Posted inଜାତୀୟ

ଅନ୍ୟ ରାଜ୍ୟ ପାଇଁ କେନ୍ଦ୍ର ଆଣିବ ଅଧ୍ୟାଦେଶ

ନୂଆଦିଲ୍ଲୀ, ୧୨ା୬ : ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଯଦି ଏବେ ଏହାକୁ ରୋକା ନ ଯାଏ, ତେବେ ଅନ୍ୟ ରାଜ୍ୟଗୁଡ଼ିକ ଲାଗି ମଧ୍ୟ ଅନୁରୂପ ଅଧ୍ୟାଦେଶ ଆସିବ ବୋଲି ସେ ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଆୟୋଜିତ ମହାରାଲିରେ ସତର୍କ କରାଇଦେଇଛନ୍ତି। କେଜ୍‌ରିଓ୍ବାଲଙ୍କ ଏହି ମହା ସମାବେଶରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌, ଏଏପି ମନ୍ତ୍ରୀ ଓ ବହୁସଂଖ୍ୟାରେ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ଦିଲ୍ଲୀ ଜନସାଧାରଣଙ୍କ ଅଧିକାରକୁ ଛଡ଼ାଇ ନେବା ଲାଗି ମୋଦି ସରକାର ସୁପ୍ରିମକୋର୍ଟଙ୍କ ରାୟକୁ ଅକାମୀ କରିଦେଇଛନ୍ତି। ସ୍ବାଧୀନତାର ୭୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟିଛି। ଦେଶର ଗଣତନ୍ତ୍ର ଶେଷ ହେବାକୁ ବସିଥିବା କେଜ୍‌ରିଓ୍ବାଲ କହିଛନ୍ତି। ଦିଲ୍ଲୀରେ ଏକଚ୍ଛତ୍ରବାଦ ଚାଲିବ ଏବଂ ଉପରାଜ୍ୟପାଳ ସର୍ବେସର୍ବା ହେବେ। ଜନସାଧାରଣ ଯାହାଙ୍କୁ ଭୋଟ ଦିଅନ୍ତୁ ନା କାହିଁକି, ଦିଲ୍ଲୀକୁ କେନ୍ଦ୍ର ଶାସନ କରିବ ବୋଲି କେଜ୍‌ରିଓ୍ବାଲ କହିଥିଲେ। ଜାତୀୟ ରାଜଧାନୀରେ କାମ ବନ୍ଦ କରିଦେବା ପାଇଁ ଏଏପି ନେତା ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରାଯାଇଛି। ଆମ ପାଖରେ ଶହେ ସିସୋଡିଆ ଓ ଶହେ ଜୈନ ଅଛନ୍ତି। ସେମାନେ କାମ ଜାରି ରଖିବେ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଦ୍ରାସ୍ଫୀତି ଏବଂ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଆକାଶଛୁଆଁ ଦର ବୃଦ୍ଧିକୁ ସେ ସମାଲୋଚନା କରିଛନ୍ତି।
ଭାଜପାକୁ ଭାରତୀୟ ଯୋଗାଡ଼ ପାର୍ଟି ବୋଲି ଅଭିହିତ କରି ପଞ୍ଜାବ ମୁଖ୍ୟମନ୍ତ୍ରୀ ମାନ୍‌ କହିଥିଲେ, ଅନ୍ୟ କୌଣସି ଦଳ ସରକାର ଗଢ଼ିବା ଭାଜପା ଚାହେଁ ନାହିଁ। କୌଣସି ରାଜ୍ୟରେ ଏହି ଦଳ ସରକାର ଗଢ଼ିବାରେ ବିଫଳ ହେଲେ, କୌଣସି ପ୍ରକାରେ କ୍ଷମତା ଦଖଲ ପାଇଁ ଯୋଗାଡ଼ କରିଥାଏ ବୋଲି ସେ କହିଛନ୍ତି। କେଜ୍‌ରିଓ୍ବାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀ। ଯଦି ସେ କାମ କରି ନ ପାରିବେ, ଅଫିସରଙ୍କୁ ନିର୍ଦ୍ଦେଶ ଦେଇ ନ ପାରିବେ କି ନିଲମ୍ବନ କରି ନ ପାରିବେ, ତେବେ ବ୍ୟବସ୍ଥା କିପରି ଚାଲିବ ବୋଲି ମାନ୍‌ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri