Posted inଜାତୀୟ

ଆର୍‌. ଜି. କର ପୀଡ଼ିତାଙ୍କ ନାଁ, ଫଟୋ ହଟାଇବାକୁ ଓ୍ବିକିପିଡିଆକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮ା୯(ପି.ଟି.):କୋଲକାତାସ୍ଥିତ ଆର୍‌.ଜି. କର ହସ୍ପିଟାଲରେ ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ମହିଳା ଡାକ୍ତରଙ୍କ ନାମ ଏବଂ ଫଟୋ ତୁରନ୍ତ ହଟାଇବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ଓ୍ବିକିପିଡିଆକୁ ନିର୍ଦ୍ଦେଶ ଦେଇଛନ୍ତି। ଏବେ ମଧ୍ୟ ଉକ୍ତ ଅନ୍‌ଲାଇନ ଏନ୍‌ସାଇକ୍ଲୋପିଡିଆରେ ପୀଡ଼ିତା ଡାକ୍ତରଙ୍କ ନାଁ ଓ ଫଟୋ ରହିଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅଦାଲତଙ୍କୁ ଜଣାଇଥିଲେ। ବଳାତ୍କାର ଓ ହତ୍ୟା ମାମଲାରେ ପୀଡ଼ିତାଙ୍କ ପରିଚୟ ପ୍ରଘଟ ନ କରିବାକୁ ଆଇନରେ ଅତ୍ୟନ୍ତ ସ୍ପଷ୍ଟ ବ୍ୟବସ୍ଥା ରହିଥିବା ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ କହିଥିଲେ।

ମୃତକଙ୍କ ମର୍ଯ୍ୟାଦା ଏବଂ ପ୍ରିଭେସି ବଜାୟ ରଖିବା ଜରୁରୀ। ତେଣୁ ତାଙ୍କ ପରିଚୟକୁ କଦାପି ପ୍ରକାଶ କରାଯାଇପାରିବ ନାହିଁ ବୋଲି ଅଦାଲତ କହିଥିଲେ। ବହୁଚର୍ଚ୍ଚିତ ଘଟଣାରେ ମାସାଧିକ କାଳ ଧରି ନ୍ୟାୟ ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିବା ଜୁନିୟର ଡାକ୍ତରମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ପଶ୍ଚିମବଙ୍ଗ ସରକାର ସୁପ୍ରିମକୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କାର୍ଯ୍ୟରେ ଯୋଗଦେବାରେ କୌଣସି ସମସ୍ୟା ନାହିଁ ବୋଲି ଆନ୍ଦୋଳନକାରୀ ଡାକ୍ତରମାନେ ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଡାକ୍ତରମାନଙ୍କ ଆଲୋଚନା ସଫଳ ହୋଇଛି। ସେମାନଙ୍କ କେତେକ ଦାବିକୁ ସରକାର ମାନିନେଇ ଆସ୍ଥା ସୃଷ୍ଟି ଦିଗରେ ପଦକ୍ଷେପ ନେଉଛନ୍ତି। ଜୁନିୟର ଡାକ୍ତରମାନଙ୍କ ସାଧାରଣ ପରିଷଦ ବୈଠକ ଖୁବ୍‌ଶୀଘ୍ର ବସି କାର୍ଯ୍ୟରେ ଯୋଗଦେବା ସମ୍ପର୍କରେ ନିଷ୍ପତ୍ତି ନେବ ବୋଲି ବରିଷ୍ଠ ଆଇନଜୀବୀ ଇନ୍ଦିରା ଜୟସିଂ ଅଦାଲତଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri