ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିର ପରିଚାଳନା କରିବାକୁ ଚାହୁଁଛନ୍ତି। ଏଥିଲାଗି ଅଧ୍ୟାଦେଶ ମାଧ୍ୟମରେ ନୂତନ ଆଇନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଅଧ୍ୟାଦେଶ ମଙ୍ଗଳବାର କ୍ୟାବିନେଟ ଅନୁମୋଦନ ଲାଭ କରିଛି। ଲିଙ୍ଗରାଜ ମନ୍ଦିର, ଏହାର ପାର୍ଶ୍ୱ ମନ୍ଦିର ଏବଂ ମଠର ସୁପରିଚାଳନାରେ ଏହା ସହାୟକ ହେବ। ଉକ୍ତ ଅଧ୍ୟାଦେଶ ମାଧ୍ୟମରେ ପରିଚାଳନା କମିଟି ଗଠନ, କମିଟିକୁ କ୍ଷମତା ପ୍ରଦାନ, ପ୍ରଶାସକ ନିଯୁକ୍ତି, ମନ୍ଦିରର ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତିର ରକ୍ଷଣାବେକ୍ଷଣ, ସେବାୟତଙ୍କ ଦାୟିତ୍ୱ, ମନ୍ଦିର ପାଣ୍ଠି ସ୍ଥାପନ ଏବଂ ପରିଚାଳନା ଆଦି ଗୁରୁତ୍ୱପୂର୍ଣ୍ଣ ବିଷୟ ପାଇଁ ଏହି ଆଇନରେ ବ୍ୟବସ୍ଥା ରହିବ। ଏଥିସହିତ ଶ୍ରଦ୍ଧାଳୁଙ୍କ ଆଗମନ, ପୂଜାର୍ଚ୍ଚନା ପାଇଁ ସମସ୍ତ ଆନୁଷଙ୍ଗିକ ସୁବିଧା ଉପଲବ୍ଧ କରାଯିବ। ମନ୍ଦିର ନୀତିକୁ ଅଧିକ ସୁବ୍ୟବସ୍ଥିତ କରାଯିବ। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ପରାମର୍ଶରେ ଅଣାଯାଇଥିବା ଏହି ଅଧ୍ୟାଦେଶକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ନିମନ୍ତେ ପଠାଯାଇଛି। ବିସ୍ତୃତ ଆଲୋଚନା ପରେ ଏକ କ୍ଲଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ସାମିଲ କରାଯାଇଛି ।ସେହିପରି ରାଜ୍ୟ ସରକାର କ୍ୟାପିଟାଲ ହସ୍ପିଟାଲକୁ ପିଜି ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସ ଭାବେ ବିକଶିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଠାରେ ଆବଶ୍ୟକ କୋଠା ଓ ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣ ନିମନ୍ତେ ୨୩୫.୦୮କୋଟି ଟଙ୍କାର ଟେଣ୍ଡର ମେସର୍ସ ଏଲ୍‌ଆଣ୍ଡଟି କମ୍ପାନୀକୁ ପ୍ରଦାନ କରାଯିବା ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। କୋଠାରେ ପିଜି ଇନଷ୍ଟିଚ୍ୟୁଟ୍‌ ସମେତ ଟ୍ରମା କେୟାର, ସର୍ଜରୀ କମ୍ପ୍ଲେକ୍ସ, କାଜୁଆଲିଟି ଆଦି ସୁବିଧା ରହିବ। ଏହା ଉନ୍ନତମାନର ଚିକିତ୍ସା ସୁବିଧା ସହ ଅଭିଜ୍ଞ ଡାକ୍ତରଙ୍କ ଆବଶ୍ୟକତାକୁ ପୂରଣ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri