ଫେବୃୟାରୀ ୨୭ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ମଙ୍ଗୁଳି-ଜଗତପୁର,୧୩ା୧(ଡି.ଏନ.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୧୯ଟି ଓ୍ବାର୍ଡରେ ଉନ୍ନତି ଯୋଜନାରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ବାବଦରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସୂଚନା ଅଧିକାର କର୍ମୀ ମନୋଜ ସାହୁ ଓ ଶ୍ରୀକାନ୍ତ ପାକଳ ଗତ ମେ’ରେ ଲୋକାୟୁକ୍ତଙ୍କ ନିକଟରେ ମାମଲା ଦାଏର କରିଥିଲେ। ଲୋକାୟୁକ୍ତ ଏହାର ଶୁଣାଣି କରି ପ୍ରକଳ୍ପ ନିର୍ମାଣ ବାବଦରେ ହୋଇଥିବା ଦୁର୍ନୀତି ସମ୍ପର୍କରେ ଉତ୍ତର ରଖିବା ପାଇଁ ଚୌଦ୍ୱାର ପୌର ନିର୍ବାହୀ ଅଧିକାରୀ ଓ ମୁଖ୍ୟଯନ୍ତ୍ରୀଙ୍କୁ ନୋଟିସ୍‌ ଜାରି କରିଥିଲେ। କିନ୍ତୁ ଚୌଦ୍ୱାର ପୌରପାଳିକାର ପୂର୍ବତନ ନିର୍ବାହୀ ଅଧିକାରୀ ଯେଉଁ ସତ୍ୟପାଠ ଦାଖଲ କରିଥିଲେ ତାହା ସୂଚନା ଅଧିକାର ଆଇନ(ଆର୍‌ଟିଆଇ) ବଳରେ ମିଳିଥିବା ତଥ୍ୟ ସହ ତାଳମେଳ ନ ଥିଲା। ଫଳରେ ଲୋକାୟୁକ୍ତ ନିଜସ୍ବ ତଦନ୍ତ ବିଭାଗକୁ ଏହାର ତଦନ୍ତ କରି ଆସନ୍ତା ଫେବୃୟାରୀ ୨୭ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ୨୦୧୭ ଅଗଷ୍ଟରେ ସମସ୍ତ ପୌରପାଳିକା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉନ୍ନତି ଯୋଜନାର ଶୁଭାରମ୍ଭ କରାଯାଇଥିଲା। ତଦନୁଯାୟୀ ଚୌଦ୍ୱାର ପୌରପାଳିକା ୧୯ଟି ୱାର୍ଡକୁ ଏହି ଯୋଜନାରେ ସାମିଲ କରାଯାଇ ବିଭିନ୍ନ ପ୍ରକଳ୍ପ ପାଇଁ ୪. ୭୫କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ସେଥିମଧ୍ୟରୁ ୩.୩୨କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରୁ ଜଣାପଡିଛି। କିନ୍ତୁ ଅଡିଟ୍‌ ରିପୋର୍ଟରେ ଅନୁମୋଦନ ଟଙ୍କା ଠାରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। କୌଣସି ପ୍ରକଳ୍ପ ନ କରି ୪୦ ଲକ୍ଷ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ସେହିପରି ଉକ୍ତ ପ୍ରକଳ୍ପ ଅଧୀନରେ ୭, ୮, ୧୧, ୧୨ ନମ୍ବର ୱାର୍ଡରେ ଘରକୁ ଘର ସ୍ବଚ୍ଛ ଜଳ ଯୋଗାଇବା ପାଇଁ ଖର୍ଚ୍ଚର ହିସାବ ଦିଆଯାଇଛି। କିନ୍ତୁ ବାସ୍ତବିକ କ୍ଷେତ୍ରରେ ଏଠାରେ କୌଣସି ପାଇପ୍‌ ବିଛା ନ ଯାଇ କେବଳ କାଗଜ କଲମ ଅର୍ଥ ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ସେହିପରି ବିଭିନ୍ନ ୱାର୍ଡରେ କମ୍ୟୁନିଟି ହଲ୍‌, ଶବଦାହ ଗୃହ, ପାଚେରି କରା ନ ଯାଇ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଛି ବୋଲି ଅଭିଯୋଗ ପତ୍ରରେ ଦର୍ଶାଯାଇଛି। ଏ ନେଇ ପୌର ନିର୍ବାହୀ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri