Posted inରାଜ୍ୟ

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୨: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜ କୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅଙ୍ଗଦାନ ଏକ ମହତ ଦାନ। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି। ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୁରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ସଡକ ଦୁର୍ଘଟଣାରେ ଗୁରୁତର ଆହତ ସୁରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ସୁରଜଙ୍କର ଶରୀରର ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକ ୬ ଜଣ ଲୋକଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିଲା।

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

ରିଲିଫ୍‌ରୁ ବଞ୍ଚିତ ବନ୍ୟା ବିପନ୍ନ, ଗୁହାରି ଶୁଣିବା ବଦଳରେ ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି ବିପର୍ଯ୍ୟୟ। ଘରଦ୍ୱାର ଉଜାଡ଼ିବା ସହ ଲୋକଙ୍କ ମୁହଁରୁ ଆହାର ଛଡ଼ାଇ…

ବନ୍ୟା ଦୁର୍ଦ୍ଦଶା ମଧ୍ୟରେ ପୁଣି ବାତ୍ୟା ଆଶଙ୍କା, ଚିନ୍ତାରେ ଗଞ୍ଜାମବାସୀ, ମୁକାବିଲା ପାଇଁ ଜିଲା ପ୍ରଶାସନ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ବି ସ୍ବାଭାବିକ ହୋଇନାହିଁ। ବିଭିନ୍ନ ଅଞ୍ଚଳରେ ବନ୍ୟାଜଳ ଜମି ରହିଥିବାରୁ…

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ…

ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍‌ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ…

ବନ୍ୟା ବାତ୍ୟା ଟଳିଲା, ବଢ଼ିଲା ଲୋକଙ୍କ ଦୁର୍ଦ୍ଦଶା, ବିପନ୍ନଙ୍କ ନିକଟରେ ଯୁବ ସ୍ବେଚ୍ଛାସେବୀ ପହଞ୍ଚି…

ଗଞ୍ଜାମ,୧ା୧୧(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବିଶେଷ କ୍ଷତି ଗ୍ରସ୍ତ ହୋଇଛି ଗଞ୍ଜାମ ଜିଲା। ଏହି ବ୍ଲକର ଅଧିକାଂଶ ପଞ୍ଚାୟତ ଲଗାଣ ବର୍ଷା ଓ ପବନ ଯୋଗୁ…

ବନ୍ୟାରେ ଫସଲ ନଷ୍ଟ, ଜମି ବିବାଦକୁ ନେଇ ଚିନ୍ତିତ ଥିଲେ ଚାଷୀ: ଶେଷରେ କୀଟନାଶକ ପିଇ…

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ୍‌ରେ ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବନ୍ୟାରେ ଫସଲ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?