାଙ୍କନ ସୂତ୍ର ପ୍ରସ୍ତୁତ କରିବାକୁ ଗୁରୁବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହା ସହିତ ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।

Share