ଇ-ଏଫ୍‌ଆଇଆର ପଞ୍ଜୀକରଣ ମାମଲା: ଡିଜିପିଙ୍କୁ ସାନି ସତ୍ୟପାଠ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୬ା୧: ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ଇ-ଏଫ୍‌ଆଇଆର୍‌ ବ୍ୟବସ୍ଥା ରାଜ୍ୟରେ ଲାଗୁ କରିବା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ଶୁଣାଣି ହୋଇଛି। ପୂର୍ବ ନିର୍ଦ୍ଦେଶ ମୁତାବକ ଡିଜିପି ସୁନୀଲ କୁମାର ବଂଶଲ ଏକ ସତ୍ୟପାଠ ଦାଖଲ କରିଥିଲେ। ହାଇକୋର୍ଟ ଏଥିରେ ସନ୍ତୁଷ୍ଟ ନ ହୋଇ ସାନି ସତ୍ୟପାଠ ଦାଖଲ କରିବା ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସତ୍ୟପାଠ ଜରିଆରେ ଡିଜିପି ଅଦାଲତଙ୍କୁ ଦର୍ଶାଇଛନ୍ତି, ଅନ୍ୟ ରାଜ୍ୟରେ ପୋଲିସ ବିଭାଗରେ ଇ-ଏଫ୍‌ଆଇଆର୍‌ ବ୍ୟବସ୍ଥା କିଭଳି ଲାଗୁ ହୋଇଛି ସେ ନେଇ ରିପୋର୍ଟ ମଗାଇଛୁ। ଉକ୍ତ ରିପୋର୍ଟ ଆସିବା ପରେ ତାହାକୁ ଅନୁଧ୍ୟାନ କରାଯାଇ ଓଡ଼ିଶା ପୋଲିସରେ ଏହି ବ୍ୟବସ୍ଥା ଲାଗୁ କରିବା ପାଇଁ ପଦକ୍ଷେପ ନିଆଯିବ। ତାହା ପରବର୍ତ୍ତୀ ସମୟରେ କୋର୍ଟଙ୍କୁ ଜଣାଇବୁ ବୋଲି ସତ୍ୟପାଠରେ ସେ ଦର୍ଶାଇଛନ୍ତି। ହାଇକୋର୍ଟ ବିଚାରପତି ଏସ୍‌. କେ. ପାଣିଗ୍ରାହୀଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ପରବର୍ତ୍ତୀ ଶୁଣାଣି ଆସନ୍ତା ଏକ ମାସ ପରେ ଧାର୍ଯ୍ୟ ହୋଇଥିବା ଆବେଦନକାରୀଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ଆଲୋକ କୁମାର ମହାପାତ୍ର ସୂଚନା ଦେଇଛନ୍ତି।
ଆବେଦନକାରୀ ଝରଣାବାଳା ପାତ୍ରଙ୍କ ପକ୍ଷରୁ ଆଗତ ଏକ ମାମଲାର ଗତ ଡିସେମ୍ବର ୫ ତାରିଖ ଶୁଣାଣିବେଳେ କଟକ ସଦର ଥାନା ଆଇଆଇସି ରଶ୍ମିରଞ୍ଜନ ମହାପାତ୍ର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହାଇକୋର୍ଟରେ ହାଜର ହୋଇଥିଲେ। ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ମହିଳା ହିଂସା ସମ୍ପର୍କିତ ମାମଲାଗୁଡ଼ିକର ପଞ୍ଜୀକରଣ ପାଇଁ ରାଜ୍ୟରେ ଇ-ଏଫ୍‌ଆଇଆର୍‌ ବ୍ୟବସ୍ଥା ପ୍ରଚଳନ ନିମନ୍ତେ ହାଇକୋର୍ଟ ଗୁରୁତ୍ୱାରୋପ କରିଥିଲେ। ଏନେଇ ୧୫ ଦିନ ମଧ୍ୟରେ ଉତ୍ତର ରଖିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri