ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ବହୁଚର୍ଚ୍ଚିତ ମାମଲାର ରାୟ ପ୍ରକାଶ କରି କେତେକ ଗୁରୁତ୍ୱପୂର୍ଣ୍ଣ ଆଦେଶ ଦେଇଛନ୍ତି। ସିସିଟିଭିକୁ ସେଣ୍ଟ୍ରାଲ ମନିଟରିଂ ସିଷ୍ଟମ (ସିଏମ୍‌ଏସ୍‌) ଏବଂ ଭିଡିଓ ମ୍ୟାନେଜମେଣ୍ଟ ସିଷ୍ଟମ (ଭିଏମ୍‌ଏସ୍‌)ରେ ଯୋଡ଼ିବା କାର୍ଯ୍ୟ ମଧ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଖଣ୍ଡପୀଠ ଆଦେଶ ଦେଇଛନ୍ତି।
ରାୟର ବିବରଣୀ ଅନୁସାରେ, ଥାନାରେ ସେନା କର୍ମଚାରୀଙ୍କୁ ଉପଯୁକ୍ତ ବ୍ୟବହାର ପ୍ରଦର୍ଶନ ନେଇ ରାଜ୍ୟ ସରକାର ସ୍ବତନ୍ତ୍ର ସାଧାରଣ କାର୍ଯ୍ୟାନ୍ବୟନ ପ୍ରକ୍ରିୟା (ଏସ୍‌ଓପି) ପ୍ରସ୍ତୁତ କରିଛନ୍ତି। ଏସ୍‌ଓପିକୁ ଓଡ଼ିଆ ଭାଷାରେ ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ଝୁଲାଇବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ସିସିଟିଭିଗୁଡ଼ିକର କାର୍ଯ୍ୟକାରିତା ନେଇ ଅତିରିକ୍ତ ଡିଜିପି ଦୟାଲ ଗଙ୍ଗଓ୍ବାର ଦାଖଲ କରିଥିବା ସତ୍ୟପାଠ ବିଶ୍ୱାସଭାଜନ ହୋଇ ରହିବା ଦିଗରେ ରାଜ୍ୟ ସରକାର ଓ ପୋଲିସ ମୁଖ୍ୟାଳୟ ନିଶ୍ଚିତ ରହିବାକୁ ମଧ୍ୟ ହାଇକୋର୍ଟ ଆଦେଶ ଦେଇଛନ୍ତି। ଭରତପୁର ଥାନା ମାମଲାର ତଦନ୍ତ କ୍ରାଇମ୍‌ବ୍ରାଞ୍ଚ ଓ କମିଶନଙ୍କ ଦ୍ୱାରା ଜାରି ରହିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ଏହି ମାମଲାର ତଦନ୍ତରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ରାୟ ପ୍ରକାଶ ଅବସରରେ ଏହି ମାମଲାରେ ଅଦାଲତ ମିତ୍ର ଭାବେ ସହଯୋଗ କରିଥିବା ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର ଓ ଆଡ୍‌ଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟଙ୍କ ସହଯୋଗକୁ ହାଇକୋର୍ଟ ପ୍ରଶଂସା କରିଛନ୍ତି। ଓଡ଼ିଶା ପୋଲିସ ପକ୍ଷରୁ କୋର୍ଟ ଅଧିକାରୀ ଭାବେ କାର୍ଯ୍ୟ କରିଥିବା ଦୟାଲ ଗଙ୍ଗୱାରଙ୍କୁ ଦାୟିତ୍ୱରୁ ଅବ୍ୟାହତି ଦେଇ ସେ ସିସିଟିଭି ସଂଯୋଗୀକରଣ ପ୍ରକଳ୍ପରେ ଗୁରୁତ୍ୱ ଦେବାକୁ ହାଇକୋର୍ଟ ଆଦେଶ ଦେବା ସହ ନିଜ ଆଡୁ ରୁଜୁ କରିଥିବା ମାମଲାର ଅନ୍ତ ଘଟାଇଛନ୍ତି।
ସୂଚନାଯୋଗ୍ୟ, ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଗତ ସେପ୍ଟେମ୍ବର ୧୫ ରାତିରେ ଭୁବନେଶ୍ବର ଭରତପୁର ଥାନାକୁ ଏତଲା ଦେବାକୁ ଯାଇଥିଲେ। ଥାନାରେ ସେମାନଙ୍କ ଅଭିଯୋଗ ଗ୍ରହଣ କରାଯିବା ବଦଳରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା। ବାନ୍ଧବୀଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇ ଦେଇଥିଲା। ଏହି ପ୍ରସଙ୍ଗ ଦେଶରେ ଚର୍ଚ୍ଚିତ ହୋଇଥିଲା। ଉକ୍ତ ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିବାବେଳେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ବିଚାର ବିଭାଗୀୟ ତଦନ୍ତ ମଧ୍ୟ ବସାଇଥିଲେ। ଲ୍ୟୁଟ୍‌ନାଣ୍ଟ ଜେନେରାଲ ପି.ଏସ୍‌. ଶେଖାୱତ ଏନେଇ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖି ପଦକ୍ଷେପ ନେବାକୁ ନିବେଦନ କରିଥିଲେ। ଅପରପକ୍ଷରେ ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରି ବିଭିନ୍ନ ପକ୍ଷଙ୍କୁ ଜବାବ ରଖିବା ଲାଗି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri