ସୁନ୍ଦରଗଡ଼ରେ ପ୍ରାକୃତିକ ପଦ୍ଧତିରେ ଚାଷ

ସୁନ୍ଦରଗଡ଼,୭।୪(ଡି.ଏନ.ଏ.): ପରିବେଶ ଅନୁକୂଳ କୃଷି ଏବଂ ରାସାୟନିକ ସାର ମୁକ୍ତ ଖାଦ୍ୟଶସ୍ୟ ଉତ୍ପାଦନ ହେଉଛି ବର୍ତ୍ତମାନ ସମୟର ବଡ଼ ଆବଶ୍ୟକତା। ତେଣୁ ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ନାଚୁରାଲ ଫାର୍ମିଂ ବା ପ୍ରାକୃତିକ ଚାଷ ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ଚାଷ କରିବା ଫଳରେ ଆଦିବାସୀ ବର୍ଗର ଚାଷୀମାନେ ବିଶେଷ ଲାଭବାନ ହେଉଛନ୍ତି। ୨୦୨୨-୨୩ ବର୍ଷରେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକର ତେଲିଘଣା ଗାଁରେ ଏହି ପ୍ରାକୃତିକ ଚାଷ ପାଇଲଟ କାର୍ଯ୍ୟକ୍ରମ ଭାବେ ଆରମ୍ଭ କରାଯାଇଥିଲା। ଏହି ଚାଷରେ ଆଦିବାସୀ ବର୍ଗର ଚାଷୀଙ୍କୁ ସାମିଲ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଲାଗି ସୁନ୍ଦରଗଡ଼ ଜିଲା ଖଣିଜ ପ୍ରତିଷ୍ଠାନ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।
ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲାର ଚାଷ କ୍ଷେତ୍ରରେ ରାସାୟନିକ ସାର ବ୍ୟବହାରକୁ ନିୟନ୍ତ୍ରଣ ଲାଗି ପ୍ରାକୃତିକ ପଦ୍ଧତି ଚାଷକୁ ପ୍ରୋତ୍ସାହନ ଦିଆଯାଉଛି। ଏଥିପ୍ରତି ଚାଷୀମାନେ ବିଶେଷ ଆଗ୍ରହ ଦେଖାଉଛନ୍ତି। ପ୍ରାକୃତିକ ପଦ୍ଧତିରେ ହେଉଥିବା ଫସଲର ଚାହିଦା ମଧ୍ୟ ବଜାରରେ ଭଲ ରହୁଛି। ପାଇଲଟ ଭାବେ ତେଲିଘଣାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଆଗାମୀ ଦିନରେ ଆହୁରି ବ୍ୟାପକ କରାଯିବ ବୋଲି ସୁନ୍ଦରଗଡ଼ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ କହିଛନ୍ତି।
ରାସାୟନିକ ସାରର ବହୁଳ ବ୍ୟବହାର ଯୋଗୁ ଚାଷ ଜମିର ଉର୍ବରତା ହ୍ରାସ ପାଉଛି। ତା’ଛଡ଼ା ପରିବେଶ ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ୁଛି। ଏ ସମ୍ପର୍କରେ ଆଦିବାସୀ ବର୍ଗର ଚାଷୀଙ୍କ ଭିତରେ ସଚେତନତା ସୃଷ୍ଟି କରାଯାଇ ସୁନ୍ଦରଗଡ଼ ଆଇଟିଡିଏ ପକ୍ଷରୁ ପ୍ରାକୃତିକ ପଦ୍ଧତିରେ ଚାଷ କରିବା ଲାଗି ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି। ତେଲିଘଣା ଗାଁର ୫୫ ଜଣ ଚାଷୀ ପ୍ରାକୃତିକ ପଦ୍ଧତିରେ ଚାଷ କରିଥିଲେ। ୮୦ ଏକର ଜମିରେ ସେମାନେ ଧାନ ଓ ଚିନାବାଦାମ ଚାଷ କରିଥିଲେ। ଏଥିପାଇଁ ଚାଷୀମାନଙ୍କୁ ମାଗଣାରେ ଦେଶୀ କିସମର ବିହନ ଯୋଗାଇ ଦିଆଯାଇଥିଲା। ଏହି ଚାଷରେ ଚାଷୀମାନେ ପ୍ରାକୃତିକ ଉପାୟରେ ନିଜେ ସାର ପ୍ରସ୍ତୁତ କରି ବ୍ୟବହାର କରିଥିଲେ। ଏଥିପାଇଁ ଆଇଟିଡିଏ ପକ୍ଷରୁ ସେମାନଙ୍କୁ ତାଲିମ ଦିଆଯାଇଥିଲା। ପ୍ରାକୃତିକ ପଦ୍ଧତିରେ ଚାଷରେ ଜୀବାମୃତ, ଘନ ଜୀବାମୃତ, ଦଶପର୍ଣ୍ଣି ଅର୍କ, ବ୍ରହ୍ମାସ୍ତ୍ର, ନିମାସ୍ତ୍ର ଏବଂ ବୀଜାମୃତ ଆଦି ବ୍ୟବହାର କରାଯାଉଛି। ଚାଷୀମାନେ ଗୃହପାଳିତ ଦେଶୀ ଗାଈଗୋରୁଙ୍କ ମଳମୂତ୍ର ସହିତ ଗୁଡ଼ ଏବଂ ବେସନ ଆଦି ମିଶ୍ରଣ କରି ଏହି ସାର ପ୍ରସ୍ତୁତ କରୁଛନ୍ତି।
ଆଗରୁ ଆମେ ଚାଷ କାମରେ ରାସାୟନିକ ସାର ବ୍ୟବହାର କରୁଥିଲୁ। ହେଲେ ସୁନ୍ଦରଗଡ଼ ଆଇଟିଡ଼ିଏର ଅଧିକାରୀମାନେ ଆସି ଆମକୁ ପ୍ରାକୃତିକ ପଦ୍ଧତି ଚାଷ ଉପରେ ବୁଝାଇଥିଲେ। ଆମେ ଏ ଦିଗରେ ଆଗ୍ରହ ଦେଖାଇ ଧାନ ଓ ବାଦାମ ଚାଷ କଲୁ। ଭଲ ଅମଳ ମଧ୍ୟ ହେଲା ବୋଲି କହନ୍ତି ତେଲିଘଣା ଗାଁର ଜଣେ ଚାଷୀ ଏମାନ ବୁଡ଼। ରାସାୟନିକ ସାର କିଣିବାରେ ଆମର ଅଧିକ ଟଙ୍କା ଖର୍ଚ୍ଚ ହେଉଥିଲା। ଏବେ ପ୍ରାକୃତିକ ପଦ୍ଧତିରେ ଚାଷ କରିବା ଫଳରେ ଆମର କମ ଖର୍ଚ୍ଚ ହେଉଛି। ଧାନ ଓ ବାଦାମ ସହିତ ଆମେ ପନିପରିବା ଚାଷରେ ମଧ୍ୟ ପ୍ରାକୃତିକ ଉପାୟରେ ପ୍ରସ୍ତୁତ ସାର ପ୍ରୟୋଗ କରୁଛୁ ବୋଲି କହନ୍ତି ଜଣେ ମହିଳା ଚାଷୀ ବିମଳା ବାର୍ଲା। ତେଲିଘଣାରେ ପ୍ରାକୃତିକ ପଦ୍ଧତିରେ ଚାଷ ଆରମ୍ଭ ହେବା ପୂର୍ବରୁ ଆଇଟିଡିଏର ଅଧିକାରୀମାନେ ଚାଷ ଜମି ବୁଲି ଦେଖିଥିଲେ। ଏହାପରେ ଚାଷୀମାନେ ଦେଶୀ ଧାନ ଏବଂ ବାଦାମ ଚାଷ ଲାଗି ଜମି ପ୍ରସ୍ତୁତ କରିଥିଲେ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଏଥିପାଇଁ ମଜୁରୀ ସହାୟତା ଦିଆଯାଉଛି। ଚାଷୀ ଚିହ୍ନଟ ସହିତ କ୍ଷେତ୍ରସ୍ତରରେ ଏହି କାର୍ଯ୍ୟକ୍ରମର ପରିଚାଳନା ଲାଗି ସ୍ବେଚ୍ଛାସେବୀ ଅନୁଷ୍ଠାନ ସେବକକୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri