ତଦନ୍ତ ରିପୋର୍ଟ ୮ ସପ୍ତାହରେ ଦେବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୨୫ା୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁ ମାମଲାରେ ଗତ ୧୪ ତାରିଖରେ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ଟିମ୍‌ ତଦନ୍ତ ଏବଂ ରାଜଶ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଲଢ଼େଇ ପରିବାରର ଓଡ଼ିଶାର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଏନ୍‌ଏଚ୍‌ଆର୍‌ସି କେସ ନମ୍ବର ୭୬୯/ଇନ୍‌/୨୦୨୩ରେ ଦାଏର କରିଥିଲେ। ତେବେ ମଙ୍ଗଳବାର ଉକ୍ତ ମାମଲାର ବିଚାର କରି ଜାତୀୟ ମାନବ ଅଧିକାର କମିଶନ କମିଶନରେଟ ପୋଲିସ କଟକଙ୍କୁ ୮ ସପ୍ତାହ ଭିତରେ ଘଟଣାର ତଦନ୍ତ କରି ଅଭିଯୋଗକାରୀ ଏବଂ କମିଶନଙ୍କ ନିକଟରେ ସମ୍ପୂର୍ଣ୍ଣ ତଦନ୍ତ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଦାଶ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୧୩ ତାରିଖ ପୁରୀ ରାମଚଣ୍ଡୀ ଥାନା ଅଧୀନ ଭୁଆଁ ଗ୍ରାମର ମହିଳା କ୍ରିକେଟର ରାଜଶ୍ରୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ରାଜଶ୍ରୀ କଟକର ମହାବୀର ପ୍ୟାଲେସରେ ଏକ ହଷ୍ଟେଲରେ ରହୁଥିଲେ। ରାଜଶ୍ରୀ ଜଣେ ଭଲ କ୍ରିକେଟର ଭାବେ ସୁନାମ ଅର୍ଜନ କରିଥିବା ବେଳେ ଓସିଏ ଚୟନ କମିଟିରୁ ତାଙ୍କୁ ବାଦ୍‌ ଦିଆଯାଇଥିଲା। ପରେ ଗତ ୧୧ ତାରିଖରେ ରାଜଶ୍ରୀ କଟକରୁ ନିଖୋଜ ହୋଇଥିଲେ। ଏହି ନିଖୋଜ ମାମଲାକୁ ନେଇ ଓସିଏ ପକ୍ଷରୁ କଟକ ମଙ୍ଗଳାବାଗ ଥାନାରେ ଅଭିଯୋଗ ହୋଇଥିଲା। ସେହିପରି ରାଜଶ୍ରୀଙ୍କ ପରିବାର ପକ୍ଷରୁ ପୁରୀ ଜିଲା ରାମଚଣ୍ଡୀ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା। ତେବେ ୧୩ତାରିଖ ଦିନ କଟକର ଏକ ଜଙ୍ଗଲରୁ ରାଜଶ୍ରୀଙ୍କ ସ୍କୁଟି ଏବଂ କିଛି ଦୂରରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ରାଜଶ୍ରୀଙ୍କ ଶରୀରର ବିଭିନ୍ନ ଜାଗାରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକ ଅଭିଯୋଗ କରିଥିଲେ। ତେଣୁ ଉକ୍ତ ଘଟଣାକୁ ଗୁରୁତର ସହ ନେଇ ମାମଲାର ବିଚାର କରିବା ପାଇଁ ସଭାପତି ଦାଶ ଏନ୍‌ଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri