୪୮ ଘଣ୍ଟାରେ ଅଂଶୁଘାତ ମୃତ୍ୟୁ ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ତାହା ଜିଲା ପ୍ରଶାସନ ସ୍ତରରେ ତୁରନ୍ତ ତଦନ୍ତ କରାଯାଇ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ରାଶି ୫୦,୦୦୦ ଟଙ୍କା ମୃତ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ଦେବା ପାଇଁ କୁହାଯାଇଛି। ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ବିଭିନ୍ନ ବିଭାଗଗୁଡିକ ସହ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏକ ସମୀକ୍ଷା ବୈଠକ କରିଛନ୍ତି। ରାଜ୍ୟରେ ଗ୍ରୀଷ୍ମର ପ୍ରକୋପକୁ ଦୃଷ୍ଟିରେ ରଖି ଏହାର ନିରାକରଣ ନିମନ୍ତେ ରାଜ୍ୟ ଓ ଜିଲାସ୍ତରରେ ହିଟ୍‌ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଥିବା ନେଇ ବୈଠକରେ ସୂଚନା ଦିଆଯାଇଛି। ଅଂଶୁଘାତଜନିତ ମୃତ୍ୟୁକୁ ରୋକିବା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ଳାଗି ବ୍ୟାପକ ସଚେତନତା ସୃଷ୍ଟିକରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସମସ୍ତ ବଜାର, ବସ୍‌ଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ପାନୀୟଜଳ ସେବାକେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଏହାଛଡା ଜଳକ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ମାଧ୍ୟମରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ନଳକୂପ ଏବଂ ପାଇପ୍‌ ଯୋଗେ ଜଳ ଯୋଗାଣ ବ୍ୟବସ୍ଥାଗୁଡ଼ିକର ତୁରନ୍ତ ମରାମତି କରି ସେଗୁଡ଼ିକୁ ଶତ ପ୍ରତିଶତ କାର୍ଯ୍ୟକ୍ଷମ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିକିତ୍ସାଳୟରେ ଯଥେଷ୍ଟ ପରିମାଣର ଜୀବନରକ୍ଷକ ଔଷଧ, ସାଲାଇନ୍‌ ଏବଂ ଓଆର୍‌ଏସ୍‌ ମହଜୁଦ ରଖିବା ସଙ୍ଗେ ସଙ୍ଗେ ଅଂଶୁଘାତରେ ଶିକାର ହୋଇଥିବା ରୋଗୀମାନଙ୍କର ଚିକିତ୍ସା ପାଇଁ ସ୍ବତନ୍ତ୍ର ବେଡ୍‌ର ବ୍ୟବସ୍ଥା କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ଯାନ ଚଳାଚଳ ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବାଧିକ ଉତ୍ତାପ ଥିବା ସମୟରେ ଶ୍ରମିକମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟସ୍ଥଳୀଗୁଡ଼ିକରେ ବିଶ୍ରାମନେବା ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳୀ ସହିତ ଯଥେଷ୍ଟ ପରିମାଣର ଥଣ୍ଡା ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ସମ୍ପୃକ୍ତ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ବିଭାଗକୁ ପରାମର୍ଶ ଦିଆଯାଇଛି। ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁମାନଙ୍କ ପାଇଁ ସ୍ବତନ୍ତ୍ର ଜଳପୂର୍ଣ୍ଣପାତ୍ର ଓ କୁଣ୍ଡର ବ୍ୟବସ୍ଥା ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦିଆଯିବା ସହ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ କରିବା ପାଇଁ ଶକ୍ତି ବିଭାଗକୁ ପରାମର୍ଶ ଦିଆଯାଇଛି। ଜନସାଧାରଣଙ୍କ ସଚେତନତା ପାଇଁ ଗ୍ରୀଷ୍ମପ୍ରବାହଜନିତ ସୁରକ୍ଷା ସମ୍ବନ୍ଧୀୟ ପୋଷ୍ଟରମାନ ପ୍ରସ୍ତୁତ କରାଯାଇ ଜିଲା ସ୍ତରରେ ବଣ୍ଟନ କରାଯାଉଛି। ଏହାବ୍ୟତୀତ ଚଳିତ ବର୍ଷ ବିଭିନ୍ନ ଇଲେକ୍‌ଟ୍ରୋନିକ ଗଣମାଧ୍ୟମ ଓ ଖବରକାଗଜ ମାଧ୍ୟମରେ ଗ୍ରୀଷ୍ମପ୍ରବାହରୁ ସୁରକ୍ଷା ସମ୍ବନ୍ଧୀୟ ସୂଚନା ଲୋକମାନଙ୍କ ନିକଟରେ ପହଞ୍ଚାଇବାର କାର୍ଯ୍ୟକ୍ରମ କରାଯାଉଛି। ଏତଦ୍‌ବ୍ୟତୀତ ଆଗାମୀ ଦିନରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହର ମୁକାବିଲା ନିମନ୍ତେ ସମସ୍ତ ଜିଲାପାଳ ଏବଂ ବିଭାଗଗୁଡ଼ିକୁ ଆବଶ୍ୟକ ପଦକ୍ଷେପମାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଏହି ବୈଠକରେ ସ୍ବତନ୍ତ୍ର ରିଲିଫ୍‌ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri