ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ଆଭାସୀ ବୈଠକରେ ଜିଲାପାଳ ଅବଗତ କରାଇଥିଲେ ଯେ, ବିଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅତ୍ୟଧିକ ଗରମ ଅନୁଭୂତ ହେବାର ସମ୍ଭାବନା ରହିଛି। ଏଣୁ ଜିଲାବାସୀଙ୍କୁ ସୁରକ୍ଷା ଦେବା ସହ ପ୍ରଶାସନ ପକ୍ଷରୁ ସମସ୍ତ ଆଶୁ ପଦକ୍ଷେପ ପୂର୍ବରୁ ଗ୍ରହଣ କରିବାକୁ ହେବ। ଏଥିନିମନ୍ତେ ସମସ୍ତ ଲାଇନ ବିଭାଗ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖ ପୂର୍ବ ପ୍ରସ୍ତୁତି କରି ସଜାଗ ରହିବାର ଆବଶ୍ୟକତା ରହିଛି। ବର୍ତ୍ତମାନଠାରୁ ଜଳକ୍ଲିଷ୍ଟ ଅଞ୍ଚଳଗୁଡିକ ଚିହ୍ନଟ କରି ଜଳ ଯୋଗାଣର ବ୍ୟବସ୍ଥା, ଚିକିତ୍ସାଳୟ ଗୁଡିକରେ ଅଂଶୁଘାତ ଜନିତ ଚିକିତ୍ସା ସକାଶେ ପ୍ରସ୍ତୁତି ରହିିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ଅଧିକ ଜଳଛତ୍ର ଖୋଲିବାକୁ ପରାମର୍ଶ ଦେଇଛନ୍ତି। ପ୍ରାଣୀମାନେ ଯେପରି ପିଇବା ପାଇଁ ଜଳ ପାଇବେ ସେଥି ନିମନ୍ତେ ମଧ୍ୟ ବ୍ୟବସ୍ଥା କରିବାକୁ କହିଛନ୍ତି । ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ବୈଠକରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ସକାଶେ ବିଭିନ୍ନ କାର୍ଯ୍ୟଧାରା ସମ୍ପର୍କରେ ଅବଗତ କରାଇ ସମସ୍ତ ବିଭାଗ ତରଫରୁ ପୂର୍ବ ପ୍ରସ୍ତୁତି କିଭଳି କରାଯାଇଛି ସେ ବିଷୟରେ ଅଧିକାରୀମାନଠାରୁ ବୁଝିଥିଲେ । ଚଳିତ ମାର୍ଚ୍ଚ, ଏପ୍ରିଲ ଓ ମେରେ ଗ୍ରୀଷ୍ମ ପ୍ରବାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ବିଷୟରେ ଜିଲାର ବିଭିନ୍ନ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜିଲାରେ ଆରମ୍ଭ ହୋଇଥିବାବେଳେ ଆଗକୁ ଏହା ଆହୁରି ତୀବ୍ର ରୂପ ନେବାର ସମ୍ଭାବନା ରହିଛି । ଗ୍ରୀଷ୍ମ ପ୍ରବାହ ଯୋଗୁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ସ୍ବାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓଆରଏସ୍‌ ଓ ଔଷଧ ମହଜୁଦ ରଖିବା ସହିତ ସଜାଗ ରହିବାକୁ କୁହାଯାଇଛି । ଜିଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ବତନ୍ତ୍ର ଅଂଶୁଘାତ କକ୍ଷ ପ୍ରସ୍ତୁତ କରି ରଖିବା ସହିତ ଜିଲାର ବିଭିନ୍ନ ସିଏଚ୍‌ସି, ପିଏଚ୍‌ସିରେ ମଧ୍ୟ ଅଂଶୁଘାତ ଜନିତ ଚିକିତ୍ସା କରିବା ନିମନ୍ତେ ଆଗୁଆ ପ୍ରସ୍ତୁତି କରିବାକୁ ଜଣାଇଥିଲେ। ଜିଲାର ସମସ୍ତ ଦର୍ଶନୀୟ ସ୍ଥାନଗୁଡିକରେ ପାନୀୟ ଜଳ ବ୍ୟବସ୍ଥା କରାଯିବ l ପାଇପ୍‌ ଜଳ ଯୋଗାଇ ଦିଆଯାଉଛି । ଆବଶ୍ୟକ ସ୍ଥଳେ ଦୁର୍ଗମ ଅଞ୍ଚଳରେ ଥିବା ଖରାପ ନଳକୂଅ ତୁରନ୍ତ ମରାମତି କରିବାକୁ କୁହାଯାଇଛି l ଶ୍ରମିକମାନେ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ନ କରି ବିଶ୍ରାମ ନେବାକୁ ଶ୍ରମ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ସମ୍ପର୍କରେ ଅବଗତ କରିବା ପାଇଁ କୁହାଯାଇଛି । ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟ ଜଳ ସମସ୍ୟା ଯେପରି ଦେଖାନଯାଏ, ବିଦ୍ୟୁତ୍‌ ଯୋଗାଣରେ ଯେପରି ବାଧା ନ ଉପୁଜିବ ସେ ଦିଗରେ ଆଗୁଆ ପଦକ୍ଷେପ ନେବାକୁ କୁହାଯାଇଛି। ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼୍‌ ଲାଇନ୍‌ ଅନୁଯାୟୀ ସକାଳ ସମୟରେ ଖୋଲିବା, ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିପରି ଅଂଶୁଘାତରେ ଯଦି କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ କିର୍ତ୍ତିଭାସନ ଭି, ସମସ୍ତ ଉପଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଜିଲା ଜରୁରୀକାଳୀନ ଅଧିକାରୀଙ୍କ ସମେତ ସମସ୍ତ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସହ ଲାଇନ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri