ତୁରନ୍ତ ପ୍ରକଳ୍ପ କାମ ଆରମ୍ଭ ଲାଗି ନିର୍ଦ୍ଦେଶ

ବନ୍ତ, ୧।୪ (ଡି.ଏନ୍‌.ଏ./ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ମହାନ୍ତିପଡ଼ା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗୁରୁବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ସାହୁ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଉକ୍ତ ପଞ୍ଚାୟତରେ ରୁରାଲ୍‌ ପାର୍କ, ଖେଳପଡ଼ିଆ, କଲ୍ୟାଣ ମଣ୍ଡପ ନିର୍ମାଣ ସହ ଆଶାମଣି ଉଚ୍ଚ ବିଦ୍ୟାପୀଠର ଭିତ୍ତିଭୂମି ବିକାଶ ନେଇ ଉପଯୁକ୍ତ ସ୍ଥାନ ପରିଦର୍ଶନ କରି ତୁରନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଜେନା, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ, ବିଡିଓ ଶୁଭଦର୍ଶନ ମିଶ୍ର, ସରପଞ୍ଚ ନିହାର ରଞ୍ଜନ ପଣ୍ଡା, ସମିତିସଭ୍ୟ ନିର୍ମଳ କୁମାର ନାୟକ, କନିଷ୍ଠ ଯନ୍ତ୍ରୀ ପ୍ରଦୀପ୍ତ ପରିଡ଼ା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀ, ଏଷ୍ଟିମେଟର ଜ୍ଞାନେନ୍ଦ୍ର ଜେନା, ଗ୍ରାମରୋଜଗାର ସେବକ ସୁବୋଧ ରାଉତ, ପଞ୍ଚାୟତ ବିଜେଡି ସଭାପତି ନନ୍ଦ କିଶୋର ନାୟକଙ୍କ ସହ ସମସ୍ତ ୱାର୍ଡସଭ୍ୟଙ୍କ ଉପସ୍ଥିତିରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସମୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri