ନିର୍ଦ୍ଧାରିତ ସମୟରେ ୧୦୦% ଅର୍ଥ ଖର୍ଚ୍ଚ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ବ୍ୟୁରୋ):ବଜେଟରେ ବରାଦ ହେଉଥିବା ଅର୍ଥ ନିର୍ଦ୍ଧାରିତ ସମୟରେ ଖର୍ଚ୍ଚ ହୋଇପାରୁ ନାହିଁ। ଏପରିକି ବହୁ କୋଟି ଟଙ୍କା ପରବର୍ତ୍ତୀ ବର୍ଷ ବଜେଟ ପ୍ରସ୍ତୁତି ପୂର୍ବରୁ ଫେରିଯାଉଛି। ବିଭିନ୍ନ ବିଭାଗ ବରାଦ ଅର୍ଥକୁ ଖର୍ଚ୍ଚ କରି ପାରୁନାହାନ୍ତି। ଯଦିଓ ଗତଗର୍ଷ ଦୁଳନାରେ ଚଳିତବର୍ଷ ବ୍ୟୟ କିଛି ମାତ୍ରାରେ ବଢ଼ିଛି, ମାତ୍ର ତାହା ଧାର୍ଯ୍ୟ ଲକ୍ଷ୍ୟକୁ ଛୁଇଁ ପାରୁନାହିଁ। ୨୦୨୧-୨୨ ଆର୍ଥିକବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଥିବାବେଳେ ଗତ ୫ ମାସରେ ବିଭିନ୍ନ ବିଭାଗ ଦ୍ୱାରା ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିଥିବା ଜଣାପଡ଼ିଛି। ୨୦୨୧ ଅଗଷ୍ଟ ଶେଷ ସୁଦ୍ଧା ବିଭିନ୍ନ ଯୋଜନା ଓ ପ୍ରକଳ୍ପରେ ୧୮,୮୨୧ କୋଟି ଟଙ୍କା ବିନିଯୋଗ ହୋଇଥିବାବେଳେ ଚଳିତବର୍ଷ ଏହି ବିନିଯୋଗ ୨୦,୨୧୧ କୋଟି ଟଙ୍କାରେ ପହଞ୍ଚତ୍ଛି। ଭିତ୍ତିଭୂମି ବିକାଶ, କୃଷି, ପାନୀୟଜଳ ଯୋଗାଣ, ଜଳସେଚନ, କୃଷକମାନଙ୍କ ଆୟବୃଦ୍ଧି ଏବଂ ମହିଳା ସଶକ୍ତୀକରଣ ଆଦି ପ୍ରକଳ୍ପ କ୍ଷେତ୍ରରେ ଆବଣ୍ଟିତ ଅର୍ଥ ନିର୍ଦ୍ଧାରିତ ସମୟରେ ଶତପ୍ରତିଶତ ବିନିଯୋଗ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକସେବା ଭବନଠାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ରାଜ୍ୟର ରାଜସ୍ବ ସଂଗ୍ରହ ଏବଂ ବଜେଟ ଅର୍ଥ ବିନିଯୋଗ ବିଷୟ ଉପସ୍ଥାପନ କରିଥିଲେ। ବିଭିନ୍ନ ପ୍ରକଳ୍ପ ଓ ଯୋଜନା କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକଳ୍ପର ଗୁଣାତ୍ମକମାନ ବଜାୟ ରଖିବା ସହ ବିନିଯୋଗ ହେଉଥିବା ଅର୍ଥରୁ ଯେପରି ଜନସାଧାରଣ ସର୍ବାଧିକ ସୁବିଧା ପାଇପାରିବେ, ତାହା ଉପରେ ଗୁରୁତ୍ୱ ଦେବାକୁ ବିଭାଗଗୁଡ଼ିକୁ କୁହାଯାଇଛି। ଜିଲା ଗସ୍ତ ସମୟରେ ସଚିବ ଏବଂ ସ୍ବତନ୍ତ୍ର ସଚିବମାନେ ସବୁ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ନୂତନ ଭାବେ ନିର୍ମିତ ପାଇପ୍‌ ଯୋଗେ ପାନୀୟ ଜଳଯୋଗାଣ, ଉଠାଜଳସେଚନ ପଏଣ୍ଟ୍‌, ବିଦ୍ୟୁତ୍‌ ସବ୍‌ଷ୍ଟେଶନ୍‌ ଓ ଯୋଗାଣ, ବିଦ୍ୟାଳୟ ରୂପାନ୍ତରଣରେ ସ୍ଥାପିତ ସୁବିଧା ସୁଯୋଗର ବ୍ୟବହାର ଆଦି ପ୍ରକଳ୍ପର କାର୍ଯ୍ୟକାରିତା ସମୀକ୍ଷା କରି ସେଗୁଡ଼ିକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ ଥିବା କ୍ଷେତ୍ରସ୍ତରୀୟ ସମସ୍ୟାର ଆଶୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାଋତୁ ଶେଷ ହେଉଥିବାରୁ ସମସ୍ତ ପ୍ରକଳ୍ପର ଟେଣ୍ଡର ଏବଂ ଠିକାଦାର ଚୁକ୍ତି ସାରି ଶୀଘ୍ର ଆରମ୍ଭ କରିବାକୁ ଉନ୍ନୟନ କମିଶନର ପ୍ରଦୀପ ଜେନା ପରାମର୍ଶ ଦେଇଛନ୍ତି। ଆସନ୍ତା ଆର୍ଥିକବର୍ଷରେ ବଜେଟରେ ସମ୍ଭାବ୍ୟ ବୃଦ୍ଧି ପରିପ୍ରେକ୍ଷୀରେ ଆଗୁଆ ପ୍ରକଳ୍ପ ଚିହ୍ନଟ ଏବଂ ପ୍ରସ୍ତାବ ପ୍ରସ୍ତୁତ କରି ରଖିବା ପାଇଁ ମଧ୍ୟ ବିଭାଗଗୁଡ଼ିକୁ କୁହାଯାଇଛି। ଗତ ଆର୍ଥିକବର୍ଷ ତୁଳନାରେ ଚଳିତବର୍ଷ ଅଗଷ୍ଟ ଶେଷସୁଦ୍ଧା ରାଜ୍ୟର ସମୁଦାୟ ରାଜସ୍ବ ସଂଗ୍ରହରେ ପ୍ରାୟ ୧୫.୫୫% ଅଭିବୃଦ୍ଧି ହୋଇଛି। ଗତବର୍ଷ ଏହି ସମୟ ସୁଦ୍ଧା ସମୁଦାୟ ସଂଗ୍ରହ ୩୧,୫୪୮.୪୯ କୋଟି ଟଙ୍କା ରାଜସ୍ବ ଥିବାବେଳେ ଚଳିତବର୍ଷ ଏହା ପ୍ରାୟ ୩୬,୪୫୫ କୋଟି ଟଙ୍କାରେ ପହଞ୍ଚତ୍ଛି। ସମୀକ୍ଷାରୁ ଜଣାପଡ଼ିଛି ଯେ, ଗତବର୍ଷ ଅଗଷ୍ଟ ଶେଷ ସୁଦ୍ଧା ରାଜ୍ୟ ଟିକସ ଆଦାୟ ୧୪,୭୩୧ କୋଟି ଥିବା ବେଳେ ଚଳିତବର୍ଷ ଅଗଷ୍ଟ ଶେଷସୁଦ୍ଧା ଏହା ୧୭,୭୨୨.୨୨ କୋଟି ଟଙ୍କାକୁ ବୃଦ୍ଧି ପାଇଛି; ଯାହାକି ଗତବର୍ଷ ତୁଳନାରେ ପ୍ରାୟ ୨୦.୩୦% ଅଧିକ। ସେହିପରି ଅଣ-ଟିକସ ରାଜସ୍ବ ୨୦୨୧ ଅଗଷ୍ଟ ଶେଷସୁଦ୍ଧା ୧୬,୮୧୭ କୋଟି ଥିବା ବେଳେ ୨୦୨୨ ଅଗଷ୍ଟ ଶେଷସୁଦ୍ଧା ଏହା ୧୮,୭୩୨.୬୭ କୋଟି ଟଙ୍କାରେ ପହଞ୍ଚତ୍ଛି। ଏ କ୍ଷେତ୍ରରେ ପ୍ରାୟ ୧୧.୩୯% ବୃଦ୍ଧି ଘଟିଛି। ସେହିପରି ସମୁଦାୟ ଟିକସ ଓ ଅଣ-ଟିକସ ରାଜସ୍ବର ହାରାହାରି ୧୫.୫୫% ବୃଦ୍ଧି ହୋଇଛି। ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଉଦ୍ୟୋଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ସୁନ୍ଦରାୟ, ଜଳ ସମ୍ପଦ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସ୍ବତନ୍ତ୍ର ଶାସନ ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri