ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ଆଭାସୀ ବୈଠକରେ ଜିଲାପାଳ ଅବଗତ କରାଇଥିଲେ ଯେ, ବିଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅତ୍ୟଧିକ ଗରମ ଅନୁଭୂତ ହେବାର ସମ୍ଭାବନା ରହିଛି। ଏଣୁ ଜିଲାବାସୀଙ୍କୁ ସୁରକ୍ଷା ଦେବା ସହ ପ୍ରଶାସନ ପକ୍ଷରୁ ସମସ୍ତ ଆଶୁ ପଦକ୍ଷେପ ପୂର୍ବରୁ ଗ୍ରହଣ କରିବାକୁ ହେବ। ଏଥିନିମନ୍ତେ ସମସ୍ତ ଲାଇନ ବିଭାଗ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖ ପୂର୍ବ ପ୍ରସ୍ତୁତି କରି ସଜାଗ ରହିବାର ଆବଶ୍ୟକତା ରହିଛି। ବର୍ତ୍ତମାନଠାରୁ ଜଳକ୍ଲିଷ୍ଟ ଅଞ୍ଚଳଗୁଡିକ ଚିହ୍ନଟ କରି ଜଳ ଯୋଗାଣର ବ୍ୟବସ୍ଥା, ଚିକିତ୍ସାଳୟ ଗୁଡିକରେ ଅଂଶୁଘାତ ଜନିତ ଚିକିତ୍ସା ସକାଶେ ପ୍ରସ୍ତୁତି ରହିିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ଅଧିକ ଜଳଛତ୍ର ଖୋଲିବାକୁ ପରାମର୍ଶ ଦେଇଛନ୍ତି। ପ୍ରାଣୀମାନେ ଯେପରି ପିଇବା ପାଇଁ ଜଳ ପାଇବେ ସେଥି ନିମନ୍ତେ ମଧ୍ୟ ବ୍ୟବସ୍ଥା କରିବାକୁ କହିଛନ୍ତି । ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ବୈଠକରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ସକାଶେ ବିଭିନ୍ନ କାର୍ଯ୍ୟଧାରା ସମ୍ପର୍କରେ ଅବଗତ କରାଇ ସମସ୍ତ ବିଭାଗ ତରଫରୁ ପୂର୍ବ ପ୍ରସ୍ତୁତି କିଭଳି କରାଯାଇଛି ସେ ବିଷୟରେ ଅଧିକାରୀମାନଠାରୁ ବୁଝିଥିଲେ । ଚଳିତ ମାର୍ଚ୍ଚ, ଏପ୍ରିଲ ଓ ମେରେ ଗ୍ରୀଷ୍ମ ପ୍ରବାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ବିଷୟରେ ଜିଲାର ବିଭିନ୍ନ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜିଲାରେ ଆରମ୍ଭ ହୋଇଥିବାବେଳେ ଆଗକୁ ଏହା ଆହୁରି ତୀବ୍ର ରୂପ ନେବାର ସମ୍ଭାବନା ରହିଛି । ଗ୍ରୀଷ୍ମ ପ୍ରବାହ ଯୋଗୁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ସ୍ବାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓଆରଏସ୍‌ ଓ ଔଷଧ ମହଜୁଦ ରଖିବା ସହିତ ସଜାଗ ରହିବାକୁ କୁହାଯାଇଛି । ଜିଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ବତନ୍ତ୍ର ଅଂଶୁଘାତ କକ୍ଷ ପ୍ରସ୍ତୁତ କରି ରଖିବା ସହିତ ଜିଲାର ବିଭିନ୍ନ ସିଏଚ୍‌ସି, ପିଏଚ୍‌ସିରେ ମଧ୍ୟ ଅଂଶୁଘାତ ଜନିତ ଚିକିତ୍ସା କରିବା ନିମନ୍ତେ ଆଗୁଆ ପ୍ରସ୍ତୁତି କରିବାକୁ ଜଣାଇଥିଲେ। ଜିଲାର ସମସ୍ତ ଦର୍ଶନୀୟ ସ୍ଥାନଗୁଡିକରେ ପାନୀୟ ଜଳ ବ୍ୟବସ୍ଥା କରାଯିବ l ପାଇପ୍‌ ଜଳ ଯୋଗାଇ ଦିଆଯାଉଛି । ଆବଶ୍ୟକ ସ୍ଥଳେ ଦୁର୍ଗମ ଅଞ୍ଚଳରେ ଥିବା ଖରାପ ନଳକୂଅ ତୁରନ୍ତ ମରାମତି କରିବାକୁ କୁହାଯାଇଛି l ଶ୍ରମିକମାନେ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ନ କରି ବିଶ୍ରାମ ନେବାକୁ ଶ୍ରମ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ସମ୍ପର୍କରେ ଅବଗତ କରିବା ପାଇଁ କୁହାଯାଇଛି । ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟ ଜଳ ସମସ୍ୟା ଯେପରି ଦେଖାନଯାଏ, ବିଦ୍ୟୁତ୍‌ ଯୋଗାଣରେ ଯେପରି ବାଧା ନ ଉପୁଜିବ ସେ ଦିଗରେ ଆଗୁଆ ପଦକ୍ଷେପ ନେବାକୁ କୁହାଯାଇଛି। ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼୍‌ ଲାଇନ୍‌ ଅନୁଯାୟୀ ସକାଳ ସମୟରେ ଖୋଲିବା, ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିପରି ଅଂଶୁଘାତରେ ଯଦି କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ କିର୍ତ୍ତିଭାସନ ଭି, ସମସ୍ତ ଉପଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଜିଲା ଜରୁରୀକାଳୀନ ଅଧିକାରୀଙ୍କ ସମେତ ସମସ୍ତ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସହ ଲାଇନ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri