ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୨୬।୪: ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗରେ ୫ ସଦସ୍ୟ ପଦ ଖାଲି ପଡ଼ିବା ସମ୍ପର୍କିତ ଏକ ଜନସ୍ବାର୍ଥ ମାମଲାରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ଶୁଣାଣି କରି ୪ ସପ୍ତାହ ମଧ୍ୟରେ ସତ୍ୟପାଠ ଜରିଆରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀରୁ ପ୍ରକାଶ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ୨୦୧୬ ମାର୍ଚ୍ଚ ୧୫ରେ ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗ ଗଠନ ହୋଇଥିଲା। ଆଇନର ୧୬(୨) ଉପଧାରା ଅନୁସାରେ ଆୟୋଗରେ ଜଣେ ଅଧ୍ୟକ୍ଷ ଓ ୫ ସଦସ୍ୟଙ୍କୁ ନିଯୁକ୍ତି ଦିଆଯିବା କଥା। କୌଣସି ନିଷ୍ପତ୍ତି ନେବା ନିମନ୍ତେ ଅଧ୍ୟକ୍ଷଙ୍କୁ ମିଶାଇ ୩ ଜଣଙ୍କର ଆବଶ୍ୟକତା ରହିଛି। ହେଲେ ଆୟୋଗ ଗଠନ ହେବା ଦିନଠାରୁ ୩ ସଦସ୍ୟ ପଦ ଖାଲି ଥିବାବେଳେ ୨ ଜଣ ସଦସ୍ୟ କାର୍ଯ୍ୟରତ ଥିଲେ। ୨୦୨୦ ସେପ୍ଟେମ୍ବର ୧୩ରୁ ଗୋଟିଏ ସଦସ୍ୟ ପଦ ଖାଲି ରହିଥିବାବେଳେ ୨୦୨୨ ସେପ୍ଟେମ୍ବର ୧୨ରୁ ଆଉ ଏକ ସଦସ୍ୟ ପଦ ଖାଲିପଡ଼ିଛି। ପୁଣି ଚଳିତ ଏପ୍ରିଲ ୧୦ରେ ଆୟୋଗର ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାରୁ ଅଧ୍ୟକ୍ଷଙ୍କ ସମେତ ୫ ସଦସ୍ୟ ପଦ ଖାଲିପଡ଼ିଛି। ଅଦ୍ୟାବଧି ନୂତନ ଅଧ୍ୟକ୍ଷ କିମ୍ବା କୌଣସି ସଦସ୍ୟଙ୍କୁ ନିଯୁକ୍ତି ମିଳିନାହିଁି। ପଦବୀଗୁଡ଼ିକ ପୂରଣ ନ ହେବା କାରଣରୁ ଆୟୋଗଙ୍କ କାର୍ଯ୍ୟାଳୟ ଠିକ୍‌ ଭାବେ କାର୍ଯ୍ୟ କରୁନାହଁି ବୋଲି ଆବେଦନକାରୀ ଆଇନଜୀବୀ ପ୍ରବୀର ଦାସ ତାଙ୍କ ପିଟିଶନ୍‌ରେ ଦର୍ଶାଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଦାଏର ଏହି ପିଟିଶନରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଏବଂ ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗର ସଦସ୍ୟ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?