୪୮ ଘଣ୍ଟାରେ ଅଂଶୁଘାତ ମୃତ୍ୟୁ ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ତାହା ଜିଲା ପ୍ରଶାସନ ସ୍ତରରେ ତୁରନ୍ତ ତଦନ୍ତ କରାଯାଇ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ରାଶି ୫୦,୦୦୦ ଟଙ୍କା ମୃତ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ଦେବା ପାଇଁ କୁହାଯାଇଛି। ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ବିଭିନ୍ନ ବିଭାଗଗୁଡିକ ସହ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏକ ସମୀକ୍ଷା ବୈଠକ କରିଛନ୍ତି। ରାଜ୍ୟରେ ଗ୍ରୀଷ୍ମର ପ୍ରକୋପକୁ ଦୃଷ୍ଟିରେ ରଖି ଏହାର ନିରାକରଣ ନିମନ୍ତେ ରାଜ୍ୟ ଓ ଜିଲାସ୍ତରରେ ହିଟ୍‌ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଥିବା ନେଇ ବୈଠକରେ ସୂଚନା ଦିଆଯାଇଛି। ଅଂଶୁଘାତଜନିତ ମୃତ୍ୟୁକୁ ରୋକିବା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ଳାଗି ବ୍ୟାପକ ସଚେତନତା ସୃଷ୍ଟିକରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସମସ୍ତ ବଜାର, ବସ୍‌ଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ପାନୀୟଜଳ ସେବାକେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଏହାଛଡା ଜଳକ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ମାଧ୍ୟମରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ନଳକୂପ ଏବଂ ପାଇପ୍‌ ଯୋଗେ ଜଳ ଯୋଗାଣ ବ୍ୟବସ୍ଥାଗୁଡ଼ିକର ତୁରନ୍ତ ମରାମତି କରି ସେଗୁଡ଼ିକୁ ଶତ ପ୍ରତିଶତ କାର୍ଯ୍ୟକ୍ଷମ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିକିତ୍ସାଳୟରେ ଯଥେଷ୍ଟ ପରିମାଣର ଜୀବନରକ୍ଷକ ଔଷଧ, ସାଲାଇନ୍‌ ଏବଂ ଓଆର୍‌ଏସ୍‌ ମହଜୁଦ ରଖିବା ସଙ୍ଗେ ସଙ୍ଗେ ଅଂଶୁଘାତରେ ଶିକାର ହୋଇଥିବା ରୋଗୀମାନଙ୍କର ଚିକିତ୍ସା ପାଇଁ ସ୍ବତନ୍ତ୍ର ବେଡ୍‌ର ବ୍ୟବସ୍ଥା କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ଯାନ ଚଳାଚଳ ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବାଧିକ ଉତ୍ତାପ ଥିବା ସମୟରେ ଶ୍ରମିକମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟସ୍ଥଳୀଗୁଡ଼ିକରେ ବିଶ୍ରାମନେବା ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳୀ ସହିତ ଯଥେଷ୍ଟ ପରିମାଣର ଥଣ୍ଡା ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ସମ୍ପୃକ୍ତ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ବିଭାଗକୁ ପରାମର୍ଶ ଦିଆଯାଇଛି। ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁମାନଙ୍କ ପାଇଁ ସ୍ବତନ୍ତ୍ର ଜଳପୂର୍ଣ୍ଣପାତ୍ର ଓ କୁଣ୍ଡର ବ୍ୟବସ୍ଥା ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦିଆଯିବା ସହ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ କରିବା ପାଇଁ ଶକ୍ତି ବିଭାଗକୁ ପରାମର୍ଶ ଦିଆଯାଇଛି। ଜନସାଧାରଣଙ୍କ ସଚେତନତା ପାଇଁ ଗ୍ରୀଷ୍ମପ୍ରବାହଜନିତ ସୁରକ୍ଷା ସମ୍ବନ୍ଧୀୟ ପୋଷ୍ଟରମାନ ପ୍ରସ୍ତୁତ କରାଯାଇ ଜିଲା ସ୍ତରରେ ବଣ୍ଟନ କରାଯାଉଛି। ଏହାବ୍ୟତୀତ ଚଳିତ ବର୍ଷ ବିଭିନ୍ନ ଇଲେକ୍‌ଟ୍ରୋନିକ ଗଣମାଧ୍ୟମ ଓ ଖବରକାଗଜ ମାଧ୍ୟମରେ ଗ୍ରୀଷ୍ମପ୍ରବାହରୁ ସୁରକ୍ଷା ସମ୍ବନ୍ଧୀୟ ସୂଚନା ଲୋକମାନଙ୍କ ନିକଟରେ ପହଞ୍ଚାଇବାର କାର୍ଯ୍ୟକ୍ରମ କରାଯାଉଛି। ଏତଦ୍‌ବ୍ୟତୀତ ଆଗାମୀ ଦିନରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହର ମୁକାବିଲା ନିମନ୍ତେ ସମସ୍ତ ଜିଲାପାଳ ଏବଂ ବିଭାଗଗୁଡ଼ିକୁ ଆବଶ୍ୟକ ପଦକ୍ଷେପମାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଏହି ବୈଠକରେ ସ୍ବତନ୍ତ୍ର ରିଲିଫ୍‌ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri