ଜିଲାପାଳ, ତହସିଲଦାରଙ୍କୁ ଲୋକାୟୁକ୍ତରେ ହାଜର ନିର୍ଦ୍ଦେଶ

ଧର୍ମଶାଳା,୨୯ା୮(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା କଳାପଥର ଖାଦାନରେ ବେଆଇନ ଭାବେ କଳାପଥର ଉତ୍ତୋଳନ କରିଥିବା ପ୍ରଭାକର ଜେନାଙ୍କଠାରୁ ଜରିମାନା ଆଦାୟ କରିବାରେ ପ୍ରଶାସନ ବିଫଳ ହୋଇଛି। ତାଙ୍କ ଉପରେ ଲାଗୁ ହୋଇଥିବା ଜରିମାନା ଆଦାୟ କରିବାକୁ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କରିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତ ଏହାର ଶୁଣାଣି କରି ଯାଜପୁର ଜିଲାପାଳ ଓ ଧର୍ମଶାଳା ତହସିଲଦାରଙ୍କୁ ସେପ୍ଟେମ୍ବର ୨୭ ତାରିଖ ମଧ୍ୟରେ ହାଜର ହୋଇ ଏହାର ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଆରୁହା କଳପଥର ପାହାଡ଼ର ଖାତା ନଂ.୭୭୯ ଓ ପ୍ଲଟ ନଂ.୨୮୧୦ରେ ଆରୁହା ଗ୍ରାମର ପ୍ରଭାକର ବେଆଇନ ଭାବେ ପଥର ଉତ୍ତୋଳନ କରି ଅନ୍ୟତ୍ର ଚାଲାଣ କରୁଥିଲେ। ସେଠାରେ ଥିବା ତାଙ୍କର କ୍ରଶରରେ ପଥର ଭଙ୍ଗା ଯାଇଥିବା ନେଇ ସ୍ଥାନୀୟ ଅଞ୍ଚଳର ମନୋରଞ୍ଜନ ଜେନା ଫେବୃୟାରୀ ୨୦୧୯ରେ ଧର୍ମଶାଳା ତହସିଲଦାରଙ୍କ ନିକଟରେ ଅଭିଯୋଗ କରିବା ସହ ଜିଲାପାଳଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ଧର୍ମଶାଳା ତତ୍କାଳୀନ ତହସିଲଦାର ଏହାର ତଦନ୍ତ କରିବାକୁ ଆର୍‌ଆଇଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ତଦନ୍ତ ସମୟରେ ସେଠାରେ ବେଆଇନ ଖାଦାନ ଚାଲିଥିବା ବେଳେ ବହୁପରିମାଣର କଳାପଥର ଉତ୍ତୋଳନ ହୋଇଥିବା ଆର୍‌ଆଇ ତହସିଲଦାରଙ୍କୁ ରିପୋର୍ଟ କରିଥିଲେ। ଏହାକୁ ଭିତ୍ତିକରି ତହସିଲଦାର ଥାନାରେ ଅଭିଯୋଗ କରିବା ପରେ ପୋଲିସ ପ୍ରଭାକରଙ୍କୁ ଗିରଫ କରି କୋର୍ଟଚାଲାଣ କରିବା ସହିତ ତାଙ୍କ କ୍ରଶରକୁ ସିଲ୍‌ କରିଥିଲା। ତଦନ୍ତ ସମୟରେ ସେଠାରୁ କେତେ ପରିମାଣର କଳାପଥର ଉତ୍ତୋଳନ ହୋଇଛି ତା’ର ଏକ ରିପୋର୍ଟ ପ୍ରସ୍ତୁତ କରିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଥିଲେ। ସମ୍ପୃକ୍ତ ଅଞ୍ଚଳର ଆର୍‌ଆଇ ଏବଂ ପୋଲିସ ମିଳିତ ଭାବେ ତଦନ୍ତ କରିବା ବେଳେ ୨ଲକ୍ଷ ସିଏମ୍‌ କଳାପଥର ଚାଲାଣ ହୋଇଥିବା ଜଣାପଡ଼ିଥିଲା, ଯାହାର ମୂଲ୍ୟ ୨ କୋଟି ୬୦ ଲକ୍ଷଟଙ୍କା ଆକଳନ କରାଯାଇଥିଲା। ହେଲେ ଏହି ଘଟଣାକୁ ଦୀର୍ଘ ଦିନ ବିତିଯାଇଥିଲେ ହେଁ ତହସିଲ ପ୍ରଶାସନ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରିବାରେ ବିଫଳ ହୋଇଛି ବୋଲି ମନୋରଞ୍ଜନ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ। ଲୋକାୟୁକ୍ତ ନଂ.୨୨୬/୨୨ରେ ଏକ ମାମଲା ରୁଜୁ କରି ଏହାର ଶୁଣାଣି କରିଛନ୍ତି। ଏନେଇ ତହସିଲଦାର ସ୍ବାଗତ ଦାସ କହିଛନ୍ତି, ଲୁଟ୍‌ ହୋଇଥିବା କଳାପଥରର ଆକଳନ କରାଯାଇଛି। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ଆସିଲେ ପ୍ରଭାକରଙ୍କଠାରୁ ଜରିମାନା ଆଦାୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri