Posted inଜାତୀୟ

ଗଣମାଧ୍ୟମ ପ୍ରତିନିଧିଙ୍କଠାରୁ ଚରିତ୍ର ପ୍ରମାଣ ପତ୍ର ମାଗିବା ନିର୍ଦ୍ଦେଶ ପ୍ରତ୍ୟାହୃତ…

ଶିମଲା,୪।୧୦ : ସମାଲୋଚନାର ସମ୍ମୁଖୀନ ହୋଇ ହିମାଚଳ ପ୍ରଦେଶ ସରକାର ମଙ୍ଗଳବାର ଗଣମାଧ୍ୟମ ପ୍ରତିନିଧିଙ୍କଠାରୁ ଚରିତ୍ର ପ୍ରମାଣ ପତ୍ର ମାଗିବା ନିର୍ଦ୍ଦେଶ ପ୍ରତ୍ୟାହାର କରିନେଇଛନ୍ତି। ବୁଧବାର ରାଜ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରସ୍ତାବିତ ରାଲିର କଭରେଜ ପାଇଁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଚରିତ୍ର ପ୍ରମାଣପତ୍ର ପ୍ରସ୍ତୁତ କରିବାକୁ କୁହାଯାଇଥିଲା। ତାଙ୍କ ହିମାଚଳ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ବିଲାସପୁରରେ ଏମ୍ସର ଲୋକାର୍ପଣ କରିବା ପରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ ଏବଂ କୁଲୁରେ ପ୍ରସିଦ୍ଧ ଦଶହରା ଉତ୍ସବର ରଥଯାତ୍ରାରେ ମଧ୍ୟ ଅଂଶଗ୍ରହଣ କରିବେ।

ପ୍ରଧାନମନ୍ତ୍ରୀଙ୍କ ବିଲାସପୁର ଗସ୍ତକୁ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କଠାରୁ ଚରିତ୍ର ପ୍ରମାଣପତ୍ର ପ୍ରସ୍ତୁତ କରିବା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ କଂଗ୍ରେସ ଏବଂ ଆମ ଆଦମୀ ପାର୍ଟି ପକ୍ଷରୁ କଡ଼ା ସମାଲୋଚନା କରାଯାଇଥିଲା। ସେପ୍ଟେମ୍ବର ୨୯ ରେ ବିଲାସପୁର ପୋଲିସ ଅଧୀକ୍ଷକ ଦୀପକ ଶର୍ମା ଏହି ନିର୍ଦ୍ଦେଶ ଦେଇଥିଲେ।

ବିରୋଧୀ ଦଳ ଏହି ଆଦେଶକୁ ଭାଜପା ସରକାରଙ୍କର ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି କହଥିଲେ। ରାଜ୍ୟ କଂଗ୍ରେସ ଉପାଧ୍ୟକ୍ଷ ନରେଶ ଚୌହାନ ଏବଂ ଏଏପିର ରାଜ୍ୟ ମୁଖପାତ୍ର ଗୌରବ ଶର୍ମା ମଙ୍ଗଳବାର ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଥିଲେ। ରାଜ୍ୟ ମହାନିର୍ଦ୍ଦେଶକ ସଞ୍ଜୟ କୁଣ୍ଡୁ ପୋଲିସ ଅଧୀକ୍ଷକଙ୍କ ଆଦେଶ ପ୍ରତ୍ୟାହାର କରି ନେଇଛନ୍ତି ବୋଲି ଏକ ସରକାରୀ ବିବୃତ୍ତିରେ କୁହାଯାଇଛି। ଏଭଳି ଅସୁବିଧା ହୋଇଥିବାରୁ ସରକାର ଦୁଃଖିତ ବୋଲି ସେ କହିଛନ୍ତି। ପୋଲିସ ଅଧିକ୍ଷକ ଦିବାକର ଶର୍ମା କହିଛନ୍ତି ଯେ, ଏହି ନିର୍ଦ୍ଦେଶ ମୋ ଅଜାଣତରେ ଜାରି ହୋଇଥିଲା। ପୋଲିସ ମୁଖ୍ୟାଳୟ କିମ୍ବା ରାଜ୍ୟ ସରକାରଙ୍କ ସହ ଏହାର କୌଣସି ସମ୍ପର୍କ ନାହିଁ। ଏହି ନିର୍ଦ୍ଦେଶକୁ ପ୍ରତ୍ୟାହାର କରି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri