ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ବହୁଚର୍ଚ୍ଚିତ ମାମଲାର ରାୟ ପ୍ରକାଶ କରି କେତେକ ଗୁରୁତ୍ୱପୂର୍ଣ୍ଣ ଆଦେଶ ଦେଇଛନ୍ତି। ସିସିଟିଭିକୁ ସେଣ୍ଟ୍ରାଲ ମନିଟରିଂ ସିଷ୍ଟମ (ସିଏମ୍‌ଏସ୍‌) ଏବଂ ଭିଡିଓ ମ୍ୟାନେଜମେଣ୍ଟ ସିଷ୍ଟମ (ଭିଏମ୍‌ଏସ୍‌)ରେ ଯୋଡ଼ିବା କାର୍ଯ୍ୟ ମଧ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଖଣ୍ଡପୀଠ ଆଦେଶ ଦେଇଛନ୍ତି।
ରାୟର ବିବରଣୀ ଅନୁସାରେ, ଥାନାରେ ସେନା କର୍ମଚାରୀଙ୍କୁ ଉପଯୁକ୍ତ ବ୍ୟବହାର ପ୍ରଦର୍ଶନ ନେଇ ରାଜ୍ୟ ସରକାର ସ୍ବତନ୍ତ୍ର ସାଧାରଣ କାର୍ଯ୍ୟାନ୍ବୟନ ପ୍ରକ୍ରିୟା (ଏସ୍‌ଓପି) ପ୍ରସ୍ତୁତ କରିଛନ୍ତି। ଏସ୍‌ଓପିକୁ ଓଡ଼ିଆ ଭାଷାରେ ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ଝୁଲାଇବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ସିସିଟିଭିଗୁଡ଼ିକର କାର୍ଯ୍ୟକାରିତା ନେଇ ଅତିରିକ୍ତ ଡିଜିପି ଦୟାଲ ଗଙ୍ଗଓ୍ବାର ଦାଖଲ କରିଥିବା ସତ୍ୟପାଠ ବିଶ୍ୱାସଭାଜନ ହୋଇ ରହିବା ଦିଗରେ ରାଜ୍ୟ ସରକାର ଓ ପୋଲିସ ମୁଖ୍ୟାଳୟ ନିଶ୍ଚିତ ରହିବାକୁ ମଧ୍ୟ ହାଇକୋର୍ଟ ଆଦେଶ ଦେଇଛନ୍ତି। ଭରତପୁର ଥାନା ମାମଲାର ତଦନ୍ତ କ୍ରାଇମ୍‌ବ୍ରାଞ୍ଚ ଓ କମିଶନଙ୍କ ଦ୍ୱାରା ଜାରି ରହିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ଏହି ମାମଲାର ତଦନ୍ତରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ରାୟ ପ୍ରକାଶ ଅବସରରେ ଏହି ମାମଲାରେ ଅଦାଲତ ମିତ୍ର ଭାବେ ସହଯୋଗ କରିଥିବା ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର ଓ ଆଡ୍‌ଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟଙ୍କ ସହଯୋଗକୁ ହାଇକୋର୍ଟ ପ୍ରଶଂସା କରିଛନ୍ତି। ଓଡ଼ିଶା ପୋଲିସ ପକ୍ଷରୁ କୋର୍ଟ ଅଧିକାରୀ ଭାବେ କାର୍ଯ୍ୟ କରିଥିବା ଦୟାଲ ଗଙ୍ଗୱାରଙ୍କୁ ଦାୟିତ୍ୱରୁ ଅବ୍ୟାହତି ଦେଇ ସେ ସିସିଟିଭି ସଂଯୋଗୀକରଣ ପ୍ରକଳ୍ପରେ ଗୁରୁତ୍ୱ ଦେବାକୁ ହାଇକୋର୍ଟ ଆଦେଶ ଦେବା ସହ ନିଜ ଆଡୁ ରୁଜୁ କରିଥିବା ମାମଲାର ଅନ୍ତ ଘଟାଇଛନ୍ତି।
ସୂଚନାଯୋଗ୍ୟ, ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଗତ ସେପ୍ଟେମ୍ବର ୧୫ ରାତିରେ ଭୁବନେଶ୍ବର ଭରତପୁର ଥାନାକୁ ଏତଲା ଦେବାକୁ ଯାଇଥିଲେ। ଥାନାରେ ସେମାନଙ୍କ ଅଭିଯୋଗ ଗ୍ରହଣ କରାଯିବା ବଦଳରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା। ବାନ୍ଧବୀଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇ ଦେଇଥିଲା। ଏହି ପ୍ରସଙ୍ଗ ଦେଶରେ ଚର୍ଚ୍ଚିତ ହୋଇଥିଲା। ଉକ୍ତ ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିବାବେଳେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ବିଚାର ବିଭାଗୀୟ ତଦନ୍ତ ମଧ୍ୟ ବସାଇଥିଲେ। ଲ୍ୟୁଟ୍‌ନାଣ୍ଟ ଜେନେରାଲ ପି.ଏସ୍‌. ଶେଖାୱତ ଏନେଇ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖି ପଦକ୍ଷେପ ନେବାକୁ ନିବେଦନ କରିଥିଲେ। ଅପରପକ୍ଷରେ ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରି ବିଭିନ୍ନ ପକ୍ଷଙ୍କୁ ଜବାବ ରଖିବା ଲାଗି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri