Posted inଜାତୀୟ

ସାଂଗଠନିକ ଅଦଳବଦଳ: ୭ ବଡ଼ ରାଜନୈତିକ ସଙ୍କେତକୁ କରୁଛି ସୂଚିତ !

ନୂଆଦିଲ୍ଲୀ, ୧୨।୯: ବିହାର ଏବଂ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳରେ ସାଂଗଠନିକ କ୍ଷେତ୍ରରେ ଅଦଳବଦଳ କରାଯାଇଛି। କଂଗ୍ରେସ ଓ୍ବାର୍କିଂ କମିଟିଠାରୁ ଆରମ୍ଭ କରି ରାଜ୍ୟ ପ୍ରଭାରୀ ମହାସଚିବ ଏବଂ ପ୍ରଭାରୀ ସଚିବ ପର୍ଯ୍ୟନ୍ତ ପଦବୀରେ ପରିବର୍ତ୍ତନ କରାଯାଇଛି। ଅଧ୍ୟକ୍ଷ ନିର୍ବାଚନ ପାଇଁ ମଧ୍ୟ ନୂଆ କମିଟି ଗଠନ କରାଯାଇଛି। କଂଗ୍ରେସ ନେତୃତ୍ୱରେ ପରିବର୍ତ୍ତନ ପାଇଁ ଦାବି କରିଥିବା ନେତାଙ୍କ ଦଳପତି ସାଜିଥିବା ଗୁଲାମ ନବୀ ଆଜାଦ୍‌ଙ୍କର କ୍ଷମତାକୁ ସୀମିତ କରି ଦିଆଯାଇଛି। ଗାନ୍ଧୀ ପରିବାର ସପକ୍ଷରେ ଥିବା ନେତାଙ୍କୁ ପୁରସ୍କାର ଭାବେ ପ୍ରମୋଶନ ମିଳିଛି। ରାହୁଲ ଗାନ୍ଧୀଙ୍କ ସମର୍ଥକ ଥିବା ନେତାଙ୍କୁ ଦଳୀୟ ସଂଗଠନ ଏବଂ କାର୍ଯ୍ୟ ସମିତିରେ ସ୍ଥାନ ମିଳିଛି। କଂଗ୍ରେସର ଏହି ସାଂଗଠନିକ ଅଦଳବଦଳ ୭ ବଡ଼ ରାଜନୈତିକ ସଙ୍କେତକୁ ସୂଚିତ କରୁଥିବା ନେଇ ଚର୍ଚ୍ଚା ହେଉଛି। ପ୍ରଥମରେ ଏହା ଦ୍ୱାରା ରାହୁଲଙ୍କ ଦଳକୁ କ୍ଷମତା ପ୍ରଦାନ କରାଯାଇଛି। ରାହୁଲ ଅଧ୍ୟକ୍ଷ ଭାବେ ଯେଉଁ କାର୍ଯ୍ୟ କରିବାକୁ ଚାହୁଁଥିଲେ। ତାହା ଏବେ ସୋନିଆ ଗାନ୍ଧୀ କରି ଦେଇଛନ୍ତି। ରାହୁଲଙ୍କ ନିକଟତମ ଥିବା ନେତାଙ୍କୁ ରାଜ୍ୟର ଭାର ଦିଆଯାଇଛି। ସେହିପରି ଦଳରେ ବିଦ୍ରୋହ ସୃଷ୍ଟି କରୁଥିବା ନେତାଙ୍କ ପାଇଁ ସାଂଗଠନିକ ଅଦଳବଳଦ କଡ଼ା ଚେତାବନୀ ସୃଷ୍ଟି କରିଛି। ଦଳରେ ଯୁବ ଏବଂ ଅଭିଜ୍ଞ ନେତାଙ୍କୁ ସାମିଲ କରାଯାଇ ସଂଗଠନକୁ ମଜବୁତ କରାଯିବାର ପ୍ରୟାସ କରାଯାଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଏହା ମାଧ୍ୟମରେ ରାହୁଲଙ୍କ ଭବିଷ୍ୟତ ଲେଖା ଯିବାର ଉଦ୍ୟମ ଅଧ୍ୟକ୍ଷା କରିଛନ୍ତି। ଦେଶର ହିନ୍ଦୀ ଭାଷାଭାଷୀ ରାଜ୍ୟର ନେତାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ନେତୃତ୍ୱ ପରିବର୍ତ୍ତନ ପାଇଁ ଚିଠି ଲେଖିଥିବା ନେତାଙ୍କ ରାଜନୈତିକ କ୍ଷମତାକୁ ସୀମିତ କରାଯାଇ ଭବିଷ୍ୟତରେ ହେବାକୁଥିବା ଦଳୀୟ କନ୍ଦଳ ଆଶଙ୍କା ଉପରେ ଅଙ୍କୁଶ ଲଗାଯାଇଛି। ସେହିପରି ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଉତ୍ତରପ୍ରଦେଶର ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଠାରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri