ଜମିରେ ଜୈବିକ ପଦ୍ଧତିରେ ଖତସାର ପ୍ରୟୋଗ ଜରୁରୀ, ଉର୍ବରତା ବଢ଼ିବା ସହ…

ମହାକାଳପଡ଼ା,୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କୃଷି ପ୍ରଣାଳୀ ଉପରେ ବୁଧବାର କ୍ଷେତ୍ର ଦିବସ ପାଳିତ ହୋଇଯାଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ଏକଲପୁର ଗ୍ରାମରେ ବ୍ଲକ କୃଷି ବିଭାଗ ପକ୍ଷରୁ କ୍ଷେତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକ ଆତ୍ମା ଅଧ୍ୟକ୍ଷ ହିମାଂଶୁ ଶେଖର ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବ୍ଲକ କୃଷି ଅଧିକାରୀ ପ୍ରଦୋଷ କୁମାର ବେହେରା, ସହକାରୀ କୃଷି ଅଧିକାରୀ ମୃତ୍ୟୁଞ୍ଜୟ ବେହେରା ଯୋଗଦେଇ କୃଷକମାନଙ୍କର ଶସ୍ୟ ଅମଳ ବୃଦ୍ଧି ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି କୃଷି କ୍ଷେତରେ ଉର୍ବରତା ପାଇଁ ରାସାୟନିକ ଔଷଧ ସାରକୁ ବର୍ଜନ କରି ଜୈବିକ ଜିଆ ଖତସାର ପ୍ରୟୋଗ କରିବା ପାଇଁ ଉପସ୍ଥିତ କୃଷକମାନଙ୍କୁ ପରାମର୍ଶ ଦେଇଥିଲେ। ଜୈବିକ ଜିଆ ଖତସାର ପ୍ରୟୋଗ ଦ୍ୱାରା ଜମିର ଉର୍ବରତା ବୃଦ୍ଧି ପାଇବ । ଅଧିକ ଶସ୍ୟ ଅମଳ ହେବା ସହ ଜମିର ଉର୍ବରତା ବଢ଼ିବ ବୋଲି କହିଛନ୍ତି। ଆଗାମୀ ଖରିଫ ଋତୁରେ ଧାନ ଚାଷ ଜମିରେ ଜୈବିକ ଜିଆ ଖତସାର ପ୍ରୟୋଗ ପାଇଁ ପରାମର୍ଶ ଦେଇଥିଲେ। ଏହି କ୍ଷେତ୍ର ଦିବସରେ ଚାଷୀ ପଞ୍ଜୀକରଣ କରିବା ପାଇଁ କୃଷି ରଥ ବ୍ଲକ ବିଭିନ୍ନ ଅଞ୍ଚଳରେ ପରିକ୍ରମା କରୁଛି। ଚାଷୀ ପଞ୍ଜୀକରଣ କରି ସରକାରଙ୍କ କୃଷି ବିକାଶ ଯୋଜନାରେ ସାମିଲ ହେବାକୁ ପରାମର୍ଶ ଦେଇଥିଲେ। ଏହି କ୍ଷେତ୍ର ଦିବସରେ କୃଷକମାନଙ୍କ ମଧ୍ୟରେ ଗଗନ ପ୍ରଧାନ, ଚନ୍ଦ୍ରମଣି ପ୍ରଧାନ, ସୁକାନ୍ତି ପ୍ରଧାନ, ମାଧ ପଲେଇ, ଶୁଭ୍ରଜିତ୍‌ ପ୍ରଧାନ, ଅଙ୍କୁର ଦାସ, ବଂଶୀଧର ଦାସ ଓ କୃଷକ ସାଥୀ ନିତ୍ୟାନନ୍ଦ ପ୍ରଧାନଙ୍କ ସମେତ ୫୦ରୁ ଅଧିକ ସ୍ଥାନୀୟ ଅଞ୍ଚଳର ଚାଷୀମା ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?