ଏମ୍‌ଏସ୍‌ଏମ୍‌ଇ ବକେୟା ପଇଠ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୫।୯: ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ର ବକେୟା ରାଶି ପଇଠ କରିଦେବା ଲାଗି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ପକ୍ଷରୁ କର୍ପୋରେଟଗୁଡ଼ିକୁ ନିର୍ଦ୍ଦେଶ ରହିଛି। ବର୍ତ୍ତମାନ କୋଭିଡ୍‌-୧୯ ଲାଗି କ୍ଷୁଦ୍ରଶିଳ୍ପଗୁଡିକ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏହି ଶିଳ୍ପର ପରିଚାଳନାକୁ ଉନ୍ନତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ଉତ୍ସାହିତ କରିବା ଦିଗରେ କର୍ପୋରେଟଗୁଡିକ ଧ୍ୟାନଦେବା ଆବଶ୍ୟକତା ରହିଛି। ବକେୟା ଦେୟ ପଇଠ ହୋଇଗଲେ ଏମ୍‌ଏସ୍‌ଏମ୍‌ଇଗୁଡିକର ନଗଦ ସମସ୍ୟା ସମାଧାନ ହୋଇପାରିବ ବୋଲି ସରକାରଙ୍କ ପକ୍ଷରୁ ସୋମବାର ଜାରି କରାଯାଇଥିବା ଏକ ବିବୃତିରେ କୁହାଯାଇଛି।
ଏହାକୁ ଧ୍ୟାନରେ ରଖି ମନ୍ତ୍ରଣାଳୟ ପକ୍ଷରୁ ଦେଶର ୫୦୦ କର୍ପୋରେଟ ଗ୍ରୁପ୍‌କୁ ଚିଠି ଲେଖାଯାଇଛି। ଏଥିଲାଗି ଏକ ସୋସିଆଲ ମିଡିଆ ଆଉଟରିଚ୍‌ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନିଆଯାଇଛି। କ୍ଷୁଦ୍ରଶିଳ୍ପଗୁଡିକର ଦେୟ ୪୫ ଦିନ ମଧ୍ୟରେ ମିଳିଯିବା ଦିଗରେ କର୍ପୋରେଟ ଜଗତ କାର୍ଯ୍ୟ କରିବାକୁ କେନ୍ଦ୍ର ସରକାର ଆହ୍ବାନ ଜଣାଇଛନ୍ତି। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏବଂ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୦ ହଜାର କୋଟି ଟଙ୍କା ପଇଠ କରିଛି। ଘରୋଇ କ୍ଷେତ୍ର ଏଣ୍ଟରପ୍ରାଇଜଗୁଡିକ ଏମ୍‌ଏସ୍‌ଏମ୍‌ଇ ଦେୟ ପ୍ରଦାନ ଦିଗରେ ମଧ୍ୟ ଯତ୍ନବାନ ହେବାକୁ ସରକାର ଗୁରୁତ୍ୱାରୋପ କରିଛନ୍ତି।
କର୍ପୋରେଟଗୁଡିକ ଟ୍ରେଡ୍‌ ରିସିଭେବଲ ଡିସ୍‌କାଉଣ୍ଟ ସିଷ୍ଟମ(ଟିଆର୍‌ଇଡିଏସ୍‌) ପ୍ଲାଟ୍‌ଫର୍ମରେ ଯୋଗଦେବା ସହ ନେଣଦେଣ କରିବା ଲାଗି ସରକାର କହିଛନ୍ତି। ୫୦୦ କୋଟିରୁ ଊର୍ଦ୍ଧ୍ୱ କାରବାର କର୍ପୋରେଟ ସଂସ୍ଥା ଏବଂ ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡିକ ଟିଆର୍‌ଇଡିଏସ୍‌ ପ୍ଲାଟ୍‌ଫର୍ମରେ ଅଂଶଗ୍ରହଣ ବାଧ୍ୟତାମୂଳକ ବୋଲି କୁହାଯାଇଥିଲା। ସୂଚନାଯୋଗ୍ୟ, କୋଭିଡ୍‌-୧୯ ବଜାର ବ୍ୟବସ୍ଥାକୁ କ୍ଷତିଗ୍ରସ୍ତ କରିଛି। ବଜାରରେ ଚାହିଦର ନ ଥିବାରୁ କମ୍ପାନୀଗୁଡିକ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଏମ୍‌ଏସ୍‌ଏମ୍‌ଇଗୁଡିକର ସ୍ଥିତି ବିଗିଡ଼ିଯାଇଛି। ଏଥିଲାଗି ସରକାର ଋଣ ସହାୟତା ଯୋଜନା ହାତକୁ ନେଇଛନ୍ତି। ଏମ୍‌ଏସ୍‌ଏମ୍‌ଇ ବକେୟା ଅର୍ଥ ପାଇଲେ ଏହା କାରବାରକୁ ସମ୍ଭାଳିବା ଦିଗରେ ଯୋଗଦାନ ରଖିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri