ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା ପରେ ସେମାନଙ୍କ ସମର୍ଥକମାନେ ଖୁସିବ୍ୟକ୍ତ କରିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଭଞ୍ଜନଗର ସାଙ୍ଗଠନିକ ଜିଲା ସଭାପତି  ନୀଳମାଧବ ପାତ୍ର ମଙ୍ଗଳବାର ନୂତନ  ଜିଲା କମିଟି ଘୋଷଣା କରିଛନ୍ତି । କମିଟିରେ ସଭାପତିଙ୍କ ସହିତ ୮ ଜଣ ଉପ ସଭାପତି, ୮ ଜଣ ସମ୍ପାଦକ, ୩ ଜଣ ସାଧାରଣ ସମ୍ପାଦକ ଏବଂ ଜଣେ କୋଷାଧକ୍ଷ ସ୍ଥାନ ପାଇଛନ୍ତି। ରାଧାମୋହନ ସ୍ବାଇଁ, ରାମଚନ୍ଦ୍ର ମିଶ୍ର, ସୁନୀଲ ପାଢ଼ୀ, ସମୀର ନାୟକ, ସୁଧୀର ଜେନା, ପ୍ରତିମା ମହାପାତ୍ର, ପ୍ରତିମା ସାହୁ,  ଶ୍ରୁତି ସାହୁ  ଉପସଭାପତିଭାବେ ମନୋନିତ ହୋଇଥିବା ବେଳେ  ସନ୍ତୋଷ ପାଳ, ବୁଲୁ ସ୍ବାଇଁ ଏବଂ ସିମାଞ୍ଚଳ ସାହୁଙ୍କୁ ସାଧାରଣ ସମ୍ପାଦକ ଦାୟିତ୍ୱ ପ୍ରଦାନ କରାଯାଇଛି।
ସେହିପରି ସମ୍ପାଦକ ଭାବେ ତାପସ ପ୍ରଧାନ, ମାନସ ଜେନା, ରାଧାମାଧବ ପରିଡ଼ା, ମିଥୁନ ନାୟକ, ଶାନ୍ତି ମଣ୍ଡଳ, ଗୀତାଞ୍ଜଳି ନାୟକ, ରେବତୀ ନାୟକ, ବର୍ଷା ନାୟକ ମନୋନିତ ହୋଇଥିବା ବେଳେ  ବରୁଣ ସ୍ବାଇଁଙ୍କୁ କୋଷାଧକ୍ଷ ମନୋନିତ କରାଯାଇଛି। ଏଥିସହିତ ୭୦ ସଦସ୍ୟ ବିଶିଷ୍ଟ ଜିଲା କାର୍ଯ୍ୟକାରିଣୀ ମଧ୍ୟ ଗଠନ କରାଯାଇଛି । ଜିଲା ପ୍ରଭାରୀ ଭଗବାନ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲାର ସମସ୍ତ ବିଧାୟକ, ସାଂସଦଙ୍କ ସହିତ ଉଚିତ ବିଚାର ବିମର୍ଶ ପରେ ଏକ ସନ୍ତୁଳିତ ଏବଂ ପ୍ରଭାବଶାଳୀ କମିଟି ପ୍ରସ୍ତୁତ କରାଯାଇଥିବା ସୂଚନା ଦେଇଛନ୍ତି ଜିଲା ସଭାପତି ପାତ୍ର । ଜିଲାର ସାଙ୍ଗଠନିକ କାର୍ଯ୍ୟକ୍ରମକୁ କେମିତି ତୃଣମୂଳ ସ୍ତରରେ ସଫଳତାର ସହିତ ସମ୍ପନ୍ନ କରାଯିବ ସେଥିପାଇଁ ସମସ୍ତ ସଦସ୍ୟଙ୍କୁ ନେଇ ଅତିଶୀଘ୍ର ଏକ ବୈଠକ ଆୟୋଜନ କରାଯିବ ବୋଲି ସଭାପତି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ନୂତନ କର୍ମକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?