ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର ବ୍ୟବହାର ନେଇ ଆଲୋଚନା ହୋଇଥିଲା।

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି । ଶ୍ରୀମନ୍ଦିରର ମହାପ୍ରସାଦରେ ଜୈବିକ ଚାଉଳ ଏବଂ ପନିପରିବାର ବ୍ୟବହାର ନିଷ୍ପତ୍ତିକୁ ସୁଆର- ମହାସୁଆର ନିଯୋଗ ତଥା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଛି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ସର୍ବଦା ଜୈବିକ କୃଷିକୁ ସମର୍ଥନ ଦେଇ ଆସିଛନ୍ତି ।

ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଏହି ଜୈବିକ ଚାଉଳର ବ୍ୟବହାର କରାଯିବ । ଏଥି ସହ ଶ୍ରୀଗୁଣ୍ଡିଚା ସମୟରେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବା ପାଇଁ ପ୍ରସ୍ତାବ ରହିଛି । ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ କାର୍ଯ୍ଯକାରୀ ହୋଇ ଜୈବିକ ଅନ୍ନରୁ ପ୍ରସ୍ତୁତ ମହାପ୍ରସାଦ ଆନନ୍ଦବଜାରରେ ଭକ୍ତଙ୍କ ପାଇଁ ଉପଲବ୍ଧ ହେବ । ଏଥି ପାଇଁ ଆନନ୍ଦବଜାରରେ ଏକ ସ୍ୱତନ୍ତ୍ର‌ କାଉଣ୍ଟର ଖୋଲାଯିବାର ପ୍ରସ୍ତାବ ରହିଛି ।

ପ୍ରାରମ୍ଭିକ ଭାବେ ରାଜ୍ୟରେ ଉତ୍ପାଦିତ ହେଉଥିବା କଳାଜୀରା, ପିମ୍ପୁଡ଼ିବାସ, ଯୁବରାଜ ଆଦି ଜୈବିକ ଚାଉଳ ଦେଶୀୟ ପ୍ରଜାତିର ଜୈବିକ ଧାନ ଏହି ‘ଅମୃତ ଅନ୍ନ’ ମହାପ୍ରସାଦରେ ବ୍ୟବହୃତ ହେବ । ଏଥି ମଧ୍ୟରୁ କଳାଜୀରା ଧାନ ଜିଆଇ ଟ୍ୟାଗ୍‌ (ଭୌଗୋଳିକ ସୂଚକାଙ୍କ)ରେ ସ୍ଥାନିତ ହୋଇସାରିଛି । ସଂପ୍ରତି ଓଡ଼ିଶା ଚାଉଳ ଉତ୍ପାଦକତାରେ ଜାତୀୟ ହାରଠାରୁ ଆଗରେ ରହିଛି । ଚଳିତ ବର୍ଷ କୋରାପୁଟର ୧୩୬୫ ଏକର ଜମିରେ କଳାଜୀରା ଚାଉଳ ଚାଷ ହୋଇଛି ଏବଂ କୋଟପାଡ଼ଠାରେ ପ୍ରଥମ ଥର ପାଇଁ କଳାଜୀରା ଧାନର ମଣ୍ଡି ଖୋଲାଯାଇଛି ।

ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା ପାଇଁ ଅର୍ଗାନିକ୍‌ ସାର୍ଟିଫିକେସନ୍‌, ସବ୍‌ସିଡ଼ିର ଆଦିର ପ୍ରସ୍ତାବ ରହିଛି । ଏଥି ସହ କୃଷକ ଉତ୍ପାଦକ ସଂଗଠନ (ଏଫ୍‌ପିଓ)ମାନଙ୍କୁ କ୍ଲଷ୍ଟର ଆପ୍ରୋଚ୍‌ ମାଧ୍ୟମରେ ଜୈବିକ ଚାଉଳ ଉତ୍ପାଦନ ପାଇଁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ପ୍ରକ୍ରିୟାକୁ ସୁରୁଖୁରୁରେ କାର୍ଯ୍ୟକାରୀ କରିବାକୁ ଏକ ପରିଚାଳନା କମିଟି ଗଠନ କରାଯିବ । ସେହି କମିଟିରେ ଶ୍ରୀମନ୍ଦିର ପ୍ରଶାସନ, ସୁଆର-ମହାସୁଆର ନିଯୋଗ ପ୍ରତିନିଧିଙ୍କ ସମେତ ଅନ୍ୟ ଉତ୍ପାଦକ ଗୋଷ୍ଠୀର ପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀ ସଦସ୍ୟ ରହିବେ ।

ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦୦ରୁ ୨୦୦ ଏକର ଜମିରେ ଜୈବିକ ଚାଉଳ ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି । ବିହନ ସଂରକ୍ଷଣ କରାଯାଇ ପରବର୍ତ୍ତୀ ସମୟରେ ଅଧିକ ଜୈବିକ ଧାନ ଉତ୍ପାଦନକୁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ‘ଅମୃତ ଅନ୍ନ’ ମହାପ୍ରସାଦରେ ଜୈବିକ ଶସ୍ୟ ବ୍ୟବହାର କରାଯିବ । ଜୈବିକ ପଦ୍ଧତିରେ ଉତ୍ପାଦନବେଳେ ଗୋମୂତ୍ର, ଗୋବର, ବୀଜାମୃତ ତଥା ଅନ୍ୟ ଜୈବିକ ଖତର ବ୍ୟବହାର ରାଜ୍ୟରେ ଗୋବଂଶର ସୁରକ୍ଷା ଓ ବୃଦ୍ଧିରେ ମଧ୍ୟ ସହାୟକ ହୋଇପାରିବ ।

ଆଜିର ବୈଠକରେ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଓୟୁଏଟିର ଡିନ୍‌ ପ୍ରଫେସର ପ୍ରସନ୍ନଜିତ ମିଶ୍ର, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ, କମାଣ୍ଡର ସୁଧାକର ପଟ୍ଟନାୟକ, ସୁଆର, ମହାସୁଆର ନିଯୋଗ ସଭାପତି ପଦ୍ମନାଭ ମହାସୁଆର ଓ ସଂପାଦକ ନାରାୟଣ ମହାସୁଆର, ବରିଷ୍ଠ ସେବାୟତ ବୈଦ୍ଯନାଥ ମହାସୁଆର, ବିଭିନ୍ନ ଜୈବିକ ଉତ୍ପାଦକ ଗୋଷ୍ଠୀ, ସ୍ୱୟଂ ସହାୟକ ଗୋଷ୍ଠୀର ପ୍ରତିନିଧି, ରାଜେନ୍ଦ୍ର ଦେଶୀ ଧାନ ଗବେଷଣା ପ୍ରତିଷ୍ଠାନର ନଟବର ଷଡଙ୍ଗୀ, କୋରାପୁଟ ପ୍ରଗତି ଅନୁଷ୍ଠାନର ପ୍ରଭାକର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ମତ ଉପସ୍ଥାପନ ପୂର୍ବକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?