ଦାୟିତ୍ୱରୁ ହଟିବ ଓରେଡା

ଯାଜପୁର ଅଫିସ,୧୧ା୨: ସୌରଚାଳିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଦାୟିତ୍ୱରୁ ଓରେଡା(ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି) ହଟିବ। ଏହି ପ୍ରକଳ୍ପରେ ଅନିୟମିତତା ଓ ପରିଚାଳନାଗତ ତ୍ରୁଟି ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ଆସିବା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏପରି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ସେହି ଦାୟିତ୍ୱ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌(ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ)ସଂସ୍ଥାକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟର ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ଏବଂ ନିର୍ଦ୍ଧାରିତ ସମୟରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ସୌରଚାଳିତ ପାଇପ ଜଳଯୋଗାଣ ପ୍ରକଳ୍ପ ଯୋଜନା ଆରମ୍ଭ ହୋଇଥିଲା। ଓରେଡାକୁ ସେହି ଦାୟିତ୍ୱ ଦିଆଯାଇଥିଲା। ହେଲେ ପରିଚାଳନାଗତ ତ୍ରୁଟି ଓ ମରାମତି ଅଭାବରୁ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇପଡ଼ିଥିଲା। ଏ ସଂକ୍ରାନ୍ତରେ ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସିବା ପରେ ରାଜ୍ୟର ସମସ୍ତ ଜିଲାର ସୌରଚାଳିତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକୁ ଆରଡବ୍ଲ୍ୟୁଏସ୍‌ଏସ୍‌କୁ ହସ୍ତାନ୍ତର କରିବାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗର ନିର୍ଦ୍ଦେଶକ ବି. ପରମେଶ୍ୱରନ ଗତ ୨୯ ତାରିଖରେ ଓରେଡାର ମୁଖ୍ୟ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଆରଡବ୍ଲ୍ୟୁଏସ୍‌ଏସ୍‌ର ସମସ୍ତ ଉଚ୍ଚପଦାଧିକାରୀଙ୍କୁ ମଧ୍ୟ ସୂଚନା ଦିଆଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କାର୍ଯ୍ୟଧାରା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଆରଡବ୍ଲ୍ୟୁଏସ୍‌ଏସ୍‌ର ଇଞ୍ଜିନିୟର-ଇନ୍‌-ଚିଫ୍‌ ଉଦ୍‌ବେଗ ପ୍ରକାଶ କରିବା ସହ ସମସ୍ତ ନିର୍ବାହୀ ଯନ୍ତ୍ରୀଙ୍କୁ ତୁରନ୍ତ ଓରେଡାଠାରୁ ହସ୍ତାନ୍ତର ହେବାକୁ ଥିବା ସୌରଚାଳିତ ପାଇପ ଜଳଯୋଗାଣ ପ୍ରକଳ୍ପର ସ୍ଥିତି ସମ୍ପର୍କରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।
ଗତ ଡିସେମ୍ବରର ସିଆରସି(କଷ୍ଟମର ରିଲେସନଶିପ୍‌ ସେଣ୍ଟର)ର ରିପୋର୍ଟ ଅନୁଯାୟୀ ରାଜ୍ୟର ୭୩୯ଟି ନଳକୂପରେ ସୌରଚାଳିତ ପମ୍ପ ପ୍ରକଳ୍ପ ଅଚଳ ହୋଇପଡିଥିଲା। ଓରେଡା ଦ୍ୱାରା ପ୍ରକଳ୍ପ ପିଛା ୨.୮ ଲକ୍ଷରୁ ୪.୫୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିଲା। ୨୦୧୩-୧୪ରୁ ୨୦୧୯-୨୦ ମଧ୍ୟରେ ଆରଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ଓରେଡା ଦ୍ୱାରା ପର୍ଯ୍ୟାୟକ୍ରମେ ୧୩,୨୧୯ଟି ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ଏଥିପାଇଁ ବିପୁଳ ଅର୍ଥ ଶ୍ରାଦ୍ଧ ହୋଇଥିବାବେଳେ ସେଗୁଡ଼ିକ ମଧ୍ୟରୁ ବହୁ ପ୍ରକଳ୍ପ ମାସେ ବି ତିଷ୍ଠି ପାରିଲା ନାହିଁ। ଏନେଇ ସବିଶେଷ ତଥ୍ୟଭିତ୍ତିକ ରିପୋର୍ଟ ଗତ ୧ା୧୨ା୨୦୨୦ ଏବଂ ୨୬ା୧୨ା୨୦୨୦ରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ଏହାପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଚେତା ପଶିଥିଲା। ଓରେଡାର ମୁଖ୍ୟ ନିର୍ବାହୀ ଅଧିକାରୀଙ୍କ ରିପୋର୍ଟ ଅନୁସାରେ ୨୦୧୪ରେ ପ୍ରଥମ ପର୍ଯ୍ୟାୟରେ ୧୭୬୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୧୯୩୪ଟି ସୌରଚାଳିତ ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା, ଯାହା କି ଅଚଳ ହୋଇପଡିଛି। ପରବର୍ତ୍ତୀ ସମୟରେ ବସାଯାଇଥିବା ପ୍ରକଳ୍ପଗୁଡ଼ିକ ଅଚଳ ହୋଇ ପଡ଼ିଥିବାରୁ ଗ୍ରାମାଞ୍ଚଳରେ ସହଜରେ ଶୁଦ୍ଧ ପାନୀୟ ଜଳ ମିଳିବା କଷ୍ଟକର ବ୍ୟାପାର ହୋଇଛି। ତେଣୁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଦ୍ୱାରା ଏହି ପ୍ରକଳ୍ପଗୁଡ଼ିକର ପରିଚାଳନା ଓ ମରାମତିର ଆବଶ୍ୟକତା ରହିଛି ବୋଲି ନିର୍ଦ୍ଦେଶକ ପରମେଶ୍ୱରନ ଗୁରୁତ୍ୱାରୋପ କରିଛନ୍ତି। ଓରେଡା ଦାୟିତ୍ୱରେ ଥିବା ସମସ୍ତ ଅଚଳ ଓ ସଚଳ ସୌରଚାଳିତ ପ୍ରକଳ୍ପକୁ ପର୍ଯ୍ୟାୟକ୍ରମେ ଆରଡବ୍ଲ୍ୟୁଏସ୍‌ଏସ୍‌କୁ ହସ୍ତାନ୍ତର କରିବାକୁ ସେ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ସମୟସୀମା ମଧ୍ୟରେ ଅଚଳ ପ୍ରକଳ୍ପଗୁଡିକୁ ସଚଳ କରି ଓରେଡା ଦାୟିତ୍ୱ ହସ୍ତାନ୍ତର କରିବ। ୨୦୧୯ ଡିସେମ୍ବର ପରେ ପାଇଥିବା ଅନୁଦାନକୁ ଓରେଡା ନିଶ୍ଚିତ ଭାବେ ଫେରାଇବାକୁ ବ୍ୟବସ୍ଥା କରିବ ବୋଲି ନିର୍ଦ୍ଦେଶକ ପରମେଶ୍ୱରନ ତାଙ୍କ ନିର୍ଦ୍ଦେଶନାମାରେ ଦର୍ଶାଇଛନ୍ତି।
ଏହି କ୍ରମରେ ଆରଡବ୍ଲ୍ୟୁଏସ୍‌ଏସ୍‌ର ଇଞ୍ଜିନିୟର-ଇନ୍‌-ଚିଫ୍‌ ଗତ ୯ା୨ା୨୦୨୧ ତାରିଖରେ ସମସ୍ତ ନିର୍ବାହୀ ଯନ୍ତ୍ରୀଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ପ୍ରତ୍ୟେକ ମାସର ପ୍ରଥମ ସପ୍ତାହରେ ଏନେଇ ଅଗ୍ରଗତି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ସୌରଚାଳିତ ପ୍ରକଳ୍ପଗୁଡ଼ିକରେ ନିମ୍ନମାନର ନିର୍ମାଣ ସାମଗ୍ରୀ ବ୍ୟବହାର କରାଯାଇ ଅନୁଦାନର ସିଂହଭାଗ ଅର୍ଥ ମିଳିମିଶି ଲୁଟ୍‌ କରିଥିବାରୁ ଉକ୍ତ ପ୍ରକଳ୍ପ ଦ୍ୱାରା ଗ୍ରାମାଞ୍ଚଳ ଲୋକେ ଉପକୃତ ହୋଇପାରିନାହାନ୍ତି ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri