Posted inରାଜ୍ୟ

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୨: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜ କୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅଙ୍ଗଦାନ ଏକ ମହତ ଦାନ। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି। ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୁରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ସଡକ ଦୁର୍ଘଟଣାରେ ଗୁରୁତର ଆହତ ସୁରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ସୁରଜଙ୍କର ଶରୀରର ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକ ୬ ଜଣ ଲୋକଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିଲା।

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri