ଖାଦ୍ୟ ସୁରକ୍ଷା ଯୋଜନାରୁ ମୃତକଙ୍କ ନାଁ କାଟିବାକୁ ନିର୍ଦ୍ଦେଶ

କେନ୍ଦୁଝର,୨୬।୭(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନିକାନ୍ତ ସାହୁ ମଙ୍ଗଳବାର କେନ୍ଦୁଝର ଜିଲା ଦିନିକିଆ ଗସ୍ତ କରିଛନ୍ତି। ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଓ ଜିଲା ଯୋଗାଣ ଅଧିକାରୀ ବସନ୍ତ କୁମାର ପଣ୍ଡାଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଆୟୋଗ ଅଧ୍ୟକ୍ଷଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ଦରବାର ହଲ୍‌ଠାରେ ଏକ ସମୀକ୍ଷା ବୈଠକରେ ସେ ଯୋଗଦେଇ ଯୋଗାଣ, ଶିକ୍ଷା, ସ୍ବାସ୍ଥ୍ୟ, ସାମାଜିକ ସୁରକ୍ଷା ଓ ସମାଜ ମଙ୍ଗଳ ବିଭାଗ ଅଧିକାରୀଙ୍କ ସହ ବିଭିନ୍ନ ଯୋଜନାର ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ମହଲା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଆଚାର୍ଯ୍ୟ, ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ କିଶୋର ଚନ୍ଦ୍ର ପୃଷ୍ଟି, ଜିଲାର ସମସ୍ତ ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ଅଧିକାରୀମାନେ ସେମାନଙ୍କ ବିଭାଗର ବିବରଣୀ ଉପସ୍ଥାପନ କରିଥିଲେ। ଆୟୋଗ ଅଧ୍ୟକ୍ଷ ସାହୁ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ଜିଲାର ହିତାଧିକାରୀଙ୍କୁ ଖାଦ୍ୟ ଶସ୍ୟ ବଣ୍ଟନର ପ୍ରକ୍ରିୟା ସମ୍ପର୍କରେ ପଚାରି ବୁଝିଥିଲେ। ମୃତ ବ୍ୟକ୍ତିଙ୍କ ନାମ କାଟି ବଦଳରେ ଯୋଗ୍ୟ ଆବେଦନକାରୀଙ୍କ ନାମ ତୁରନ୍ତ ସଂଯୋଗ ପାଇଁ ସେ ଯୋଗାଣ ବିଭାଗର କ୍ଷେତ୍ର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅପରାହ୍ନରେ ଧାଙ୍ଗରପଡାସ୍ଥିତ ଅଙ୍ଗନଓ୍ବାଡି କେନ୍ଦ୍ର, କ୍ରେଚ ଓ ଏକ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ଏହାର କାର୍ଯ୍ୟକାରିତା ସମ୍ବନ୍ଧରେ ପଚାରି ବୁଝିଥିଲେ। ପରେ ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ବାଂଶପାଳ ଗସ୍ତ କରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଏନ୍‌ଆର୍‌ସି ସେଣ୍ଟର ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri